< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 21 >

1 ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।
Or le Seigneur visita Sara, comme il l’avait promis, et il accomplit ce qu’il avait dit.
2 ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।
Elle conçut et enfanta un fils dans sa vieillesse, au temps que Dieu lui avait prédit.
3 ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‌ହାକ ରଖିଲେ।
Abraham appela son fils que lui engendra Sara, du nom d’Isaac.
4 ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‌ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।
Et il le circoncit le huitième jour, comme Dieu lui avait ordonné,
5 ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‌ହାକ ଜାତ ହେଲା।
Ayant alors cent ans: car c’est à cet âge de son père que naquit Isaac.
6 ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।”
Et Sara dit: Dieu m’a donné sujet de rire: quiconque l’apprendra, rira avec moi.
7 ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”
Elle dit encore: Qui aurait cru qu’Abraham entendrait dire que Sara allaiterait un fils qu’elle lui a enfanté lorsqu’il était déjà vieux?
8 ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‌ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
Cependant l’enfant grandit, et il fut sevré; et Abraham fit un grand festin au jour de son sevrage.
9 ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।
Mais Sara ayant vu le fils d’Agar l’Egyptienne se raillant d’Isaac son fils, elle dit à Abraham:
10 ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‌ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”
Chasse cette servante et son fils; car le fils de la servante ne sera pas héritier avec mon fils Isaac.
11 ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।
C’est avec peine qu’Abraham accueillit cette parole à cause de son fils.
12 ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‌ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
Dieu lui dit: Qu’elle ne te paraisse pas dure, cette parole sur l’enfant et sur la servante: quelque chose que te dise Sara, écoute sa voix; parce que c’est en Isaac que sera ta postérité.
13 ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”
Mais le fils même de la servante, je le ferai père d’une grande nation, parce qu’il est né de toi.
14 ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍‍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।
Abraham se leva donc le matin, et prenant du pain et une outre pleine d’eau, il les mit sur l’épaule d’Agar, lui donna l’enfant et la renvoya. Celle-ci s’en étant allée, errait dans le désert de Bersabée.
15 ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ିଦେଲା।
Et quand l’eau de l’outre fut consommée, elle porta l’enfant sous un des arbres qui étaient là.
16 ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚସ୍ୱରରେ ରୋଦନ କଲା।
Et elle s’en alla et s’assit vis-à-vis, aussi loin qu’un arc peut lancer son trait; car elle dit: Je ne verrai pas mourir mon fils. Et assise en face, elle éleva sa voix et pleura.
17 ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।
Or Dieu entendit la voix de l’enfant: l’ange de Dieu appela Agar du ciel, disant: Que fais-tu, Agar? ne crains point, car Dieu a entendu la voix de l’enfant du lieu dans lequel il est.
18 ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”
Lève-toi, prends l’enfant et le tiens par la main; car je le ferai père d’une grande nation.
19 ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।
Alors Dieu lui ouvrit les yeux: et voyant un puits d’eau, elle alla et remplit l’outre, et donna à boire à l’enfant.
20 ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।
Et Dieu fut avec lui: il grandit, demeura dans le désert, et devint un jeune homme habile à tirer de l’arc.
21 ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।
Il habita dans le désert de Pharan, et sa mère prit pour lui une femme de la terre d’Égypte.
22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।
En ce même temps Abimélech et Pichol, chef de son armée, dirent à Abraham: Dieu est avec toi en tout ce que tu fais.
23 ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”
Jure donc par Dieu que tu ne feras pas de mal, ni à moi, ni à mes enfants, ni à ma race; mais que selon la miséricorde que j’ai exercée envers toi, tu l’exerceras envers moi et envers la terre dans laquelle tu as demeuré comme étranger.
24 ତହିଁରେ ଅବ୍ରହାମ କହିଲେ, “ମୁଁ ଶପଥ କରିବି।”
Et Abraham dit: Je le jure.
25 ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।
Mais il se plaignit à Abimélech, à cause du puits d’eau que ses serviteurs lui avaient ôté avec violence.
26 ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”
Abimélech repartit: Je n’ai pas su qui a fait cela; mais toi-même, tu ne m’en as pas averti; et moi je n’en ai pas ouï parler, si ce n’est aujourd’hui.
27 ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ।
Abraham prit donc des brebis et des bœufs, et les donna à Abimélech, et ils firent tous deux alliance.
28 ଆଉ ଅବ୍ରହାମ ପଲରୁ ସାତଗୋଟି ମେଷବତ୍ସା ପୃଥକ କରି ରଖିଲେ।
Et Abraham mit sept jeunes brebis de son troupeau à part.
29 ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?”
Et Abimélech lui demanda: Que signifient ces jeunes brebis que tu as mises à part?
30 ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼ ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”
Mais Abraham: Ces sept jeunes brebis, dit-il, tu les recevras de ma main, afin qu’elles me soient en témoignage que c’est moi qui ai creusé ce puits.
31 ଏଣୁ ସେହି ସ୍ଥାନର ନାମ ବେର୍‍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।
C’est pourquoi ce lieu fut appelé Bersabée, parce que là l’un et l’autre jura.
32 ଏହିରୂପେ ସେମାନେ ବେର୍‍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।
C’est ainsi qu’ils firent alliance, pour le puits du serment.
33 ଏଥିଉତ୍ତାରେ ଅବ୍ରହାମ ସେହି ବେର୍‍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Abimélech se leva ensuite, et Pichol, chef de son armée, et ils retournèrent dans le pays des Philistins. Mais Abraham planta un bois à Bersabée, et il invoqua là le nom du Seigneur Dieu éternel.
34 ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।
Et il demeura comme étranger dans la terre des Philistins, durant de longs jours.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 21 >