< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12 >

1 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
여호와께서 아브람에게 이르시되 너는 너의 본토 친척 아비 집을 떠나 내가 네게 지시할 땅으로 가라
2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
내가 너로 큰 민족을 이루고 네게 복을 주어 네 이름을 창대케 하리니 너는 복의 근원이 될지라!
3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
너를 축복하는 자에게는 내가 복을 내리고 너를 저주하는 자에게는 내가 저주하리니 땅의 모든 족속이 너를 인하여 복을 얻을 것이니라 하신지라
4 ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।
이에 아브람이 여호와의 말씀을 좇아 갔고 롯도 그와 함께 갔으며 아브람이 하란을 떠날 때에 그 나이 칠십 오세였더라
5 ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।
아브람이 그 아내 사래와 조카 롯과 하란에서 모은 모든 소유와 얻은 사람들을 이끌고 가나안 땅으로 가려고 떠나서 마침내 가나안 땅에 들어 갔더라
6 ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।
아브람이 그 땅을 통과하여 세겜 땅 모레 상수리 나무에 이르니 그 때에 가나안 사람이 그 땅에 거하였더라
7 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
여호와께서 아브람에게 나타나 가라사대 내가 이 땅을 네 자손에게 주리라 하신지라 그가 자기에게 나타나신 여호와를 위하여 그 곳에 단을 쌓고
8 ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
거기서 벧엘 동편 산으로 옮겨 장막을 치니 서는 벧엘이요, 동은 아이라 그가 그 곳에서 여호와를 위하여 단을 쌓고 여호와의 이름을 부르더니
9 ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।
점점 남방으로 옮겨 갔더라
10 ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।
그 땅에 기근이 있으므로 아브람이 애굽에 우거하려 하여 그리로 내려갔으니 이는 그 땅에 기근이 심하였음이라
11 ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।
그가 애굽에 가까이 이를 때에 그 아내 사래더러 말하되 `나 알기에 그대는 아리따운 여인이라
12 ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ।
애굽 사람이 그대를 볼 때에 이르기를 이는 그의 아내라 하고 나는 죽이고 그대는 살리리니
13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”
원컨대 그대는 나의 누이라 하라 그리하면 내가 그대로 인하여 안전하고 내 목숨이 그대로 인하여 보존하겠노라' 하니라
14 ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମସୁନ୍ଦରୀ ଦେଖିଲେ।
아브람이 애굽에 이르렀을 때에 애굽 사람들이 그 여인의 심히 아리따움을 보았고
15 ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।
바로의 대신들도 그를 보고 바로 앞에 칭찬하므로 그 여인을 바로의 궁으로 취하여 들인지라
16 ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
이에 바로가 그를 인하여 아브람을 후대하므로 아브람이 양과, 소와, 노비와, 암수 나귀와, 약대를 얻었더라
17 ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।
여호와께서 아브람의 아내 사래의 연고로 바로와 그 집에 큰 재앙을 내리신지라
18 ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?
바로가 아브람을 불러서 이르되 `네가 어찌하여 나를 이렇게 대접하였느냐? 네가 어찌하여 그를 네 아내라고 내게 고하지 아니하였느냐?
19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”
네가 어찌 그를 누이라 하여 나로 그를 취하여 아내를 삼게 하였느냐? 네 아내가 여기 있으니 이제 데려 가라' 하고
20 ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।
바로가 사람들에게 그의 일을 명하매 그들이 그 아내와 그 모든 소유를 보내었더라

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12 >