< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26 >

1 ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।
Aka yi yunwa a ƙasar; ban da yunwar da aka yi da fari a zamanin Ibrahim, sai Ishaku ya tafi wurin Abimelek sarkin Filistiyawa a Gerar.
2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।
Ubangiji kuwa ya bayyana ga Ishaku ya ce, “Kada ka gangara zuwa Masar; ka yi zauna a ƙasar da zan faɗa maka.
3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Ka zauna a wannan ƙasa na ɗan lokaci, zan kuwa kasance tare da kai, zan kuma albarkace ka. Gama zan ba da waɗannan ƙasashe gare ka da kuma zuriyarka. Zan kuma cika rantsuwar da na yi wa mahaifinka Ibrahim.
4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
Zan sa zuriyarka ta yi yawa kamar taurari a sararin sama zan kuwa ba su dukan waɗannan ƙasashe, ta wurin’ya’yanka kuma za a albarkaci dukan al’umman duniya,
5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”
domin Ibrahim ya yi mini biyayya ya kuma kiyaye umarnaina, ƙa’idodina da kuma dokokina.”
6 ତହିଁରେ ଇସ୍‌ହାକ ଗରାରଠାରେ ବାସ କଲେ।
Sai Ishaku ya zauna a Gerar.
7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
Sa’ad da mutanen wurin suka tambaye shi game da matarsa, sai ya ce, “’Yar’uwata ce,” gama yana tsoro yă ce, “Ita matata ce.” Ya yi tunani, “Mutane wannan wuri za su kashe ni ta dalili Rebeka, domin kyakkyawa ce.”
8 ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‌ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।
Sa’ad da Ishaku ya daɗe a can, sai Abimelek sarkin Filistiyawa ya duba daga taga ya ga Ishaku yana rungumar matarsa Rebeka.
9 ତେଣୁ ଅବିମେଲକ ଇସ୍‌ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍‌ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”
Saboda haka Abimelek ya aika Ishaku yă je, sa’an nan ya ce, “Tabbatacce ita matarka ce! Me ya sa ka ce, ‘Ita’yar’uwata ce?’” Ishaku ya amsa masa ya ce, “Don na yi tsammani zan rasa raina saboda ita.”
10 ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”
Sa’an nan Abimelek ya ce, “Me ke nan ka yi mana? Da a ce wani daga mazanmu ya kwana da matarka, ai, da ka jawo laifi a kanmu.”
11 ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”
Saboda haka Abimelek ya yi umarni ga dukan mutane. “Duk wanda ya fitine wannan mutum ko matarsa, tabbatacce za a kashe shi.”
12 ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
Ishaku ya shuka hatsi a wannan ƙasa, a shekaran nan ya yi girbi ninki ɗari, domin Ubangiji ya albarkace shi.
13 ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ
Mutumin ya arzuta, arzikinsa ya yi ta haɓaka har ya zama attajiri.
14 ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
Ya kasance da garkunan tumaki da na shanu da bayi masu yawa, har Filistiyawa suka yi ƙyashinsa.
15 ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ୱାରା ସେହି ସବୁ ପୋତି ପକାଇଲେ।
Saboda haka dukan rijiyoyin da bayin mahaifinsa suka haƙa a kwanakin da mahaifinsa Ibrahim yake da rai, Filistiyawa sun toshe su, suka kuma ciccike su da ƙasa.
16 ଏଥିଉତ୍ତାରେ ଅବିମେଲକ ଇସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”
Sai Abimelek ya ce wa Ishaku, “Fita daga cikinmu; ka fi ƙarfinmu.”
17 ତହିଁରେ ଇସ୍‌ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।
Saboda haka Ishaku ya fita daga can, ya yi sansani a Kwarin Gerar, ya kuma zauna a can.
18 ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍‌ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।
Ishaku ya sāke tona rijiyoyi waɗanda dā aka haƙa a zamanin Ibrahim mahaifinsa, gama Filistiyawa suka tattoshe bayan mutuwar Ibrahim, ya kuma sa musu sunayen da mahaifinsa ya ba su.
