< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13 >

1 ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।
Så drog Abram fra Egypten op til sydlandet med sin hustru og alt det han eide, og Lot var med ham.
2 ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।
Og Abram var meget rik på buskap og på sølv og gull.
3 ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍‍ ଆଡ଼କୁ ଯାଉ ଯାଉ ବେଥେଲ୍‍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,
Og han drog i dagsreiser fra sydlandet, til han kom til Betel, til det sted hvor hans telt før hadde vært, mellem Betel og Ai,
4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
der hvor det alter var som han hadde bygget første gang han var der; og der påkalte Abram Herrens navn.
5 ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।
Men også Lot, som drog med Abram, hadde småfe og storfe og telt.
6 ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।
Og landet kunde ikke rumme dem, så de kunde bo sammen; for deres eiendom var for stor til at de kunde bo sammen.
7 ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।
Så blev det trette mellem Abrams hyrder og Lots hyrder; og kana'anittene og ferisittene bodde dengang i landet.
8 ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
Da sa Abram til Lot: Kjære, la det ikke være trette mellem mig og dig og mellem mine hyrder og dine hyrder! Vi er jo brødre.
9 ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”
Ligger ikke hele landet åpent for dig? Skill dig heller fra mig! Drar du til venstre, vil jeg dra til høire, og drar du til høire, vil jeg dra til venstre.
10 ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
Da så Lot ut over landet, og han så at hele Jordan-sletten like til Soar overalt var rik på vann, som Herrens have, som Egyptens land - det var før Herren hadde ødelagt Sodoma og Gomorra.
11 ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।
Og Lot valgte for sig hele Jordan-sletten. Så drog Lot østover, og de skiltes fra hverandre.
12 ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।
Abram blev boende i Kana'ans land, og Lot bodde i byene på sletten og drog med sine telt like bort til Sodoma.
13 ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।
Men mennene i Sodoma var onde og syndet storlig mot Herren.
14 ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
Og Herren sa til Abram efterat Lot hadde skilt sig fra ham: Løft dine øine og se fra det sted hvor du står, mot nord og mot syd og mot øst og mot vest!
15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
For hele det land du ser, vil jeg gi dig og din ætt til evig tid.
16 ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
Og jeg vil la din ætt bli som støvet på jorden; kan nogen telle støvet på jorden, så skal også din ætt kunne telles.
17 ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା।”
Stå op, og dra gjennem landet så langt og så bredt som det er! For dig vil jeg gi det.
18 ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
Og Abram flyttet sine telt og kom til Mamres terebinte-lund i Hebron; der bosatte han sig, og han bygget der et alter for Herren.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13 >