< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 18 >

1 ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।
و خداوند در بلوطستان ممری، بروی ظاهر شد، و او در گرمای روز به درخیمه نشسته بود.۱
2 ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,
ناگاه چشمان خود را بلندکرده، دید که اینک سه مرد در مقابل اوایستاده‌اند. و چون ایشان را دید، از در خیمه به استقبال ایشان شتافت، و رو بر زمین نهاد۲
3 “ହେ ପ୍ରଭୋ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।
و گفت: «ای مولا، اکنون اگر منظور نظر تو شدم، از نزدبنده خود مگذر،۳
4 ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
اندک آبی بیاورند تا پای خودرا شسته، در زیر درخت بیارامید،۴
5 ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲା ପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”
و لقمه نانی بیاورم تا دلهای خود را تقویت دهید و پس از آن روانه شوید، زیرا برای همین، شما را بر بنده خودگذر افتاده است.» گفتند: «آنچه گفتی بکن.»۵
6 ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”
پس ابراهیم به خیمه، نزد ساره شتافت و گفت: «سه کیل از آرد میده بزودی حاضر کن و آن را خمیرکرده، گرده‌ها بساز.»۶
7 ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।
و ابراهیم به سوی رمه شتافت و گوساله نازک خوب گرفته، به غلام خودداد تا بزودی آن را طبخ نماید.۷
8 ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।
پس کره و شیر وگوساله‌ای را که ساخته بود، گرفته، پیش روی ایشان گذاشت، و خود در مقابل ایشان زیردرخت ایستاد تا خوردند.۸
9 ତହିଁ ଉତ୍ତାରେ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”
به وی گفتند: «زوجه ات ساره کجاست؟» گفت: «اینک درخیمه است.»۹
10 ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ।” ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।
گفت: «البته موافق زمان حیات، نزد تو خواهم برگشت، و زوجه ات ساره را پسری خواهد شد.» و ساره به در خیمه‌ای که در عقب اوبود، شنید.۱۰
11 ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।
و ابراهیم و ساره پیر و سالخورده بودند، و عادت زنان از ساره منقطع شده بود.۱۱
12 ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”
پس ساره در دل خود بخندید و گفت: «آیا بعداز فرسودگی‌ام مرا شادی خواهد بود، و آقایم نیزپیر شده است؟»۱۲
13 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “‘ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ,’ ଏହା ଭାବି ସାରା କାହିଁକି ହସିଲା?
و خداوند به ابراهیم گفت: «ساره برای چه خندید؟» و گفت: «آیا فی الحقیقه خواهم زایید و حال آنکه پیر هستم؟»۱۳
14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”
«مگرهیچ امری نزد خداوند مشکل است؟ در وقت موعود، موافق زمان حیات، نزد تو خواهم برگشت و ساره را پسری خواهد شد.»۱۴
15 ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”
آنگاه ساره انکار کرده، گفت: «نخندیدم»، چونکه ترسید. گفت: «نی، بلکه خندیدی.»۱۵
16 ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।
پس، آن مردان از آنجا برخاسته، متوجه سدوم شدند، و ابراهیم ایشان را مشایعت نمود.۱۶
17 ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା?
و خداوند گفت: «آیا آنچه من می‌کنم ازابراهیم مخفی دارم؟۱۷
18 ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।
و حال آنکه از ابراهیم هرآینه امتی بزرگ و زورآور پدید خواهد آمد، وجمیع امت های جهان از او برکت خواهند یافت.۱۸
19 ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
زیرا او را می‌شناسم که فرزندان و اهل خانه خود را بعد از خود امر خواهد فرمود تا طریق خداوند را حفظ نمایند، و عدالت و انصاف را بجاآورند، تا خداوند آنچه به ابراهیم گفته است، به وی برساند.»۱۹
20 ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;
پس خداوند گفت: «چونکه فریاد سدوم و عموره زیاد شده است، و خطایای ایشان بسیار گران،۲۰
21 ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।”
اکنون نازل می‌شوم تا ببینم موافق این فریادی که به من رسیده، بالتمام کرده اندوالا خواهم دانست.»۲۱
22 ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।
آنگاه آن مردان از آنجابسوی سدوم متوجه شده، برفتند. و ابراهیم درحضور خداوند هنوز ایستاده بود.۲۲
23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?
و ابراهیم نزدیک آمده، گفت: «آیا عادل را با شریر هلاک خواهی کرد؟۲۳
24 ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?
شاید در شهر پنجاه عادل باشند، آیا آن را هلاک خواهی کرد و آن مکان را بخاطرآن پنجاه عادل که در آن باشند، نجات نخواهی داد؟۲۴
25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”
حاشا از تو که مثل این کار بکنی که عادلان را با شریران هلاک سازی و عادل و شریر مساوی باشند. حاشا از تو آیا داور تمام جهان، انصاف نخواهد کرد؟»۲۵
26 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”
خداوند گفت: «اگر پنجاه عادل در شهر سدوم یابم هر آینه تمام آن مکان را به‌خاطر ایشان رهایی دهم.»۲۶
27 ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।
ابراهیم در جواب گفت: «اینک من که خاک و خاکستر هستم جرات کردم که به خداوند سخن گویم.۲۷
28 ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”
شاید از آن پنجاه عادل پنج کم باشد، آیا تمام شهر را بسبب پنج، هلاک خواهی کرد؟» گفت: «اگر‌چهل و پنج در آنجا یابم، آن را هلاک نکنم.»۲۸
29 ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।”
بار دیگر بدو عرض کرده، گفت: «هر گاه در آنجا چهل یافت شوند؟» گفت: «به‌خاطر چهل آن را نکنم.»۲۹
30 ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।”
گفت: «زنهار غضب خداوند افروخته نشود تاسخن گویم، شاید در آنجا سی پیدا شوند؟» گفت: «اگر در آنجا سی یابم، این کار را نخواهم کرد.»۳۰
31 ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
گفت: «اینک جرات کردم که به خداوندعرض کنم. اگر بیست در آنجا یافت شوند؟» گفت: «به‌خاطر بیست آن را هلاک نکنم.»۳۱
32 ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
گفت: «خشم خداوند، افروخته نشود تا این دفعه را فقط عرض کنم، شاید ده در آنجا یافت شوند؟» گفت: «به‌خاطر ده آن را هلاک نخواهم ساخت.»۳۲
33 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।
پس خداوند چون گفتگو را با ابراهیم به اتمام رسانید، برفت و ابراهیم به مکان خویش مراجعت کرد.۳۳

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 18 >