< ଏଜ୍ରା 9 >
1 ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
А як скінчи́лося це, підійшли до мене зверхники, говорячи: „Цей народ, Ізраїль, і священики та Левити не відділи́лися від народів цих країв з їхніми гидо́тами, від ханане́ян, періззе́ян, євусе́ян, аммоне́ян, моаві́тян, єги́птян та аморе́ян,
2 କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”
бо побрали з їхніх дочо́к собі та своїм сина́м, змішалося святе насіння з наро́дами цих країв, а рука зве́рхників та предста́вників була́ перша в цьому спроневі́ренні“.
3 ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
А коли я почув це слово, то розде́р я одежу свою та плаща́ свого, і рвав воло́сся з голови своєї та з бороди своєї, і сидів остовпі́лий...
4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।
І зібра́лися до ме́не всі тремтя́чі перед словами Бога Ізраїлевого за спроневі́рення пове́рненців, а я сидів остовпі́лий аж до жертви вечірньої.
5 ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
А за вечірньої жертви встав я з упоко́рення свого, і, роздерши шату свою та плаща́ свого, упав я на коліна свої, і простягну́в ру́ки свої до Господа, Бога мого...
6 “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
І сказав я: „Боже мій, соро́млюся я та стидаюся підне́сти, Боже мій, обличчя своє до Те́бе, бо беззако́ння наші помно́жилися понад голову, а наша провина виросла аж до неба!
7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ।
Від днів наших батьків ми в великій провині аж до дня цього, а за наші беззако́ння були́ ві́ддані ми, наші царі, наші священики в руку царів цих краї́в на меча́, на поло́н, і на грабі́ж, і на посоро́млення обличчя, як цього дня.
8 ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।
А тепер на малу́ хвилю ста́лася нам милість від Господа, Бога нашого, щоб позоста́вити нам оста́нок, і дати нам затверди́тися на місці святині Його, щоб освітити очі наші, Боже наш, і дати нам трохи ожити в нашій неволі!
9 କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।
Бо раби ми, та в нашій неволі не покинув нас Бог наш, і прихилив до нас милість перед пе́рськими царями, щоб дати нам ожити, щоб підне́сти дім нашого Бога й щоб відбудува́ти руїни його, та щоб дати нам за́хист в Юдеї та в Єрусалимі.
10 ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?
А тепер що ска́жемо, Боже наш, по цьо́му? Бо ми поки́нули заповіді Твої,
11 ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।
які Ти наказа́в через Своїх рабів пророків, говорячи: Цей Край, що ви йдете посісти, він край нечистий через нечистість наро́ду цих країв, через їхні гидо́ти, що напо́внили його від кра́ю до кра́ю своєю нечи́стістю.
12 ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।
А тепер дочо́к своїх не давайте їхнім синам, а їхніх дочо́к не беріть для своїх синів, і не питайте їх про мир та про добро їх аж навіки, щоб ви стали сильні, та спожива́ли добро цієї землі, і віддали́ на спа́док вашим синам аж навіки.
13 ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
А по то́му всьому, що прийшло на нас за наші злі чи́ни та за нашу велику провину, — бо Ти, Боже наш, стримав кару більше від гріха́ нашого, і дав нам таку рештку, —
14 ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞାଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ।
чи зно́ву ми лама́тимемо заповіді Твої, і бу́демо посвоя́чуватися з оцими мерзо́тними наро́дами? Чи ж Ти не розгні́ваєшся на нас аж до ви́гублення нас, так що ніхто не позоста́вси б і не врятува́вся?
15 ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”
Господи, Боже Ізраїлів, Ти праведний, бо ми позоста́лися останком, як цього дня. Ось ми в провині своїй перед лицем Твоїм, бо не всто́яти нам за це перед лицем Твоїм!“