< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 11 >

1 ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକରୂପ ଉଚ୍ଚାରଣ ଥିଲା।
Wakati huo dunia yote ilikuwa na lugha moja na msemo mmoja.
2 ଆଉ ଘଟଣାକ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
Watu walipoelekea upande wa mashariki, wakafika kwenye tambarare katika nchi ya Shinari nao wakaishi huko.
3 ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
Wakasemezana wao kwa wao, “Njooni, tufyatue matofali na tuyachome vizuri kwa moto.” Walitumia matofali badala ya mawe, na lami kwa ajili ya kushikamanishia hayo matofali.
4 ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
Ndipo wakasema, “Njooni, tujijengee mji wenye mnara ambao utafika hadi mbinguni, ili tujipatie jina tusije tukatawanyika usoni pa dunia yote.”
5 ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
Lakini Bwana akashuka ili auone mji na mnara ambao wanadamu waliokuwa wanaujenga.
6 ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
Bwana akasema, “Ikiwa kama taifa moja wanaozungumza lugha moja wameanza kufanya hili, basi hakuna lolote watakalopanga kufanya ambalo halitawezekana kwao.
7 ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
Njooni, tushuke tuvuruge lugha yao ili wasielewane wao kwa wao.”
8 ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
Hivyo Bwana akawatawanya kutoka mahali pale kwenda katika dunia yote, nao wakaacha kuujenga huo mji.
9 ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
Ndiyo maana pakaitwa Babeli, kwa sababu hapo ndipo Bwana alipoivuruga lugha ya dunia nzima. Kutoka hapo Bwana akawatawanya katika uso wa dunia yote.
10 ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।
Hivi ndivyo vizazi vya Shemu. Miaka miwili baada ya gharika, Shemu alipokuwa na miaka 100, akamzaa Arfaksadi.
11 ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚ ଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
Baada ya kumzaa Arfaksadi, Shemu aliishi miaka 500, akazaa watoto wengine wa kiume na wa kike.
12 ପୁଣି, ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
Wakati Arfaksadi alipokuwa na miaka thelathini na mitano, akamzaa Shela.
13 ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରି ଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।
Baada ya Arfaksadi kumzaa Shela, aliishi miaka 403, akazaa watoto wengine wa kiume na wa kike.
14 ପୁଣି, ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।
Shela alipokuwa na miaka thelathini, akamzaa Eberi.
15 ଏବରର ଜନ୍ମ ଉତ୍ତାରେ ଶେଲହ ଚାରି ଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
Shela baada ya kumzaa Eberi, aliishi miaka 403, akazaa watoto wengine wa kiume na wa kike.
16 ପୁଣି, ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗ୍‌କୁ ଜାତ କଲା।
Eberi alipokuwa na miaka thelathini na minne, akamzaa Pelegi.
17 ପେଲଗ୍‌ର ଜନ୍ମ ଉତ୍ତାରେ ଏବର ଚାରି ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
Baada ya Eberi kumzaa Pelegi, aliishi miaka 430, akazaa watoto wengine wa kiume na wa kike.
18 ପେଲଗ୍‍ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା।
Pelegi alipokuwa na miaka thelathini, akamzaa Reu.
19 ରୀୟୂର ଜନ୍ମ ଉତ୍ତାରେ ପେଲଗ୍‍ ଦୁଇ ଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
Baada ya Pelegi kumzaa Reu, aliishi miaka 209, akazaa watoto wengine wa kiume na wa kike.
20 ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା।
Reu alipokuwa na miaka thelathini na miwili, akamzaa Serugi.
21 ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇ ଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
Baada ya Reu kumzaa Serugi, aliishi miaka 207, akazaa watoto wengine wa kiume na wa kike.
22 ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।
Serugi alipokuwa na miaka thelathini, akamzaa Nahori.
23 ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇ ଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
Baada ya Serugi kumzaa Nahori, aliishi miaka 200, akazaa watoto wengine wa kiume na wa kike.
24 ପୁଣି, ନାହୋର ଅଣତିରିଶ ବର୍ଷ ବୟସରେ ତେରହକୁ ଜାତ କଲା।
Nahori alipokuwa na miaka ishirini na tisa, akamzaa Tera.
25 ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣେଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
Baada ya Nahori kumzaa Tera, aliishi miaka 119, akazaa watoto wengine wa kiume na wa kike.
26 ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।
Tera alipokuwa na miaka sabini, akamzaa Abramu, Nahori na Harani.
27 ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;
Hawa ndio wazao wa Tera. Tera aliwazaa Abramu, Nahori na Harani. Harani akamzaa Loti.
28 ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।
Tera alipokuwa bado hai, Harani akafa huko Uru ya Wakaldayo, nchi alimozaliwa.
29 ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।
Abramu na Nahori walioa. Mke wa Abramu aliitwa Sarai, na mke wa Nahori aliitwa Milka; Milka na Iska walikuwa watoto wa Harani.
30 ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।
Sarai alikuwa tasa, hakuwa na watoto.
31 ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
Tera akamchukua Abramu mwanawe, Loti mwana wa Harani mwanawe, na Sarai mkwewe, mke wa Abramu mwanawe, wakatoka kwa pamoja katika Uru ya Wakaldayo kwenda nchi ya Kanaani. Lakini walipofika Harani, wakaishi huko.
32 ପୁଣି, ତେରହ ହାରଣ ନଗରରେ ଥାଇ ଦୁଇ ଶହ ପାଞ୍ଚ ବର୍ଷ ବୟସରେ ମଲା।
Tera alikufa huko Harani akiwa na miaka 205.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 11 >