< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 11 >

1 ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକରୂପ ଉଚ୍ଚାରଣ ଥିଲା।
And the earth was of one tongue, and of the same speech.
2 ଆଉ ଘଟଣାକ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
And when they removed from the east, they found a plain in the land of Sennaar, and dwelt in it.
3 ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
And each one said to his neighbour: Come, let us make brick, and bake them with fire. And they had brick instead of stones, and slime instead of mortar.
4 ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
And they said: Come, let us make a city and a tower, the top whereof may reach to heaven: and let us make our name famous before we be scattered abroad into all lands.
5 ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
And the Lord came down to see the city and the tower, which the children of Adam were building.
6 ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
And he said: Behold, it is one people, and all have one tongue: and they have begun to do this, neither will they leave off from their designs, till they accomplish them in deed.
7 ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
Come ye, therefore, let us go down, and there confound their tongue, that they may not understand one another’s speech.
8 ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
And so the Lord scattered them from that place into all lands, and they ceased to build the city.
9 ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
And therefore the name thereof was called Babel, because there the language of the whole earth was confounded: and from thence the Lord scattered them abroad upon the face of all countries.
10 ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।
These are the generations of Sem: Sem was a hundred years old when he begot Arphaxad, two years after the flood.
11 ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚ ଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
And Sem lived after he begot Arphaxad, five hundred years, and begot sons and daughters.
12 ପୁଣି, ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
And Arphaxad lived thirty-five years, and begot Sale.
13 ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରି ଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।
And Arphaxad lived after he begot Sale, three hundred and three years; and begot sons and daughters.
14 ପୁଣି, ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।
Sale also lived thirty years, and begot Heber.
15 ଏବରର ଜନ୍ମ ଉତ୍ତାରେ ଶେଲହ ଚାରି ଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
And Sale lived after he begot Heber, four hundred and three years; and begot sons and daughters.
16 ପୁଣି, ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗ୍‌କୁ ଜାତ କଲା।
And Heber lived thirty-four years, and begot Phaleg.
17 ପେଲଗ୍‌ର ଜନ୍ମ ଉତ୍ତାରେ ଏବର ଚାରି ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
And Heber lived after he begot Phaleg, four hundred and thirty years: and begot sons and daughters.
18 ପେଲଗ୍‍ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା।
Phaleg also lived thirty years, and begot Reu.
19 ରୀୟୂର ଜନ୍ମ ଉତ୍ତାରେ ପେଲଗ୍‍ ଦୁଇ ଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
And Phaleg lived after he begot Reu, two hundred and nine years, and begot sons and daughters.
20 ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା।
And Reu lived thirty-two years, and begot Sarug.
21 ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇ ଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
And Reu lived after he begot Sarug, two hundred and seven years, and begot sons and daughters.
22 ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।
And Sarug lived thirty years, and begot Nachor.
23 ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇ ଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
And Sarug lived after he begot Nachor, two hundred years: and begot sons and daughters.
24 ପୁଣି, ନାହୋର ଅଣତିରିଶ ବର୍ଷ ବୟସରେ ତେରହକୁ ଜାତ କଲା।
And Nachor lived nine and twenty years, and begot Thare.
25 ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣେଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
And Nachor lived after he begot Thare, a hundred and nineteen years: and begot sons and daughters.
26 ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।
And Thare lived seventy years, and begot Abram, and Nachor, and Aran.
27 ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;
And these are the generations of Thare: Thare begot Abram, Nachor, and Aran. And Aran begot Lot.
28 ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।
And Aran died before Thare his father, in the land of his nativity in Ur of the Chaldees.
29 ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।
And Abram and Nachor married wives: the name of Abram’s wife was Sarai: and the name of Nachor’s wife, Melcha, the daughter of Aran, father of Melcha, and father of Jescha.
30 ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।
And Sarai was barren, and had no children.
31 ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
And Thare took Abram, his son, and Lot the son of Aran, his son’s son, and Sarai his daughter in law, the wife of Abram his son, and brought them out of Ur of the Chaldees, to go into the land of Chanaan: and they came as far as Haran, and dwelt there.
32 ପୁଣି, ତେରହ ହାରଣ ନଗରରେ ଥାଇ ଦୁଇ ଶହ ପାଞ୍ଚ ବର୍ଷ ବୟସରେ ମଲା।
And the days of Thare were two hundred and five years, and he died in Haran.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 11 >