< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15 >

1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”
ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”
2 ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କʼଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।”
ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କʼଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।”
3 ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”
ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”
4 ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
5 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
6 ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।
ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।
7 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”
8 ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”
ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”
9 ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”
ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”
10 ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।
ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।
11 ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।
ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।
12 ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।
ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।
13 ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
14 ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।
ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।
15 ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।
ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।
16 ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
17 ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।
ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।
18 ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
19 ଅର୍ଥାତ୍‍, କେନୀୟ, କନଜୀୟ, କଦ୍‍ମୋନୀୟ,
ଅର୍ଥାତ୍‍, କେନୀୟ, କନଜୀୟ, କଦ୍‍ମୋନୀୟ,
20 ହିତ୍ତୀୟ, ପରିଷୀୟ, ରଫାୟୀୟ,
ହିତ୍ତୀୟ, ପରିଷୀୟ, ରଫାୟୀୟ,
21 ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”
ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15 >