< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25 >
1 ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।
Abraham pak opět pojal ženu jménem Ceturu.
2 ସେ ତାଙ୍କ ନିମନ୍ତେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
Kterážto porodila jemu Zamrana, a Jeksana, a Madana, a Madiana, Jezbocha a Suecha.
3 ସେହି ଯକ୍ଷନ୍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
Jeksan potom zplodil Sábu a Dedana. Synové pak Dedanovi byli: Assurim, a Latuzim, a Laomim.
4 ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
Ale synové Madianovi: Efa, a Efer, a Enoch, a Abida, a Helda; všickni ti synové byli Cetury.
5 ଏଥିଉତ୍ତାରେ ଅବ୍ରହାମ ଇସ୍ହାକକୁ ଆପଣାର ସର୍ବସ୍ୱ ଦେଲେ।
I dal Abraham Izákovi všecko, což měl.
6 ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
Synům pak ženin svých dal Abraham dary, a odeslal je od Izáka syna svého, ještě živ jsa, k východu do země východní.
7 ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।
Tito pak jsou dnové let života Abrahamova, v nichž byl živ: Sto sedmdesáte a pět let.
8 ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
I skonal a umřel Abraham v starosti dobré, stár jsa a plný dnů; a připojen jest k lidu svému.
9 ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
Tedy pochovali ho Izák a Izmael synové jeho v jeskyni Machpelah, na poli Efrona, syna Sohar Hetejského, naproti Mamre,
10 ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
Na tom poli, kteréž byl koupil Abraham od synů Het; tu pochován jest Abraham i Sára manželka jeho.
11 ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
Po smrti pak Abrahamově požehnal Bůh Izákovi synu jeho, a bydlil Izák u studnice Živého vidoucího mne.
12 ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।
Tito jsou pak rodové Izmaele syna Abrahamova, jehož porodila Agar Egyptská, děvka Sářina, Abrahamovi.
13 ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠ ପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦାର ଓ ଅଦ୍ବେଲ ଓ ମିବ୍ସମ୍,
A tato jsou jména synů Izmaelových, jimiž se jmenují po rodech svých: Prvorozený Izmaelův Nabajot, po něm Cedar, a Adbeel a Mabsan,
A Masma, a Dumah a Massa,
15 ଓ ହଦଦ୍ ଓ ତେମା ଓ ଯିଟୁର ଓ ନାଫୀଶ୍ ଓ କେଦମା।
Hadar a Tema, Jetur, Nafis a Cedma.
16 ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି-ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।
Ti jsou synové Izmaelovi, a ta jména jejich, po vsech jejich, a po městech jejich, dvanáctero knížat po čeledech jejich.
17 ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
(Bylo pak života Izmaelova sto třidceti a sedm let, i skonal; a umřev, připojen jest k lidu svému.)
18 ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।
A bydlili od Hevilah až do Sur, jenž jest proti Egyptu, když jdeš do Assyrie; před tváří všech bratří svých položil se.
19 ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍ହାକଙ୍କୁ ଜାତ କଲେ;
Tito jsou také rodové Izáka syna Abrahamova: Abraham zplodil Izáka.
20 ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।
Byl pak Izák ve čtyřidcíti letech, když sobě vzal za manželku Rebeku, dceru Bathuele Syrského, z Pádan Syrské, sestru Lábana Syrského.
21 ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
I modlil se Izák pokorně Hospodinu za manželku svou; nebo byla neplodná. A uslyšel jej Hospodin; a tak počala Rebeka manželka jeho.
22 ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, “ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ?” ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
A když se děti potiskali v životě jejím, řekla: Má-liť tak býti, proč jsem já počala? Šla tedy, aby se otázala Hospodina.
23 ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
I řekl jí Hospodin: Dva národové jsou v životě tvém, a dvůj lid z života tvého se rozdělí; lid pak jeden nad druhý bude silnější, a větší sloužiti bude menšímu.
24 ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।
A když se naplnili dnové její, aby porodila, a aj, blíženci byli v životě jejím.
25 ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ ଦିଆଗଲା।
I vyšel první ryšavý všecken, a jako oděv chlupatý; i nazvali jméno jeho Ezau.
26 ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
Potom pak vyšel bratr jeho, a rukou svou držel Ezau za patu; pročež nazváno jest jméno jeho Jákob. A byl Izák v šedesáti letech, když ona je porodila.
27 ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।
A když dorostli ti děti, byl Ezau lovec umělý, chodě po polích; Jákob pak byl muž prostý a v staních bydlil.
28 ଇସ୍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
I byl Izák laskav na Ezau, proto že z lovu jeho míval pokrm; ale Rebeka laskava byla na Jákoba.
29 ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;
Uvařil pak Jákob krmičku. Tedy Ezau přišel z pole zemdlený,
30 ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା।
A řekl Jákobovi: Dej mi, prosím, jísti krmě té červené, nebo jsem umdlel. (Protož nazváno jest jméno jeho Edom.)
31 ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”
Odpověděl Jákob: Prodej mi dnes hned prvorozenství své.
32 ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?”
I řekl Ezau: Aj, já k smrti se blížím, k čemuž mi tedy to prvorozenství?
33 ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
Dí Jákob: Přisáhni mi dnes hned. I přisáhl mu, a prodal prvorozenství své Jákobovi.
34 ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।
Tedy Jákob dal Ezauchovi chleba a té krmě z šocovice. Kterýžto jedl a pil, a vstav, odšel; a tak pohrdl Ezau prvorozenstvím.