19 ଆଉ ଇସ୍‌ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।
Barorin Ishaku suka haƙa cikin kwarin suka kuwa sami rijiya mai ruwa mai kyau a can.
20 ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‌ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।
Amma makiyayan Gerar suka yi faɗa da na Ishaku suka ce, “Ruwan namu ne!” Saboda haka Ishaku ya ba wa rijiyar suna Esek, domin sun yi faɗa da shi.
21 ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‌ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ।
Sai suka haƙa wata rijiya, amma suka yi faɗa a kanta ita ma, saboda haka ya ce da ita Sitna.
22 ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”
Sai Ishaku ya matsa daga can ya sāke haƙa wata rijiyar, babu wani kuma da yi faɗa a kanta. Sai ya ba ta suna Rehobot, yana cewa, “Yanzu Ubangiji ya ba mu wuri, za mu kuwa yi ta haihuwa a ƙasar.”
23 ଏଥିଉତ୍ତାରେ ସେ ସେହି ସ୍ଥାନରୁ ବେର୍‍ଶେବାକୁ ଗଲେ।
Daga can ya haura zuwa Beyersheba.
24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
A wannan dare Ubangiji ya bayyana gare shi ya ce, “Ni ne Allah na mahaifinka Ibrahim. Kada ka ji tsoro, gama ina tare da kai, zan albarkace ka, zan kuma ƙara yawan zuriyarka saboda bawana Ibrahim.”
25 ଏଥିଉତ୍ତାରେ ଇସ୍‌ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।
Sai Ishaku ya gina bagade a can, ya kuma kira bisa sunan Ubangiji. A can ya kafa tentinsa, a can kuma bayinsa suka haƙa wata rijiya.
26 ଏଥିଉତ୍ତାରେ ଅବିମେଲକ ଅହୁଷତ୍‍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍‌ହାକଙ୍କ ନିକଟକୁ ଗଲେ।
Ana cikin haka, sai Abimelek ya zo wurinsa daga Gerar, tare da Ahuzzat mai ba shi shawara da Fikol shugaban mayaƙansa.
27 ତହିଁରେ ଇସ୍‌ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?”
Ishaku ya tambaye su, “Me ya kawo ku gare ni, da yake kun yi gāba da ni, kuka kuma kore ni?”
28 ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;
Suka amsa, “Mun ga a zahiri cewa Ubangiji yana tare da kai; saboda haka muka ce, ‘Dole rantsuwa ta kasance tsakaninmu da kai.’ Bari mu yi yarjejjeniya da kai
29 ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
cewa ba za ka cuce mu ba, kamar yadda ba mu fitine ka ba, amma muka yi maka kirki, muka kuma sallame ka cikin salama. Yanzu kuwa kai albarkatacce ne na Ubangiji.”
30 ସେତେବେଳେ ଇସ୍‌ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
Sai Ishaku ya shirya musu liyafa, suka ci suka kuma sha.
31 ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍‌ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।
Kashegari da sassafe sai mutanen suka yi wa juna rantsuwa. Sa’an nan Ishaku ya sallame su, suka kuwa tafi cikin salama.
32 ସେହି ଦିନ ଇସ୍‌ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”
A wannan rana bayin Ishaku suka zo suka faɗa masa game da rijiyar da suka haƙa. Suka ce, “Mun sami ruwa!”
33 ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍‍ଶେବା ନାମରେ ଖ୍ୟାତ ଅଟେ।
Sai ya kira ta Shiba, don haka har wa yau ana kira garin Beyersheba.
34 ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍‍ର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।
Sa’ad da Yaƙub ya kai shekaru arba’in da haihuwa, sai ya auri Yudit’yar Beyeri mutumin Hitti, da kuma Basemat’yar Elon mutumin Hitti.
35 ମାତ୍ର ସେମାନେ ଇସ୍‌ହାକ ଓ ରିବିକାଙ୍କ ମନର ଦୁଃଖଦାୟିନୀ ହେଲେ।
Su ne suka zama sanadin baƙin ciki ga Ishaku da Rebeka.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26 >