< ଗାଲାତୀୟ 3 >
1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।
ω ανοητοι γαλαται τις υμας εβασκανεν τη αληθεια μη πειθεσθαι οις κατ οφθαλμους ιησους χριστος προεγραφη εν υμιν εσταυρωμενος
2 ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ?
τουτο μονον θελω μαθειν αφ υμων εξ εργων νομου το πνευμα ελαβετε η εξ ακοης πιστεως
3 ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ପବିତ୍ର ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ?
ουτως ανοητοι εστε εναρξαμενοι πνευματι νυν σαρκι επιτελεισθε
4 ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା?
τοσαυτα επαθετε εικη ει γε και εικη
5 ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?
ο ουν επιχορηγων υμιν το πνευμα και ενεργων δυναμεις εν υμιν εξ εργων νομου η εξ ακοης πιστεως
6 ଯେପରି ଅବ୍ରହାମ ଈଶ୍ବରଙ୍କୁ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।
καθως αβρααμ επιστευσεν τω θεω και ελογισθη αυτω εις δικαιοσυνην
7 ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରହାମଙ୍କର ସନ୍ତାନ।
γινωσκετε αρα οτι οι εκ πιστεως ουτοι εισιν υιοι αβρααμ
8 ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
προιδουσα δε η γραφη οτι εκ πιστεως δικαιοι τα εθνη ο θεος προευηγγελισατο τω αβρααμ οτι ενευλογηθησονται εν σοι παντα τα εθνη
9 ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ୱାସର ପୁରୁଷ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
ωστε οι εκ πιστεως ευλογουνται συν τω πιστω αβρααμ
10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
οσοι γαρ εξ εργων νομου εισιν υπο καταραν εισιν γεγραπται γαρ επικαταρατος πας ος ουκ εμμενει εν πασιν τοις γεγραμμενοις εν τω βιβλιω του νομου του ποιησαι αυτα
11 ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ପବିତ୍ର ଶାସ୍ତ୍ରରେ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
οτι δε εν νομω ουδεις δικαιουται παρα τω θεω δηλον οτι ο δικαιος εκ πιστεως ζησεται
12 ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ।
ο δε νομος ουκ εστιν εκ πιστεως αλλ ο ποιησας αυτα ανθρωπος ζησεται εν αυτοις
13 ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
χριστος ημας εξηγορασεν εκ της καταρας του νομου γενομενος υπερ ημων καταρα γεγραπται γαρ επικαταρατος πας ο κρεμαμενος επι ξυλου
14 ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।
ινα εις τα εθνη η ευλογια του αβρααμ γενηται εν χριστω ιησου ινα την επαγγελιαν του πνευματος λαβωμεν δια της πιστεως
15 ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।
αδελφοι κατα ανθρωπον λεγω ομως ανθρωπου κεκυρωμενην διαθηκην ουδεις αθετει η επιδιατασσεται
16 ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।
τω δε αβρααμ ερρεθησαν αι επαγγελιαι και τω σπερματι αυτου ου λεγει και τοις σπερμασιν ως επι πολλων αλλ ως εφ ενος και τω σπερματι σου ος εστιν χριστος
17 ମୋହର ଭାବ ଏହି, ଯେଉଁ ନିୟମ ଈଶ୍ବରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ୱାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ।
τουτο δε λεγω διαθηκην προκεκυρωμενην υπο του θεου εις χριστον ο μετα ετη τετρακοσια και τριακοντα γεγονως νομος ουκ ακυροι εις το καταργησαι την επαγγελιαν
18 କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ବର ପ୍ରତିଜ୍ଞା ଦ୍ୱାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି।
ει γαρ εκ νομου η κληρονομια ουκετι εξ επαγγελιας τω δε αβρααμ δι επαγγελιας κεχαρισται ο θεος
19 ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା।
τι ουν ο νομος των παραβασεων χαριν προσετεθη αχρι ου ελθη το σπερμα ω επηγγελται διαταγεις δι αγγελων εν χειρι μεσιτου
20 ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ବର ଏକ।
ο δε μεσιτης ενος ουκ εστιν ο δε θεος εις εστιν
21 ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।
ο ουν νομος κατα των επαγγελιων του θεου μη γενοιτο ει γαρ εδοθη νομος ο δυναμενος ζωοποιησαι οντως αν εκ νομου ην η δικαιοσυνη
22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।
αλλα συνεκλεισεν η γραφη τα παντα υπο αμαρτιαν ινα η επαγγελια εκ πιστεως ιησου χριστου δοθη τοις πιστευουσιν
23 ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।
προ δε του ελθειν την πιστιν υπο νομον εφρουρουμεθα συγκεκλεισμενοι εις την μελλουσαν πιστιν αποκαλυφθηναι
24 ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା।
ωστε ο νομος παιδαγωγος ημων γεγονεν εις χριστον ινα εκ πιστεως δικαιωθωμεν
25 କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ।
ελθουσης δε της πιστεως ουκετι υπο παιδαγωγον εσμεν
26 କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;
παντες γαρ υιοι θεου εστε δια της πιστεως εν χριστω ιησου
27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।
οσοι γαρ εις χριστον εβαπτισθητε χριστον ενεδυσασθε
28 ଯିହୁଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।
ουκ ενι ιουδαιος ουδε ελλην ουκ ενι δουλος ουδε ελευθερος ουκ ενι αρσεν και θηλυ παντες γαρ υμεις εις εστε εν χριστω ιησου
29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
ει δε υμεις χριστου αρα του αβρααμ σπερμα εστε και κατ επαγγελιαν κληρονομοι