< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25 >

1 ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।
Abraham tomó otra esposa, cuyo nombre era Cetura,
2 ସେ ତାଙ୍କ ନିମନ୍ତେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
la cual le dio a luz a Zimram, Jocsán, Medán, Madián, Isbac y Súa.
3 ସେହି ଯକ୍‍ଷନ୍‍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
Jocsán engendró a Seba y a Dedán. Los hijos de Dedán fueron los asuritas, letusitas y leumitas,
4 ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
y los hijos de Madián fueron Efa, Efer, Hanoc, Abida y Elda. Todos estos fueron descendientes de Cetura.
5 ଏଥିଉତ୍ତାରେ ଅବ୍ରହାମ ଇସ୍‌ହାକକୁ ଆପଣାର ସର୍ବସ୍ୱ ଦେଲେ।
Abraham dio todo cuanto tenía a Isaac,
6 ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
pero les dio regalos a los hijos de las concubinas que tuvo. Y mientras vivía, los envió al oriente, lejos de su hijo Isaac, a la tierra oriental.
7 ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।
Los días de los años que vivió Abraham fueron 175 años.
8 ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
Abraham expiró y murió en buena vejez, anciano y satisfecho. Y fue reunido a su pueblo.
9 ଆଉ ତାଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
Sus hijos Isaac e Ismael lo sepultaron en la cueva de la Macpela, en el campo de Efrón, hijo de Zoar el heteo, que estaba enfrente de Mamre,
10 ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
el campo que Abraham compró a los hijos de Het. Allí fue sepultado Abraham junto a su esposa Sara.
11 ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‌ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‌ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
Sucedió después de la muerte de Abraham, que ʼElohim bendijo a Isaac su hijo. E Isaac vivió junto al pozo del Viviente-que-me-ve.
12 ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।
Estos son los descendientes de Ismael, hijo de Abraham, que Agar la egipcia, esclava de Sara, le dio a luz.
13 ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠ ପୁତ୍ର ନବାୟୋତ୍‍; ତାହା ଉତ୍ତାରେ କେଦାର ଓ ଅଦ୍‍ବେଲ ଓ ମିବ୍‍ସମ୍‍,
Estos son los nombres de los hijos de Ismael según su nacimiento: el primogénito de Ismael, Nebaiot, después, Cedar, Adbeel, Mibsam,
14 ମିଶ୍ମା ଓ ଦୂମା ଓ ମସା,
Misma, Duma, Massa,
15 ଓ ହଦଦ୍‍ ଓ ତେମା ଓ ଯିଟୁର ଓ ନାଫୀଶ୍‍ ଓ କେଦମା।
Hadar, Tema, Jetur, Nafis y Cedema.
16 ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି-ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।
Estos son los nombres de los hijos de Ismael según sus poblados y sus campamentos: 12 príncipes según sus naciones.
17 ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
Los años de la vida de Ismael fueron 137 años. Ismael murió y fue reunido a su pueblo.
18 ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।
Se estableció desde Havila hasta Shur, que está enfrente de Egipto en dirección a Asiria. Y habitó enfrentado a todos sus hermanos.
19 ଅବ୍ରହାମଙ୍କର ପୁତ୍ର ଇସ୍‌ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‌ହାକଙ୍କୁ ଜାତ କଲେ;
Estos son los descendientes de Isaac, hijo de Abraham. Abraham engendró a Isaac.
20 ସେହି ଇସ୍‌ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍‍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍‍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।
Isaac tenía 40 años cuando tomó como esposa a Rebeca, hija de Betuel, el arameo de Padan-aram, hermana de Labán el arameo.
21 ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
Isaac suplicó a Yavé por su esposa, que era estéril. Y Yavé atendió la súplica, y Rebeca su esposa concibió.
22 ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, “ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ?” ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
Pero como los hijos luchaban dentro de ella, dijo: Si es así, ¿para qué vivo? Y fue a consultar a Yavé.
23 ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
Y Yavé le dijo: Dos naciones hay en tu seno, Y dos pueblos se dividen aun desde tu vientre. Un pueblo será más fuerte que el otro, Y el mayor servirá al menor.
24 ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।
Cuando se cumplieron sus días para dar a luz, sí, había gemelos en su vientre.
25 ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ ଦିଆଗଲା।
El primero salió pelirrojo, todo el velludo como una pelliza, y llamaron su nombre Esaú.
26 ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
Después salió su hermano con su mano asida al talón de Esaú, y lo llamó Jacob. Isaac tenía 60 años cuando ella los dio a luz.
27 ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।
Los muchachos crecieron. Esaú fue hombre diestro en la caza, hombre del campo, mientras Jacob era hombre tranquilo, que vivía en tiendas.
28 ଇସ୍‌ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
Isaac prefería a Esaú porque la caza de éste era deleitosa a su boca, pero Rebeca amaba a Jacob.
29 ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;
Un día Jacob hizo un guiso, y cuando Esaú llegó del campo y estaba cansado,
30 ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।
dijo Esaú a Jacob: Te ruego que me dejes comer de eso rojo, porque estoy desfallecido. Por eso lo llamaron Edom.
31 ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”
Jacob respondió: Véndeme hoy tu primogenitura.
32 ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?”
Entonces Esaú dijo: Igual me voy a morir. ¿De qué me sirve la primogenitura?
33 ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
Y Jacob contestó: ¡Júramelo hoy! Le juró y vendió su primogenitura a Jacob.
34 ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।
Entonces Jacob dio pan con guiso de lentejas a Esaú. Él comió y bebió, se levantó y salió. Así despreció Esaú la primogenitura.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25 >