< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26 >

1 ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।
Ali nasta glad u zemlji svrh prve gladi koja bješe za vremena Avramova; i Isak otide k Avimelehu caru Filistejskom u Gerar.
2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।
I javi mu se Gospod i reèe: nemoj iæi u Misir, nego sjedi u zemlji koju æu ti kazati.
3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Sjedi u toj zemlji, i ja æu biti s tobom, i blagosloviæu te; jer æu tebi i sjemenu tvojemu dati sve ove zemlje, i potvrdiæu zakletvu, kojom sam se zakleo Avramu ocu tvojemu.
4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
I umnožiæu sjeme tvoje da ga bude kao zvijezda na nebu, i daæu sjemenu tvojemu sve ove zemlje; i u sjemenu tvojem blagosloviæe se svi narodi na zemlji.
5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”
Zato što je Avram slušao glas moj i èuvao naredbu moju, zapovijesti moje, pravila moja i zakone moje.
6 ତହିଁରେ ଇସ୍‌ହାକ ଗରାରଠାରେ ବାସ କଲେ।
I osta Isak u Geraru.
7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
A ljudi u mjestu onom pitahu za ženu njegovu, a on govoraše: sestra mi je. Jer se bojaše kazati: žena mi je; da me, veli, ne ubiju ovi ljudi radi Reveke, jer je lijepa.
8 ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‌ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।
I kad provede mnogo vremena ondje, dogodi se, te pogleda Avimeleh car Filistejski s prozora, i vidje Isaka gdje se šali s Revekom ženom svojom.
9 ତେଣୁ ଅବିମେଲକ ଇସ୍‌ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍‌ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”
I dozva Avimeleh Isaka i reèe: ta to ti je žena; kako si kazao: sestra mi je? A Isak mu odgovori: rekoh: da ne poginem s nje.
10 ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”
A Avimeleh reèe: šta si nam uèinio? lako je mogao ko od naroda ovoga leæi s tvojom ženom, te bi nas ti uvalio u grijeh.
11 ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”
I zapovjedi Avimeleh svemu narodu svojemu govoreæi: ko se dotakne ovoga èovjeka ili žene njegove, poginuæe.
12 ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
I Isak stade sijati u onoj zemlji, i dobi one godine po sto, tako ga blagoslovi Gospod.
13 ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ
I obogati se èovjek, i napredovaše sve veæma, te posta silan.
14 ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
I imaše ovaca i goveda i mnogo sluga; a Filisteji mu zaviðahu,
15 ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ୱାରା ସେହି ସବୁ ପୋତି ପକାଇଲେ।
Pa sve studence koje bjehu iskopale sluge oca njegova za vremena Avrama oca njegova zaroniše Filisteji, i zasuše ih zemljom.
16 ଏଥିଉତ୍ତାରେ ଅବିମେଲକ ଇସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”
I Avimeleh reèe Isaku: idi od nas, jer si postao silniji od nas.
17 ତହିଁରେ ଇସ୍‌ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।
I Isak otide odande, i razape šatore u dolini Gerarskoj, i nastani se ondje.
18 ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍‌ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।
I stade Isak otkopavati studence, koji bjehu iskopani za vremena Avrama oca njegova, i koje zaroniše Filisteji po smrti Avramovoj; i prozva ih imenima koja im bješe nadio otac njegov.
19 ଆଉ ଇସ୍‌ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।
I kopajuæi sluge Isakove u onom dolu naðoše studenac žive vode.
20 ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‌ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।
Ali se svadiše pastiri Gerarski s pastirima Isakovim govoreæi: naša je voda. I nadjede ime onom studencu Esek, jer se svadiše s njim.
21 ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‌ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ।
Poslije iskopaše drugi studenac, pa se i oko njega svadiše, zato ga nazva Sitna.
22 ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”
Tada se podiže odande, i iskopa drugi studenac, i oko njega ne bi svaðe; zato ga nazva Rehovot, govoreæi: sad nam dade Gospod prostora da rastemo u ovoj zemlji.
23 ଏଥିଉତ୍ତାରେ ସେ ସେହି ସ୍ଥାନରୁ ବେର୍‍ଶେବାକୁ ଗଲେ।
I otide odande gore u Virsaveju.
24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
I istu noæ javi mu se Gospod, i reèe: ja sam Bog Avrama oca tvojega. Ne boj se, jer sam ja s tobom, i blagosloviæu te i umnožiæu sjeme tvoje Avrama radi sluge svojega.
25 ଏଥିଉତ୍ତାରେ ଇସ୍‌ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।
I naèini ondje žrtvenik, i prizva ime Gospodnje; i ondje razape šator svoj; i sluge Isakove iskopaše ondje studenac.
26 ଏଥିଉତ୍ତାରେ ଅବିମେଲକ ଅହୁଷତ୍‍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍‌ହାକଙ୍କ ନିକଟକୁ ଗଲେ।
I doðe k njemu Avimeleh iz Gerara s Ohozatom prijateljem svojim i s Fiholom vojvodom svojim.
27 ତହିଁରେ ଇସ୍‌ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?”
A Isak im reèe: što ste došli k meni, kad mrzite na me i otjeraste me od sebe?
28 ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;
A oni rekoše: vidjesmo zaista da je Gospod s tobom, pa rekosmo: neka bude zakletva izmeðu nas, izmeðu nas i tebe; hajde da uhvatimo vjeru s tobom:
29 ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
Da nam ne èiniš zla, kao što se mi tebe ne dotakosmo i kao što mi tebi samo dobro èinismo, i pustismo te da ideš na miru, i eto si blagosloven od Gospoda.
30 ସେତେବେଳେ ଇସ୍‌ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
Tada ih on ugosti; te jedoše i piše.
31 ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍‌ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।
A sjutradan ustavši rano, zakleše se jedan drugome, i otpusti ih Isak i otidoše od njega s mirom.
32 ସେହି ଦିନ ଇସ୍‌ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”
Isti dan došavši sluge Isakove kazaše mu za studenac koji iskopaše, i rekoše mu: naðosmo vodu.
33 ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍‍ଶେବା ନାମରେ ଖ୍ୟାତ ଅଟେ।
I nazva ga Saveja; otuda se zove grad onaj Virsaveja do današnjega dana.
34 ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍‍ର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।
A kad bi Isavu èetrdeset godina, uze za ženu Juditu kæer Veoha Hetejina, i Vasematu kæer Elona Hetejina.
35 ମାତ୍ର ସେମାନେ ଇସ୍‌ହାକ ଓ ରିବିକାଙ୍କ ମନର ଦୁଃଖଦାୟିନୀ ହେଲେ।
I one zadavahu mnogo jada Isaku i Reveci.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26 >