+ ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1 >

1 ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
در آغاز، خدا آسمانها و زمین را آفرید.
2 ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
زمین، بی‌شکل و خالی بود، و تاریکی آبهای عمیق را پوشانده بود. و روح خدا بر سطح آبها در حرکت بود.
3 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
خدا فرمود: «روشنایی بشود.» و روشنایی شد.
4 ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
خدا روشنایی را پسندید و آن را از تاریکی جدا ساخت.
5 ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
او روشنایی را «روز» و تاریکی را «شب» نامید. شب گذشت و صبح شد. این، روز اول بود.
6 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
سپس خدا فرمود: «فضایی باشد بین آبها، تا آبهای بالا را از آبهای پائین جدا کند.»
7 ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
پس خدا فضایی به وجود آورد تا آبهای پائین را از آبهای بالا جدا کند.
8 ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
خدا این فضا را «آسمان» نامید. شب گذشت و صبح شد. این، روز دوم بود.
9 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
پس از آن خدا فرمود: «آبهای زیر آسمان در یک جا جمع شوند تا خشکی پدید آید.» و چنین شد.
10 ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
خدا خشکی را «زمین» و اجتماع آبها را «دریا» نامید. و خدا دید که نیکوست.
11 ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
سپس خدا فرمود: «زمین نباتات برویاند، گیاهان دانه‌دار و درختان میوه‌دار که هر یک، نوع خود را تولید کنند.» و چنین شد.
12 ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
زمین نباتات رویانید، گیاهانی که برحسب نوع خود دانه تولید می‌کردند، و درختانی که برحسب نوع خود میوۀ دانه‌دار می‌آوردند. و خدا دید که نیکوست.
13 ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।
شب گذشت و صبح شد. این، روز سوم بود.
14 ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
سپس خدا فرمود: «در آسمان اجسام نورافشانی باشند تا روز را از شب جدا کنند، و نشانه‌هایی باشند برای نشان دادن فصل‌ها، روزها، و سال‌ها.
15 ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
و این اجسام نورافشان در آسمان، بر زمین بتابند.» و چنین شد.
16 ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତିଃ, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
پس خدا دو جسم نورافشان بزرگ ساخت: جسم نورافشان بزرگتر برای حکومت بر روز و جسم نورافشان کوچکتر برای حکومت بر شب. او همچنین ستارگان را ساخت.
17 ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
خدا آنها را در آسمان قرار داد تا زمین را روشن سازند،
18 ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
بر روز و شب حکومت کنند، و روشنایی و تاریکی را از هم جدا سازند. و خدا دید که نیکوست.
19 ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
شب گذشت و صبح شد. این، روز چهارم بود.
20 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
سپس خدا فرمود: «آبها از موجودات زنده پر شوند و پرندگان بر فراز آسمان به پرواز درآیند.»
21 ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
پس خدا حیوانات بزرگ دریایی و انواع جانداران را که می‌جنبند و آبها را پر می‌سازند و نوع خود را تولید می‌کنند، و نیز همۀ پرندگان را که نوع خود را تولید می‌کنند، آفرید. و خدا دید که نیکوست.
22 ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
پس خدا آنها را برکت داده، فرمود: «بارور و زیاد شوید. حیوانات دریایی آبها را پُر سازند و پرندگان نیز بر زمین زیاد شوند.»
23 ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
شب گذشت و صبح شد. این، روز پنجم بود.
24 ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
سپس خدا فرمود: «زمین، انواع حیوانات را که هر یک نوع خود را تولید می‌کنند، به وجود آورد: چارپایان، خزندگان و جانوران وحشی را.» و چنین شد.
25 ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ।
خدا انواع جانوران وحشی، چارپایان، و تمام خزندگان را، که هر یک نوع خود را تولید می‌کنند، به وجود آورد. و خدا دید که نیکوست.
26 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
سپس خدا فرمود: «انسان را به صورت خود و شبیه خودمان بسازیم، تا بر ماهیان دریا، پرندگان آسمان، و بر چارپایان و همۀ جانوران وحشی و خزندگان روی زمین حکومت کند.»
27 ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
پس خدا انسان را به صورت خود آفرید؛ ایشان را به صورت خدا آفرید؛ ایشان را مرد و زن آفرید.
28 ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
سپس خدا ایشان را برکت داده، فرمود: «بارور و زیاد شوید، زمین را پُر سازید، بر آن تسلط یابید، و بر ماهیان دریا و پرندگان آسمان و همۀ حیواناتی که بر زمین حرکت می‌کنند، فرمانروایی کنید.»
29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
آنگاه خدا گفت: «تمام گیاهان دانه‌دار روی زمین را و همۀ میوه‌های درختان را برای خوراک به شما دادم،
30 ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
و همۀ علفهای سبز را به همۀ جانوران وحشی، پرندگان آسمان و خزندگان روی زمین، یعنی به هر موجودی که جان در خود دارد، بخشیدم.»
31 ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
آنگاه خدا به آنچه آفریده بود نظر کرد و کار آفرینش را از هر لحاظ عالی دید. شب گذشت و صبح شد. این، روز ششم بود.

+ ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1 >