< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22 >

1 ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଏଠାରେ ଅଛି।”
ויהי אחר הדברים האלה והאלהים נסה את אברהם ויאמר אליו אברהם ויאמר הנני
2 ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍‍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‌ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
ויאמר קח נא את בנך את יחידך אשר אהבת את יצחק ולך לך אל ארץ המריה והעלהו שם לעלה על אחד ההרים אשר אמר אליך
3 ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍‌ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।
וישכם אברהם בבקר ויחבש את חמרו ויקח את שני נעריו אתו ואת יצחק בנו ויבקע עצי עלה ויקם וילך אל המקום אשר אמר לו האלהים
4 ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ।
ביום השלישי וישא אברהם את עיניו וירא את המקום--מרחק
5 ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”
ויאמר אברהם אל נעריו שבו לכם פה עם החמור ואני והנער נלכה עד כה ונשתחוה ונשובה אליכם
6 ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‌ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।
ויקח אברהם את עצי העלה וישם על יצחק בנו ויקח בידו את האש ואת המאכלת וילכו שניהם יחדו
7 ଆଉ ଇସ୍‌ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?”
ויאמר יצחק אל אברהם אביו ויאמר אבי ויאמר הנני בני ויאמר הנה האש והעצים ואיה השה לעלה
8 ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।
ויאמר אברהם אלהים יראה לו השה לעלה בני וילכו שניהם יחדו
9 ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‌ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
ויבאו אל המקום אשר אמר לו האלהים ויבן שם אברהם את המזבח ויערך את העצים ויעקד את יצחק בנו וישם אתו על המזבח ממעל לעצים
10 ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।
וישלח אברהם את ידו ויקח את המאכלת לשחט את בנו
11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
ויקרא אליו מלאך יהוה מן השמים ויאמר אברהם אברהם ויאמר הנני
12 ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”
ויאמר אל תשלח ידך אל הנער ואל תעש לו מאומה כי עתה ידעתי כי ירא אלהים אתה ולא חשכת את בנך את יחידך ממני
13 ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
וישא אברהם את עיניו וירא והנה איל אחר נאחז בסבך בקרניו וילך אברהם ויקח את האיל ויעלהו לעלה תחת בנו
14 ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।”
ויקרא אברהם שם המקום ההוא יהוה יראה אשר יאמר היום בהר יהוה יראה
15 ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,
ויקרא מלאך יהוה אל אברהם שנית מן השמים
16 “ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;
ויאמר בי נשבעתי נאם יהוה כי יען אשר עשית את הדבר הזה ולא חשכת את בנך את יחידך
17 ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
כי ברך אברכך והרבה ארבה את זרעך ככוכבי השמים וכחול אשר על שפת הים וירש זרעך את שער איביו
18 ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
והתברכו בזרעך כל גויי הארץ עקב אשר שמעת בקלי
19 ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।
וישב אברהם אל נעריו ויקמו וילכו יחדו אל באר שבע וישב אברהם בבאר שבע
20 ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”
ויהי אחרי הדברים האלה ויגד לאברהם לאמר הנה ילדה מלכה גם הוא בנים--לנחור אחיך
21 ତାହାର ଜ୍ୟେଷ୍ଠ ପୁତ୍ର ଊଷ୍‍ ଓ ତାହାର ଭ୍ରାତା ବୂଷ୍‍ ଓ ଅରାମର ପିତା କମୂୟେଲ,
את עוץ בכרו ואת בוז אחיו ואת קמואל אבי ארם
22 ପୁଣି, କେଷଦ୍‍ ଓ ହସୋ ଓ ପିଲଦଶ୍‍ ଓ ଯିଦ୍‍ଲଫ୍‍ ଓ ବଥୂୟେଲ।
ואת כשד ואת חזו ואת פלדש ואת ידלף ואת בתואל
23 ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।
ובתואל ילד את רבקה שמנה אלה ילדה מלכה לנחור אחי אברהם
24 ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍‍, ତହଶ୍‍ ଓ ମାଖା, ଏମାନେ ଜାତ ହେଲେ।
ופילגשו ושמה ראומה ותלד גם הוא את טבח ואת גחם ואת תחש ואת מעכה

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22 >