< ଗାଲାତୀୟ 5 >

1 ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ।
إِنَّ الْمَسِيحَ قَدْ حَرَّرَنَا وَأَطْلَقَنَا فِي سَبِيلِ الْحُرِّيَّةِ. فَاثْبُتُوا إِذَنْ، وَلا تَعُودُوا إِلَى الارْتِبَاكِ بِنِيرِ الْعُبُودِيَّةِ.١
2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।
هَا أَنَا بُولُسُ أَقُولُ لَكُمْ: إِنْ خُتِنْتُمْ، لَا يَنْفَعُكُمُ الْمَسِيحُ شَيْئاً.٢
3 ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ।
وَأَشْهَدُ مَرَّةً أُخْرَى لِكُلِّ مَخْتُونٍ بِأَنَّهُ مُلْتَزِمٌ أَنْ يَعْمَلَ بِالشَّرِيعَةِ كُلِّهَا.٣
4 ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ।
يَا مَنْ تُرِيدُونَ التَّبْرِيرَ عَنْ طَرِيقِ الشَّرِيعَةِ، قَدْ حُرِمْتُمُ الْمَسِيحَ وَسَقَطْتُمْ مِنَ النِّعْمَةِ!٤
5 କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ।
فَإِنَّنَا، بِالرُّوحِ وَعَلَى أَسَاسِ الإِيمَانِ، نَنْتَظِرُ الرَّجَاءَ الَّذِي يُنْتِجُهُ الْبِرُّ.٥
6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।
فَفِي الْمَسِيحِ يَسُوعَ، لَا نَفْعَ لِلْخِتَانِ وَلا لِعَدَمِ الْخِتَانِ، بَلْ لِلإِيمَانِ الْعَامِلِ بِالْمَحَبَّةِ.٦
7 ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?
كُنْتُمْ تَجْرُونَ جَرْياً جَيِّداً، فَمَنْ أَعَاقَكُمْ حَتَّى لَا تُذْعِنُوا لِلْحَقِّ؟٧
8 ତୁମ୍ଭମାନଙ୍କ ଆହ୍ୱାନକର୍ତ୍ତା ଈଶ୍ବରଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ।
هَذَا التَّضْلِيلُ لَيْسَ مِنَ الَّذِي دَعَاكُمْ!٨
9 ଅଳ୍ପ ଖମୀର ପିଣ୍ଡୁଳାଯାକ ଖମୀରମୟ କରିଦିଏ।
إِنَّ خَمِيرَةً صَغِيرَةً تُخَمِّرُ الْعَجِينَ كُلَّهُ.٩
10 ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ଡ ବହନ କରିବ।
وَلَكِنَّ لِي ثِقَةً بِكُمْ فِي الرَّبِّ أَنَّكُمْ لَنْ تَعْتَنِقُوا رَأْياً آخَرَ. وَكُلُّ مَنْ يُثِيرُ الْبَلْبَلَةَ بَيْنَكُمْ سَيَلْقَى عِقَابَ ذَلِكَ، كَائِناً مَنْ كَانَ.١٠
11 କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏଁ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ।
وَأَمَّا أَنَا، أَيُّهَا الإِخْوَةُ، فَلَوْ صَحَّ أَنَّنِي مَازِلْتُ أَدْعُو إِلَى الْخِتَانِ، فَلِمَاذَا مَازِلْتُ أَلْقَى الاضْطِهَادَ؟ إِذَنْ لَكَانَتِ الْعَثْرَةُ الَّتِي فِي الصَّلِيبِ قَدْ زَالَتْ!١١
12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା।
لَيْتَ الَّذِينَ يُثِيرُونَ الْبَلْبَلَةَ بَيْنَكُمْ يَبْتُرُونَ أَنْفُسَهُمْ!١٢
13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।
فَإِنَّمَا إِلَى الْحُرِّيَّةِ قَدْ دُعِيتُمْ، أَيُّهَا الإِخْوَةُ؛ وَلَكِنْ لَا تَتَّخِذُوا مِنَ الْحُرِّيَّةِ ذَرِيعَةً لإِرْضَاءِ الْجَسَدِ، بَلْ بِالْمَحَبَّةِ كُونُوا عَبِيداً فِي خِدْمَةِ أَحَدِكُمُ الآخَرَ.١٣
