< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 16 >

1 ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।
Igitur Sarai, uxor Abram, non genuerat liberos: sed habens ancillam ægyptiam nomine Agar,
2 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।
dixit marito suo: Ecce, conclusit me Dominus, ne parerem. Ingredere ad ancillam meam, si forte saltem ex illa suscipiam filios. Cumque ille acquiesceret deprecanti,
3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।
tulit Agar ægyptiam ancillam suam post annos decem quam habitare cœperant in terra Chanaan: et dedit eam viro suo uxorem.
4 ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା।
Qui ingressus est ad eam. At illa concepisse se videns, despexit dominam suam.
5 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
Dixitque Sarai ad Abram: Inique agis contra me: ego dedi ancillam meam in sinum tuum, quæ videns quod conceperit, despectui me habet: judicet Dominus inter me et te.
6 ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।
Cui respondens Abram: Ecce, ait, ancilla tua in manu tua est, utere ea ut libet. Affligente igitur eam Sarai, fugam iniit.
7 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍‍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
Cumque invenisset eam angelus Domini juxta fontem aquæ in solitudine, qui est in via Sur in deserto,
8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”
dixit ad illam: Agar ancilla Sarai, unde venis? et quo vadis? Quæ respondit: A facie Sarai dominæ meæ ego fugio.
9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରିଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”
Dixitque ei angelus Domini: Revertere ad dominam tuam, et humiliare sub manu illius.
10 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।”
Et rursum: Multiplicans, inquit, multiplicabo semen tuum, et non numerabitur præ multitudine.
11 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
Ac deinceps: Ecce, ait, concepisti, et paries filium: vocabisque nomen ejus Ismaël, eo quod audierit Dominus afflictionem tuam.
12 ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”
Hic erit ferus homo: manus ejus contra omnes, et manus omnium contra eum: et e regione universorum fratrum suorum figet tabernacula.
13 ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”
Vocavit autem nomen Domini qui loquebatur ad eam: Tu Deus qui vidisti me. Dixit enim: Profecto hic vidi posteriora videntis me.
14 ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।
Propterea appellavit puteum illum Puteum viventis et videntis me. Ipse est inter Cades et Barad.
15 ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ।
Peperitque Agar Abræ filium: qui vocavit nomen ejus Ismaël.
16 ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।
Octoginta et sex annorum erat Abram quando peperit ei Agar Ismaëlem.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 16 >