< ଏଜ୍ରା 1 >
1 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,
В лето первое Кира царя Персскаго, да исполнится слово Господне от уст Иеремииных, воздвиже Господь дух Кира царя Персскаго, и повеле проповедати во всем царствии своем, и писаньми, глаголя:
2 “ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।
сия глаголет Кир царь Персский: вся царства земная даде мне Господь Бог небесный, и Той повеле ми, да созижду Ему дом во Иерусалиме, иже во Иудеи:
3 ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।
кто в вас от всех людий Его? И будет Бог его с ним, и да взыдет во Иерусалим, иже во Иудеи, и да созиждет дом Богу Израилеву, Той есть Бог, Иже во Иерусалиме:
4 ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”
и всяк оставшийся от всех мест, идеже той обитает, и да помогут ему мужие от места его сребром и златом, и сосуды и скоты, с добровольными обещании (принесут) в церковь Божию, яже во Иерусалиме.
5 ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।
И восташа князи отечеств Иудиных и Вениаминих и священницы и левити, и вси, имже воздвиже Бог дух их, да взыдут созиданию церкве Господни, яже во Иерусалиме:
6 ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।
и вси, иже бяху окрест, помогоша рукам их сосуды сребрбяными, златом, потребными, и скотами, и драгими вещми, кроме добровольных.
7 ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା।
И царь Кир изнесе сосуды церкве Господни, ихже взя Навуходоносор из Иерусалима и положи тыя в церкви бога своего:
8 ପାରସ୍ୟର ରାଜା କୋରସ୍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରିଦେଲା।
изнесе же тыя Кир царь Персский рукою Мифридата Гасваринова, и сочте тыя Сасавассару князю Иудейску.
9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ;
И сие число их: умывалниц златых тридесять, умывалниц же сребряных тысяща, ножей двадесять девять,
10 ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,
и чаш златых тридесять, и сребряных двойных четыреста десять, и сосудов иных тысяща:
11 ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।
всех сосудов златых и сребряных пять тысящ и четыреста, вся взя с собою Сасавассар от преселения Вавилонскаго во Иерусалим.