< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17 >
1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Puis, Abram étant parvenu à l'âge de quatre-vingt-dix-neuf ans, l'Éternel apparut à Abram, et lui dit: Je suis le Dieu Tout-Puissant; marche devant ma face, et sois intègre.
2 ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।”
Et j'établirai mon alliance entre moi et toi, et je te multiplierai très abondamment.
3 ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
Alors Abram tomba sur sa face; et Dieu lui parla, et lui dit:
4 “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।
Pour moi, voici, mon alliance est avec toi et tu deviendras père d'une multitude de nations.
5 ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।
Et l'on ne t'appellera plus Abram (père élevé), mais ton nom sera Abraham (père d'une multitude); car je t'établis père d'une multitude de nations.
6 ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।
Et je te ferai croître très abondamment, et je ferai de toi des nations; et des rois sortiront de toi.
7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Et j'établirai mon alliance entre moi et toi, et ta postérité après toi, d'âge en âge, pour être une alliance éternelle; afin que je sois ton Dieu, et celui de ta postérité après toi.
8 ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”
Et je donnerai, à toi et à ta postérité après toi, le pays où tu séjournes, tout le pays de Canaan, en possession perpétuelle; et je serai leur Dieu.
9 ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।
Puis Dieu dit à Abraham: Mais toi, tu garderas mon alliance, toi et ta postérité après toi, d'âge en âge.
10 ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।
Voici mon alliance que vous garderez, et qui sera entre moi et vous, et ta postérité après toi: c'est que tout mâle parmi vous sera circoncis.
11 ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।
Et vous circoncirez votre chair, et ce sera un signe d'alliance entre moi et vous.
12 ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।
A l'âge de huit jours tout mâle sera circoncis parmi vous, dans vos générations, tant celui qui est né dans la maison que celui qui, acheté à prix d'argent de quelque étranger que ce soit, n'est point de ta race;
13 ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।
On ne manquera pas de circoncire celui qui est né dans ta maison, et celui qui a été acheté de ton argent; et mon alliance sera dans votre chair une alliance éternelle.
14 ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”
L'incirconcis, le mâle qui ne se circoncira pas dans sa chair, sera retranché d'entre ses peuples: il a violé mon alliance.
15 ତହିଁ ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।
Dieu dit à Abraham: Quant à Saraï ta femme, tu ne l'appelleras plus Saraï, mais Sara (princesse) est son nom.
16 ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”
Et je la bénirai; et même je te donnerai d'elle un fils. Je la bénirai et elle deviendra des nations; des rois de peuples sortiront d'elle.
17 ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?”
Alors Abraham tomba sur sa face; et il rit, et dit en son cœur: Naîtrait-il un enfant à un homme âgé de cent ans? et Sara, âgée de quatre-vingt-dix ans, enfanterait-elle?
18 ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।”
Et Abraham dit à Dieu: Puisse Ismaël vivre devant toi!
19 ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।
Et Dieu dit: Certainement, Sara ta femme va t'enfanter un fils, et tu l'appelleras Isaac (rire), et j'établirai mon alliance avec lui, en alliance éternelle pour sa postérité après lui.
20 ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।
Je t'exauce aussi touchant Ismaël: Voici, je le bénis, et je le ferai croître et multiplier très abondamment. Il sera père de douze princes; et je ferai de lui une grande nation.
21 ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”
Mais j'établirai mon alliance avec Isaac, que Sara t'enfantera à cette époque, l'année prochaine.
22 ଏହି ପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ୱର ଅବ୍ରହାମଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
Et quand il eut achevé de parler avec lui, Dieu remonta d'auprès d'Abraham.
23 ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।
Et Abraham prit Ismaël son fils et tous ceux qui étaient nés dans sa maison, et tous ceux qu'il avait achetés de son argent, tous les mâles parmi les gens de la maison d'Abraham; et il circoncit leur chair en ce même jour-là, comme Dieu le lui avait dit.
24 ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
Or Abraham était âgé de quatre-vingt-dix-neuf ans, quand il se circoncit.
25 ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
Et Ismaël son fils avait treize ans, lorsqu'il fut circoncis.
26 ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାୟେଲର ସୁନ୍ନତ ହେଲା।
Abraham et Ismaël son fils furent circoncis en ce même jour-là.
27 ପୁଣି, ତାଙ୍କ ଗୃହଜାତ ଓ ବିଦେଶୀୟମାନଙ୍କ ନିକଟରୁ ମୂଲ୍ୟକ୍ରୀତ ତାଙ୍କ ଗୃହସ୍ଥ ସମସ୍ତ ପୁରୁଷର ସୁନ୍ନତ ହେଲା।
Et toutes les personnes de sa maison, ceux qui étaient nés dans la maison, et ceux qui avaient été achetés des étrangers à prix d'argent, furent circoncis avec lui.