< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14 >

1 ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା ଓ ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
factum est autem in illo tempore ut Amrafel rex Sennaar et Arioch rex Ponti et Chodorlahomor rex Aelamitarum et Thadal rex Gentium
2 ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍‍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍‍, ସୋୟରର ରାଜା ସହିତ ଯୁଦ୍ଧ କଲେ।
inirent bellum contra Bara regem Sodomorum et contra Bersa regem Gomorrae et contra Sennaab regem Adamae et contra Semeber regem Seboim contraque regem Balae ipsa est Segor
3 ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍‍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।
omnes hii convenerunt in vallem Silvestrem quae nunc est mare Salis
4 ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,
duodecim enim annis servierant Chodorlahomor et tertiodecimo anno recesserunt ab eo
5 ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍‍ରେ ଏମୀୟ ଲୋକମାନଙ୍କୁ,
igitur anno quartodecimo venit Chodorlahomor et reges qui erant cum eo percusseruntque Rafaim in Astharothcarnaim et Zuzim cum eis et Emim in Savecariathaim
6 ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।
et Chorreos in montibus Seir usque ad campestria Pharan quae est in solitudine
7 ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
reversique sunt et venerunt ad fontem Mesfat ipsa est Cades et percusserunt omnem regionem Amalechitarum et Amorreum qui habitabat in Asasonthamar
8 ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍‍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,
et egressi sunt rex Sodomorum et rex Gomorrae rexque Adamae et rex Seboim necnon et rex Balae quae est Segor et direxerunt contra eos aciem in valle Silvestri
9 ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।
scilicet adversum Chodorlahomor regem Aelamitarum et Thadal regem Gentium et Amrafel regem Sennaar et Arioch regem Ponti quattuor reges adversus quinque
10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।
vallis autem Silvestris habebat puteos multos bituminis itaque rex Sodomorum et Gomorrae terga verterunt cecideruntque ibi et qui remanserant fugerunt ad montem
11 ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।
tulerunt autem omnem substantiam Sodomorum et Gomorrae et universa quae ad cibum pertinent et abierunt
12 ପୁଣି, ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।
necnon et Loth et substantiam eius filium fratris Abram qui habitabat in Sodomis
13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେର୍‍ର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।
et ecce unus qui evaserat nuntiavit Abram Hebraeo qui habitabat in convalle Mambre Amorrei fratris Eschol et fratris Aner hii enim pepigerant foedus cum Abram
14 ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନି ଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ।
quod cum audisset Abram captum videlicet Loth fratrem suum numeravit expeditos vernaculos suos trecentos decem et octo et persecutus est eos usque Dan
15 ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।
et divisis sociis inruit super eos nocte percussitque eos et persecutus est usque Hoba quae est ad levam Damasci
16 ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।
reduxitque omnem substantiam et Loth fratrem suum cum substantia illius mulieres quoque et populum
17 ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।
egressus est autem rex Sodomorum in occursum eius postquam reversus est a caede Chodorlahomor et regum qui cum eo erant in valle Save quae est vallis Regis
18 ପୁଣି, ଶାଲେମ୍‍ର ରାଜା ମଲ୍‍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;
at vero Melchisedech rex Salem proferens panem et vinum erat enim sacerdos Dei altissimi
19 ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ;
benedixit ei et ait benedictus Abram Deo excelso qui creavit caelum et terram
20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
et benedictus Deus excelsus quo protegente hostes in manibus tuis sunt et dedit ei decimas ex omnibus
21 ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”
dixit autem rex Sodomorum ad Abram da mihi animas cetera tolle tibi
22 ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
qui respondit ei levo manum meam ad Dominum Deum excelsum possessorem caeli et terrae
23 ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ‘ଆମ୍ଭେ ଅବ୍ରାମଙ୍କୁ ଧନବାନ କରିଅଛୁ।’
quod a filo subteminis usque ad corrigiam caligae non accipiam ex omnibus quae tua sunt ne dicas ego ditavi Abram
24 କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍‍, ଆନେର୍‍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।”
exceptis his quae comederunt iuvenes et partibus virorum qui venerunt mecum Aner Eschol et Mambre isti accipient partes suas

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14 >