< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 21 >
1 ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।
Visitavit autem Dominus Saram, sicut promiserat: et implevit quæ locutus est.
2 ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।
Concepitque et peperit filium in senectute sua, tempore quo prædixerat ei Deus.
3 ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍ହାକ ରଖିଲେ।
Vocavitque Abraham nomen filii sui, quem genuit ei Sara, Isaac:
4 ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।
et circumcidit eum octavo die, sicut præceperat ei Deus,
5 ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍ହାକ ଜାତ ହେଲା।
cum centum esset annorum: hac quippe ætate patris, natus est Isaac.
6 ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।”
Dixitque Sara: Risum fecit mihi Deus: quicumque audierit, corridebit mihi.
7 ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”
Rursumque ait: Quis auditurus crederet Abraham quod Sara lactaret filium, quem peperit et iam seni?
8 ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
Crevit igitur puer, et ablactatus est: fecitque Abraham grande convivium in die ablactationis eius.
9 ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।
Cumque vidisset Sara filium Agar Ægyptiæ ludentem cum Isaac filio suo, dixit ad Abraham:
10 ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”
Eiice ancillam hanc, et filium eius: non enim erit heres filius ancillæ cum filio meo Isaac.
11 ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।
Dure accepit hoc Abraham pro filio suo.
12 ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
Cui dixit Deus: Non tibi videatur asperum super puero, et super ancilla tua: omnia quæ dixerit tibi Sara, audi vocem eius: quia in Isaac vocabitur tibi semen.
13 ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”
Sed et filium ancillæ faciam in gentem magnam, quia semen tuum est.
14 ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।
Surrexit itaque Abraham mane, et tollens panem et utrem aquæ, imposuit scapulæ eius, tradiditque puerum, et dimisit eam. Quæ cum abiisset, errabat in solitudine Bersabee.
15 ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ିଦେଲା।
Cumque consumpta esset aqua in utre, abiecit puerum subter unam arborum, quæ ibi erant.
16 ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚସ୍ୱରରେ ରୋଦନ କଲା।
Et abiit, seditque e regione procul quantum potest arcus iacere. Dixit enim: Non videbo morientem puerum: et sedens contra, levavit vocem suam et flevit.
17 ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।
Exaudivit autem Deus vocem pueri: vocavitque Angelus Dei Agar de cælo, dicens: Quid agis Agar? noli timere: exaudivit enim Deus vocem pueri de loco in quo est.
18 ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”
Surge, tolle puerum, et tene manum illius: quia in gentem magnam faciam eum.
19 ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।
Aperuitque oculos eius Deus: quæ videns puteum aquæ, abiit, et implevit utrem, deditque puero bibere.
20 ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।
Et fuit cum eo: qui crevit, et moratus est in solitudine, factusque est iuvenis sagittarius.
21 ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।
Habitavitque in deserto Pharan, et accepit illi mater sua uxorem de terra Ægypti.
22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।
Eodem tempore dixit Abimelech, et Phicol princeps exercitus eius ad Abraham: Deus tecum est in universis quæ agis.
23 ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”
Iura ergo per Deum, ne noceas mihi, et posteris meis, stirpique meæ: sed iuxta misericordiam, quam feci tibi, facies mihi, et terræ in qua versatus es advena.
24 ତହିଁରେ ଅବ୍ରହାମ କହିଲେ, “ମୁଁ ଶପଥ କରିବି।”
Dixitque Abraham: Ego iurabo.
25 ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।
Et increpavit Abimelech propter puteum aquæ quem vi abstulerunt servi eius.
26 ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”
Responditque Abimelech: Nescivi quis fecerit hanc rem: sed et tu non indicasti mihi, et ego non audivi præter hodie.
27 ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ।
Tulit itaque Abraham oves et boves, et dedit Abimelech: percusseruntque ambo fœdus.
28 ଆଉ ଅବ୍ରହାମ ପଲରୁ ସାତଗୋଟି ମେଷବତ୍ସା ପୃଥକ କରି ରଖିଲେ।
Et statuit Abraham septem agnas gregis seorsum.
29 ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?”
Cui dixit Abimelech: Quid sibi volunt septem agnæ istæ, quas stare fecisti seorsum?
30 ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼ ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”
At ille: Septem, inquit, agnas accipies de manu mea: ut sint mihi in testimonium, quoniam ego fodi puteum istum.
31 ଏଣୁ ସେହି ସ୍ଥାନର ନାମ ବେର୍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।
Idcirco vocatus est locus ille Bersabee: quia ibi uterque iuravit.
32 ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।
Et inierunt fœdus pro puteo iuramenti.
33 ଏଥିଉତ୍ତାରେ ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Surrexit autem Abimelech, et Phicol princeps exercitus eius, reversique sunt in terram Palæstinorum. Abraham vero plantavit nemus in Bersabee, et invocavit ibi nomen Domini Dei æterni.
34 ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।
Et fuit colonus terræ Palæstinorum diebus multis.