< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 23 >
1 ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ।
És volt Sárának élete: százhuszonhét év; ezek Sára életévei.
2 ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
És meghalt Sára Kirjász-Árbában, az Hebrón, Kánaán országában; és eljött Ábrahám, hogy gyászolja Sárát és sirassa.
3 ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍ର ସନ୍ତାନମାନଙ୍କୁ କହିଲେ,
És fölkelt Ábrahám az ő halottja mellől és szólt Chész fiaihoz, mondván:
4 “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”
Idegen és lakó vagyok és nálatok, adjatok nekem sírnak való birtokot nálatok, hadd temessem el halottamat magam elől.
5 ତହୁଁ ହେତ୍ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;
És feleltek Chész fiai Ábrahámnak, mondván neki:
6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”
Hallgass meg minket, Uram! Isten fejedelme vagy te mi közöttünk, sírjaink legkiválóbbjába temesd el halottadat; senki közülünk sem fogja megvonni az ő sírját te tőled, hogy eltemessed a te halottadat.
7 ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତ୍ର ସନ୍ତାନମାନଙ୍କୁ ପ୍ରଣାମ କଲେ।
Ábrahám pedig fölkelt és meghajolt az ország népe, Chész fiai előtt.
8 ପୁଣି, କଥୋପକଥନ କରି କହିଲେ, “ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।
És szólt hozzájuk mondván: Ha úgy akarjátok, hogy eltemessem halottamat magam elől, hallgassatok meg engem és könyörögjetek értem Efrónnál, Cóchár fiánál,
9 ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”
hogy adja nekem a Máchpéla barlangját, mely az övé, mely az ő mezeje végében van; teljes pénzért adja nekem közöttetek sírnak való birtokul.
10 ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
Efrón pedig ült Chész fiai között; és felelt Efrón, a chitti, Ábrahámnak, Chész fiai fülének hallatára, mindazok hallatára, akik bemennek az ő városának kapuján, mondván:
11 “ପ୍ରଭୋ, ସେପରି ନ ହେଉ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
Nem, uram! hallgass meg engem; a mezőt neked adtam és a barlangot, mely benne van, neked adtam azt, népem fiai szeme előtt adtam azt neked; temesd el halottadat.
12 ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।
És meghajolt Ábrahám az ország népe előtt.
13 ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”
És szólt Efrónhoz az ország népének füle hallatára, mondván: Bárcsak meghallgatnál engem: megadom a pénzt a mezőért, vedd el tőlem, hogy hadd temessem el halottamat oda.
14 ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,
És felelt Efrón Ábrahámnak, mondván neki:
15 “ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
Uram, hallgass meg engem! Egy föld négyszáz sékel ezüstért, köztem és közted, mi az? Halottadat pedig temesd el.
16 ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।
És elértette Ábrahám Efrónt és lemérte Ábrahám Efrónnak az ezüstöt, amelyről szólt Chész fiainak füle hallatára, négyszáz sékel ezüstöt, kelendőt a kereskedőnél.
17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
Így maradt Efrón mezeje, mely Máchpélában van, mely Mámré előtt van, a mező és a barlang, mely benne van és minden fa, mely a mezőn van, egész határában, köröskörül,
18 ଏହିସବୁରେ ହେତ୍ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।
Ábrahámé vétel gyanánt, Chész fiai szeme előtt, mindazok előtt, akik bemennek az ő városának kapuján,
19 ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।
És aztán eltemette Ábrahám Sárát, az ő feleségét Máchpéla mezejének barlangjába, Mámré előtt, az Hebrón; Kánaán országában.
20 ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।
És maradt a mező, meg a barlang, mely benne van, Ábrahámé sírnak való birtokul Chész fiaitól.