< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 23 >

1 ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ।
And Sarah was an hundred and seven and twenty years old: these were the years of the life of Sarah.
2 ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍‍-ଅର୍ବରେ, ଅର୍ଥାତ୍‍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
And Sarah died in Kirjatharba; the same is Hebron in the land of Canaan: and Abraham came to mourn for Sarah, and to weep for her.
3 ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍‌ର ସନ୍ତାନମାନଙ୍କୁ କହିଲେ,
And Abraham stood up from before his dead, and spoke to the sons of Heth, saying,
4 “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”
I am a stranger and a sojourner with you: give me a possession of a burial plot with you, that I may bury my dead out of my sight.
5 ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;
And the children of Heth answered Abraham, saying to him,
6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”
Hear us, my lord: you are a mighty prince among us: in the choice of our sepulchers bury your dead; none of us shall withhold from you his sepulcher, but that you may bury your dead.
7 ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।
And Abraham stood up, and bowed himself to the people of the land, even to the children of Heth.
8 ପୁଣି, କଥୋପକଥନ କରି କହିଲେ, “ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।
And he communed with them, saying, If it be your mind that I should bury my dead out of my sight; hear me, and entreat for me to Ephron the son of Zohar,
9 ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍‍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”
That he may give me the cave of Machpelah, which he has, which is in the end of his field; for as much money as it is worth he shall give it me for a possession of a burial plot among you.
10 ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
And Ephron dwelled among the children of Heth: and Ephron the Hittite answered Abraham in the audience of the children of Heth, even of all that went in at the gate of his city, saying,
11 “ପ୍ରଭୋ, ସେପରି ନ ହେଉ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
No, my lord, hear me: the field give I you, and the cave that is therein, I give it you; in the presence of the sons of my people give I it you: bury your dead.
12 ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।
And Abraham bowed down himself before the people of the land.
13 ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”
And he spoke to Ephron in the audience of the people of the land, saying, But if you will give it, I pray you, hear me: I will give you money for the field; take it of me, and I will bury my dead there.
14 ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,
And Ephron answered Abraham, saying to him,
15 “ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
My lord, listen to me: the land is worth four hundred shekels of silver; what is that between me and you? bury therefore your dead.
16 ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।
And Abraham listened to Ephron; and Abraham weighed to Ephron the silver, which he had named in the audience of the sons of Heth, four hundred shekels of silver, current money with the merchant.
17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
And the field of Ephron which was in Machpelah, which was before Mamre, the field, and the cave which was therein, and all the trees that were in the field, that were in all the borders round about, were made sure
18 ଏହିସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।
To Abraham for a possession in the presence of the children of Heth, before all that went in at the gate of his city.
19 ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।
And after this, Abraham buried Sarah his wife in the cave of the field of Machpelah before Mamre: the same is Hebron in the land of Canaan.
20 ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।
And the field, and the cave that is therein, were made sure to Abraham for a possession of a burial plot by the sons of Heth.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 23 >