< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 20 >

1 ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।
Abrahamu anachokako kumeneko napita ku Negevi ndipo anakakhala ku dziko la Gerari, limene lili pakati pa mzinda wa Kadesi ndi mzinda wa Suri. Anakhala ku Gerari kwa kanthawi,
2 ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।
ndipo Abrahamu ankawawuza za Sara kuti, “Iyeyu ndi mlongo wanga.” Choncho Abimeleki, mfumu wa ku Gerari anamutenga Sara uja.
3 ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”
Koma usiku, Mulungu anafika kwa Abimeleki kutulo nati, “Ufatu iwe chifukwa cha mkazi amene watengayu popeza ndi wokwatiwa.”
4 ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?
Nthawi imeneyi nʼkuti Abimeleki asanamukhudze mkaziyo, kotero kuti anati, “Ambuye, kodi mudzawonongadi mtundu wolungama?
5 ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”
Kodi Abrahamu sanandiwuze kuti iyeyu ndi mlongo wake? Ndiponso mkaziyu ankanena kuti Abrahamu ndi mlongo wake. Choncho ine pochita izi, ndinkachita moona mtima ndiponso mopanda chinyengo.”
6 ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।
Tsono kumaloto komweko Mulungu anati kwa iye, “Inde ndikudziwa kuti wachita izi moona mtima, ndipo Ine sindinafune kuti undichimwire. Nʼchifukwa chake sindinakulole kuti umukhudze.
7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
Tsopano kabwezere mkaziyo kwa mwamuna wake. Iyeyu ndi mneneri, ndipo adzakupempherera kuti ukhale ndi moyo. Koma ukapanda kukamupereka, udziwiretu kuti udzafa pamodzi ndi onse a pa banja pako.”
8 ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।
Mmamawa mwake Abimeleki anayitanitsa akuluakulu ake onse, ndipo atawafotokozera zimene zinachitika, iwo aja anachita mantha kwambiri.
9 ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”
Kenaka Abimeleki anayitana Abrahamu ndipo anati, “Kodi wachita chiyani? Ndakulakwira chiyani kuti undibweretsere ine pamodzi ndi anthu anga chilango chachikulu chotere? Wandichitira zinthu zimene sizinayenera kuchitika.”
10 ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କʼଣ ଦେଖି ଏରୂପ କର୍ମ କଲ?”
Ndipo Abrahamu anafunsa Abimeleki kuti, “Chifukwa chiyani wachita zimenezi?”
11 ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।
Abrahamu anayankha nati, “Ndinkaganiza kuti kuno kulibiretu munthu woopa Mulungu. Ndiye ndimati mwina adzandipha chifukwa cha mkazi wanga.
12 ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।
Komabe kunena zoona, iyeyu ndi mlongo wangadi, mwana wamkazi wa abambo anga ngakhale kuti si ife a mayi mmodzi. Tsono akhoza kukhala mkazi wanga.
13 ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”
Ndiye pamene Mulungu anati ndichoke ku nyumba ya abambo anga, ndinawuza mkazi wangayu kuti, ‘Kuti uwonetse kuti ndiwe mkazi wokoma mtima, uziwuza anthu kulikonse kumene tingapite kuti ndine mlongo wako.’”
14 ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।
Tsono Abimeleki anapereka nkhosa, ngʼombe ndi antchito aamuna ndi aakazi kwa Abrahamu. Ndipo anamubwezeranso Abrahamu Sara, mkazi wake.
15 ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”
Tsono Abimeleki anati kwa Abrahamu, “Dziko langa ndi limene ukulionali; ukhale paliponse pamene ufuna.”
16 ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟବିଚାର କରାଗଲା।”
Ndipo kwa Sara, iye anati, “Ndikumupatsa mlongo wakoyu makilogalamu khumi ndi awiri a siliva kutsimikiza kuti iwe ndi wosalakwa pamaso pa onse amene ali ndi iwe; ulibedi mlandu.”
17 ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।
Tsono Abrahamu anapemphera kwa Mulungu ndipo Mulunguyo anachiritsa Abimeleki, mkazi wake pamodzi ndi adzakazi ake kuti athenso kubereka ana.
18 ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।
Paja Yehova nʼkuti atatseka akazi onse a mʼbanja la Abimeleki kuti asabereke ana chifukwa cha Sara, mkazi wa Abrahamu.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 20 >