< ଗାଲାତୀୟ 1 >
1 ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କିମ୍ବା ମନୁଷ୍ୟମାନଙ୍କ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,
παυλοσ αποστολοσ ουκ απ ανθρωπων ουδε δι ανθρωπου αλλα δια ιησου χριστου και θεου πατροσ του εγειραντοσ αυτον εκ νεκρων
2 ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ଅଞ୍ଚଳରେ ଥିବା ମଣ୍ଡଳୀ-ସମୂହକୁ ପତ୍ର;
και οι συν εμοι παντεσ αδελφοι ταισ εκκλησιαισ τησ γαλατιασ
3 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
χαρισ υμιν και ειρηνη απο θεου πατροσ και κυριου ημων ιησου χριστου
4 ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; (aiōn )
του δοντοσ εαυτον περι των αμαρτιων ημων οπωσ εξεληται ημασ εκ του ενεστωτοσ αιωνοσ πονηρου κατα το θελημα του θεου και πατροσ ημων (aiōn )
5 ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ। ଆମେନ୍। (aiōn )
ω η δοξα εισ τουσ αιωνασ των αιωνων αμην (aiōn )
6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
θαυμαζω οτι ουτωσ ταχεωσ μετατιθεσθε απο του καλεσαντοσ υμασ εν χαριτι χριστου εισ ετερον ευαγγελιον
7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
ο ουκ εστιν αλλο ει μη τινεσ εισιν οι ταρασσοντεσ υμασ και θελοντεσ μεταστρεψαι το ευαγγελιον του χριστου
8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
αλλα και εαν ημεισ η αγγελοσ εξ ουρανου ευαγγελιζηται υμιν παρ ο ευηγγελισαμεθα υμιν αναθεμα εστω
9 ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
ωσ προειρηκαμεν και αρτι παλιν λεγω ει τισ υμασ ευαγγελιζεται παρ ο παρελαβετε αναθεμα εστω
10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
αρτι γαρ ανθρωπουσ πειθω η τον θεον η ζητω ανθρωποισ αρεσκειν ει γαρ ετι ανθρωποισ ηρεσκον χριστου δουλοσ ουκ αν ημην
11 କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ;
γνωριζω δε υμιν αδελφοι το ευαγγελιον το ευαγγελισθεν υπ εμου οτι ουκ εστιν κατα ανθρωπον
12 ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି।
ουδε γαρ εγω παρα ανθρωπου παρελαβον αυτο ουτε εδιδαχθην αλλα δι αποκαλυψεωσ ιησου χριστου
13 ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
ηκουσατε γαρ την εμην αναστροφην ποτε εν τω ιουδαισμω οτι καθ υπερβολην εδιωκον την εκκλησιαν του θεου και επορθουν αυτην
14 ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି।
και προεκοπτον εν τω ιουδαισμω υπερ πολλουσ συνηλικιωτασ εν τω γενει μου περισσοτερωσ ζηλωτησ υπαρχων των πατρικων μου παραδοσεων
15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
οτε δε ευδοκησεν ο θεοσ ο αφορισασ με εκ κοιλιασ μητροσ μου και καλεσασ δια τησ χαριτοσ αυτου
16 ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ
αποκαλυψαι τον υιον αυτου εν εμοι ινα ευαγγελιζωμαι αυτον εν τοισ εθνεσιν ευθεωσ ου προσανεθεμην σαρκι και αιματι
17 କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି।
ουδε ανηλθον εισ ιεροσολυμα προσ τουσ προ εμου αποστολουσ αλλα απηλθον εισ αραβιαν και παλιν υπεστρεψα εισ δαμασκον
18 ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି।
επειτα μετα ετη τρια ανηλθον εισ ιεροσολυμα ιστορησαι πετρον και επεμεινα προσ αυτον ημερασ δεκαπεντε
19 କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।
ετερον δε των αποστολων ουκ ειδον ει μη ιακωβον τον αδελφον του κυριου
20 ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ବରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ
α δε γραφω υμιν ιδου ενωπιον του θεου οτι ου ψευδομαι
21 ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।
επειτα ηλθον εισ τα κλιματα τησ συριασ και τησ κιλικιασ
22 ଯିହୂଦିୟା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀ-ସମୂହ ନିକଟରେ ମୁଁ ବ୍ୟକ୍ତିଗତ ଭାବରେ ପରିଚିତ ନ ଥିଲି;
ημην δε αγνοουμενοσ τω προσωπω ταισ εκκλησιαισ τησ ιουδαιασ ταισ εν χριστω
23 ସେମାନେ କେବଳ ଶୁଣୁଥିଲେ, ଏବଂ ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ଏବଂ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ସେ ଏବେ ସୁସମାଚାର ପ୍ରଚାର କରୁଅଛନ୍ତି;
μονον δε ακουοντεσ ησαν οτι ο διωκων ημασ ποτε νυν ευαγγελιζεται την πιστιν ην ποτε επορθει
24 ଆଉ ସେମାନେ ମୋʼ ସକାଶେ ଈଶ୍ବରଙ୍କ ପ୍ରଶଂସା କରୁଥିଲେ।
και εδοξαζον εν εμοι τον θεον