< ଏଜ୍ରା 1 >
1 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,
Katika mwaka wa kwanza wa Koreshi, mfalme wa Uajemi, Yahwe akatimiza neno lake ambalo Yeremia alisema, na kuinua roho ya Koreshi. Sauti ya Koreshi ikasambaa na kusikika katika ufalme wake. Hiki ndicho kilichoandikwa na kusemwa:
2 “ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।
“Koreshi, mfalme wa Uajemi, anasema: Yahwe, Mungu wa mbinguni, amenipa mimi ufalme wote wa dunia, na ameniteua mimi kumjengea yeye nyumba katika Yerusalem ya Yuda.
3 ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।
Yeyote katika watu wake (Mungu awe pamoja naye) anaweza kwenda Yerusalem na kujenga nyumba kwa ajili ya Yahwe, Mungu wa Israel, Mungu ambaye yuko Yerusalem.
4 ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”
Watu wa kila sehemu katika ufalme waliosalia katika nchi na kuishi wanapaswa kuwapa wao fedha na dhahabu, mali na wanyama, pamoja na kutoa kwa hiari kwenye nyumba ya Mungu Yerusalem.”
5 ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।
Ndipo wakuu wa jamii ya Yuda na Benjamini, makuhani na walawi, na kila mmoja ambaye Roho wa Mungu alimwinua kuondoka na kujenga nyumba yake alisimama.
6 ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।
Wale waliowazunguka karibu waliwasaidia kwa kuwapa fedha na vitu vya dhahabu, mali, wanyama, vitu vya thamani, na kutoa kwa hiari.
7 ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା।
Mfalme Koreshi akarusu vitu ambavyo vilikuwa kwenye nyumba ya Yahwe, ambavyo Nebukadreza alitoa kutoka Yerusalem na kuviweka katika nyumba ya miungu yake.
8 ପାରସ୍ୟର ରାଜା କୋରସ୍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରିଦେଲା।
Koreshi akavikabidhi kwenye mikono ya Mithredathi mtunza fedha, ambaye akavitoa na kuhesabu kwa Sheshbaza, kiongozi wa Yuda
9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ;
Hii ilikuwa idadi yake: beseni thelathini za dhahabu, beseni elfu moja za fedha, beseni zingine ishirini na tisa,
10 ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,
mabakuli thelathini ya dhahabu, mabakuli madogo ya fedha 410, na vitu elfu moja vya kuongezea.
11 ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।
Kulikuwa na vitu 5, 400 vya fedha na dhahabu. Sheshbaza akavileta vyote wakati wa uhamisho kutoka Babeli kwenda Yerusalem.