14 କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”
فَإِنَّ الشَّرِيعَةَ كُلَّهَا تَتِمُّ فِي وَصِيَّةٍ وَاحِدَةٍ: «أَنْ تُحِبَّ قَرِيبَكَ كَنَفْسِكَ».١٤
15 କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ।
فَإِذَا كُنْتُمْ تَنْهَشُونَ وَتَفْتَرِسُونَ بَعْضُكُمْ بَعْضاً، فَاحْذَرُوا أَنْ يُفْنِيَ أَحَدُكُمُ الآخَرَ!١٥
16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।
إِنَّمَا أَقُولُ: اسْلُكُوا فِي الرُّوحِ. وَعِنْدَئِذٍ لَا تُتَمِّمُونَ شَهْوَةَ الْجَسَدِ أَبَداً.١٦
17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରିପାର ନାହିଁ।
فَإِنَّ الْجَسَدَ يَشْتَهِي بِعَكْسِ الرُّوحِ، وَالرُّوحُ بِعَكْسِ الْجَسَدِ؛ وَهَذَانِ يُقَاوِمُ أَحَدُهُمَا الآخَرَ حَتَّى إِنَّكُمْ لَا تَفْعَلُونَ مَا تَرْغَبُونَ فِيهِ.١٧
18 କିନ୍ତୁ ଯଦି ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ।
وَلَكِنْ إِذَا كُنْتُمْ خَاضِعِينَ لِقِيَادَةِ الرُّوحِ، فَلَسْتُمْ فِي حَالِ الْعُبُودِيَّةِ لِلشَّرِيعَةِ.١٨
19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା
أَمَّا أَعْمَالُ الْجَسَدِ فَظَاهِرَةٌ، وَهِيَ: الزِّنَى وَالنَّجَاسَةُ وَالدَّعَارَةُ،١٩
20 କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,
وَعِبَادَةُ الأَصْنَامِ وَالسِّحْرُ، وَالْعَدَاوَةُ وَالنِّزَاعُ وَالْغَيْرَةُ وَالْغَضَبُ، وَالتَّحَزُّبُ وَالانْقِسَامُ وَالتَّعَصُّبُ،٢٠
21 ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
وَالْحَسَدُ وَالسُّكْرُ وَالْعَرْبَدَةُ، وَمَا يُشْبِهُ هذِهِ. وَبِالنَّظَرِ إِلَيْهَا، أَقُولُ لَكُمْ الآنَ، كَمَا سَبَقَ أَنْ قُلْتُ أَيْضاً، إِنَّ الَّذِينَ يَفْعَلُونَ مِثْلَ هذِهِ لَنْ يَرِثُوا مَلَكُوتَ اللهِ!٢١
22 କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
وَأَمَّا ثَمَرُ الرُّوحِ فَهُوَ: الْمَحَبَّةُ وَالْفَرَحُ وَالسَّلامُ، وَطُولُ الْبَالِ وَاللُّطْفُ وَالصَّلاحُ، وَالأَمَانَةُ٢٢
23 ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
وَالْوَدَاعَةُ وَضَبْطُ النَّفْسِ. وَلَيْسَ مِنْ قَانُونٍ يَمْنَعُ مِثْلَ هذِهِ الْفَضَائِلِ.٢٣
24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।
وَلَكِنَّ الَّذِينَ صَارُوا خَاصَّةً لِلْمَسِيحِ، قَدْ صَلَبُوا الْجَسَدَ مَعَ الأَهْوَاءِ وَالشَّهَوَاتِ.٢٤
25 ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ।
إِذَا كُنَّا نَحْيَا بِالرُّوحِ، فَلْنَسْلُكْ أَيْضاً بِالرُّوحِ.٢٥
26 ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।
لَا نَكُنْ طَامِحِينَ إِلَى الْمَجْدِ الْبَاطِلِ، يَسْتَفِزُّ بَعْضُنَا بَعْضاً، وَيَحْسُدُ أَحَدُنَا الآخَرَ!٢٦

< ଗାଲାତୀୟ 5 >