< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13 >
1 ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।
Choncho Abramu pamodzi ndi mkazi wake ndi zonse anali nazo, anachoka ku Igupto kupita ku Negevi. Loti naye anapita nawo.
2 ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।
Abramu anali wolemera kwambiri; anali ndi ziweto ndiponso siliva ndi golide.
3 ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍ ଆଡ଼କୁ ଯାଉ ଯାଉ ବେଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,
Atachoka ku Negevi, anayenda malo osiyanasiyana mpaka anafika ku Beteli, ku malo a pakati pa Beteli ndi Ai, kuja kumene anamanga tenti poyamba,
4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
ndiponso kumene Abramu anamangira Yehova guwa lansembe kwa nthawi yoyamba ndi kupemphera mʼdzina la Yehova.
5 ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।
Loti amene ankayendayenda ndi Abramu nayenso anali ndi ziweto zosiyanasiyana ndi matenti.
6 ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।
Motero dziko linayamba kuwachepera kuti onse nʼkukhala pamodzi, popeza katundu wawo anali wochuluka kwambiri moti sakanatha kukhala pamodzi.
7 ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।
Mikangano inayambika pakati pa abusa a Abramu ndi abusa a Loti. Nthawi imeneyo nʼkuti Akanaani ndi Aperezi akukhalanso mʼdziko lomwelo.
8 ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
Tsono Abramu anati kwa Loti, “Pasakhale mikangano pakati pa iwe ndi ine kapena pakati pa abusa ako ndi anga, popeza ndife abale.
9 ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”
Kodi dziko lonseli silili pamaso pako? Tiye tisiyane. Iwe ukalowera kumanzere, ine ndilowera kumanja; ukalowera kumanja, ine ndipita kumanzere.”
10 ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
Loti atamwazamwaza maso anaona kuti chigwa chonse cha mtsinje wa Yorodani chinali chothiriridwa bwino ngati munda wa Yehova, kapena ngati dziko la ku Igupto mpaka ku Zowari. (Nthawi iyi nʼkuti Yehova asanawononge Sodomu ndi Gomora).
11 ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।
Choncho Loti anadzisankhira yekha chigwa chonse cha Yorodani nanyamuka kulowera cha kummawa. Choncho anthu awiriwa anasiyana.
12 ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।
Abramu anakhala mʼdziko la Kanaani, pamene Loti anakakhala pakati pa mizinda ikuluikulu ya mʼchigwamo. Anamanga tenti yake pafupi ndi Sodomu.
13 ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।
Tsono anthu a ku Sodomu anali oyipa ndiponso ankachimwira Yehova kwambiri.
14 ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
Loti atachoka, Yehova anati kwa Abramu, “Kuchokera pamene ulipo tayangʼanayangʼana cha kumpoto, kummwera, kummawa ndi kumadzulo.
15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
Dziko lonse ukulionalo ndidzalipereka kwa iwe ndi zidzukulu zako mpaka muyaya.
16 ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
Ndidzakupatsa zidzukulu zochuluka ngati fumbi lapansi moti amene angathe kuwerenga fumbilo ndiye kuti angathenso kuwerenga zidzukulu zako.
17 ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା।”
Dzuka ndipo uyendere dziko lonseli mulitali ndi mulifupi pakuti ndalipereka kwa iwe.”
18 ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
Choncho Abramu anasamutsa tenti yake napita kukakhala pafupi ndi mitengo ikuluikulu ija ya thundu ya ku Mamre ku Hebroni, kumene anamangira Yehova guwa lansembe.