< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2 >

1 ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
ויכלו השמים והארץ וכל צבאם׃
2 ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
ויכל אלהים ביום השביעי מלאכתו אשר עשה וישבת ביום השביעי מכל מלאכתו אשר עשה׃
3 ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
ויברך אלהים את יום השביעי ויקדש אתו כי בו שבת מכל מלאכתו אשר ברא אלהים לעשות׃
4 ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
אלה תולדות השמים והארץ בהבראם ביום עשות יהוה אלהים ארץ ושמים׃
5 ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
וכל שיח השדה טרם יהיה בארץ וכל עשב השדה טרם יצמח כי לא המטיר יהוה אלהים על הארץ ואדם אין לעבד את האדמה׃
6 ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
ואד יעלה מן הארץ והשקה את כל פני האדמה׃
7 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
וייצר יהוה אלהים את האדם עפר מן האדמה ויפח באפיו נשמת חיים ויהי האדם לנפש חיה׃
8 ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
ויטע יהוה אלהים גן בעדן מקדם וישם שם את האדם אשר יצר׃
9 ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
ויצמח יהוה אלהים מן האדמה כל עץ נחמד למראה וטוב למאכל ועץ החיים בתוך הגן ועץ הדעת טוב ורע׃
10 ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା।
ונהר יצא מעדן להשקות את הגן ומשם יפרד והיה לארבעה ראשים׃
11 ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।
שם האחד פישון הוא הסבב את כל ארץ החוילה אשר שם הזהב׃
12 ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।
וזהב הארץ ההוא טוב שם הבדלח ואבן השהם׃
13 ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
ושם הנהר השני גיחון הוא הסובב את כל ארץ כוש׃
14 ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
ושם הנהר השלישי חדקל הוא ההלך קדמת אשור והנהר הרביעי הוא פרת׃
15 ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
ויקח יהוה אלהים את האדם וינחהו בגן עדן לעבדה ולשמרה׃
16 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର,
ויצו יהוה אלהים על האדם לאמר מכל עץ הגן אכל תאכל׃
17 ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
ומעץ הדעת טוב ורע לא תאכל ממנו כי ביום אכלך ממנו מות תמות׃
18 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
ויאמר יהוה אלהים לא טוב היות האדם לבדו אעשה לו עזר כנגדו׃
19 ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
ויצר יהוה אלהים מן האדמה כל חית השדה ואת כל עוף השמים ויבא אל האדם לראות מה יקרא לו וכל אשר יקרא לו האדם נפש חיה הוא שמו׃
20 ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
ויקרא האדם שמות לכל הבהמה ולעוף השמים ולכל חית השדה ולאדם לא מצא עזר כנגדו׃
21 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
ויפל יהוה אלהים תרדמה על האדם ויישן ויקח אחת מצלעתיו ויסגר בשר תחתנה׃
22 ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
ויבן יהוה אלהים את הצלע אשר לקח מן האדם לאשה ויבאה אל האדם׃
23 ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
ויאמר האדם זאת הפעם עצם מעצמי ובשר מבשרי לזאת יקרא אשה כי מאיש לקחה זאת׃
24 ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
על כן יעזב איש את אביו ואת אמו ודבק באשתו והיו לבשר אחד׃
25 ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
ויהיו שניהם ערומים האדם ואשתו ולא יתבששו׃

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2 >