< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 27 >

1 ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”
ויהי כי זקן יצחק ותכהין עיניו מראת ויקרא את עשו בנו הגדל ויאמר אליו בני ויאמר אליו הנני
2 ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁ ଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।
ויאמר הנה נא זקנתי לא ידעתי יום מותי
3 ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।
ועתה שא נא כליך תליך וקשתך וצא השדה וצודה לי צידה (ציד)
4 ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”
ועשה לי מטעמים כאשר אהבתי והביאה לי--ואכלה בעבור תברכך נפשי בטרם אמות
5 ଇସ୍‌ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,
ורבקה שמעת--בדבר יצחק אל עשו בנו וילך עשו השדה לצוד ציד להביא
6 ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,
ורבקה אמרה אל יעקב בנה לאמר הנה שמעתי את אביך מדבר אל עשו אחיך לאמר
7 ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’
הביאה לי ציד ועשה לי מטעמים ואכלה ואברככה לפני יהוה לפני מותי
8 ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ।
ועתה בני שמע בקלי--לאשר אני מצוה אתך
9 ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।
לך נא אל הצאן וקח לי משם שני גדיי עזים טבים ואעשה אתם מטעמים לאביך כאשר אהב
10 ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”
והבאת לאביך ואכל בעבר אשר יברכך לפני מותו
11 ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।
ויאמר יעקב אל רבקה אמו הן עשו אחי איש שער ואנכי איש חלק
12 ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”
אולי ימשני אבי והייתי בעיניו כמתעתע והבאתי עלי קללה ולא ברכה
13 ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ।”
ותאמר לו אמו עלי קללתך בני אך שמע בקלי ולך קח לי
14 ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।
וילך ויקח ויבא לאמו ותעש אמו מטעמים כאשר אהב אביו
15 ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।
ותקח רבקה את בגדי עשו בנה הגדל החמדת אשר אתה בבית ותלבש את יעקב בנה הקטן
16 ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।
ואת ערת גדיי העזים הלבישה על ידיו--ועל חלקת צואריו
17 ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା।
ותתן את המטעמים ואת הלחם אשר עשתה ביד יעקב בנה
18 ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”
ויבא אל אביו ויאמר אבי ויאמר הנני מי אתה בני
19 ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
ויאמר יעקב אל אביו אנכי עשו בכרך--עשיתי כאשר דברת אלי קום נא שבה ואכלה מצידי--בעבור תברכני נפשך
20 ତହିଁରେ ଇସ୍‌ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”
ויאמר יצחק אל בנו מה זה מהרת למצא בני ויאמר כי הקרה יהוה אלהיך לפני
21 ଇସ୍‌ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”
ויאמר יצחק אל יעקב גשה נא ואמשך בני האתה זה בני עשו אם לא
22 ତହୁଁ ଯାକୁବ ଆପଣା ପିତା ଇସ୍‌ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”
ויגש יעקב אל יצחק אביו וימשהו ויאמר הקל קול יעקב והידים ידי עשו
23 ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।
ולא הכירו--כי היו ידיו כידי עשו אחיו שערת ויברכהו
24 ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ?” ସେ କହିଲା, “ହଁ, ମୁଁ ସେହି।”
ויאמר אתה זה בני עשו ויאמר אני
25 ସେତେବେଳେ ଇସ୍‌ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍‌ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।
ויאמר הגשה לי ואכלה מציד בני--למען תברכך נפשי ויגש לו ויאכל ויבא לו יין וישת
26 ଏଥିଉତ୍ତାରେ ତାହାର ପିତା ଇସ୍‌ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”
ויאמר אליו יצחק אביו גשה נא ושקה לי בני
27 ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‌ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;
ויגש וישק לו וירח את ריח בגדיו ויברכהו ויאמר ראה ריח בני כריח שדה אשר ברכו יהוה
28 ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
ויתן לך האלהים מטל השמים ומשמני הארץ--ורב דגן ותירש
29 ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
יעבדוך עמים וישתחו (וישתחוו) לך לאמים--הוה גביר לאחיך וישתחוו לך בני אמך ארריך ארור ומברכיך ברוך
30 ଏହି ପ୍ରକାରେ ଇସ୍‌ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍‌ହାକଙ୍କ ନିକଟରୁ ବାହାର ହେବା ମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା।
ויהי כאשר כלה יצחק לברך את יעקב ויהי אך יצא יצא יעקב מאת פני יצחק אביו ועשו אחיו בא מצידו
31 ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
ויעש גם הוא מטעמים ויבא לאביו ויאמר לאביו יקם אבי ויאכל מציד בנו--בעבר תברכני נפשך
32 ତହିଁରେ ତାହାର ପିତା ଇସ୍‌ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”
ויאמר לו יצחק אביו מי אתה ויאמר אני בנך בכרך עשו
33 ସେତେବେଳେ ଇସ୍‌ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”
ויחרד יצחק חרדה גדלה עד מאד ויאמר מי אפוא הוא הצד ציד ויבא לי ואכל מכל בטרם תבוא ואברכהו גם ברוך יהיה
34 ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”
כשמע עשו את דברי אביו ויצעק צעקה גדלה ומרה עד מאד ויאמר לאביו ברכני גם אני אבי
35 ତହିଁରେ ଇସ୍‌ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”
ויאמר בא אחיך במרמה ויקח ברכתך
36 ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”
ויאמר הכי קרא שמו יעקב ויעקבני זה פעמים--את בכרתי לקח והנה עתה לקח ברכתי ויאמר הלא אצלת לי ברכה
37 ତହୁଁ ଇସ୍‌ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?”
ויען יצחק ויאמר לעשו הן גביר שמתיו לך ואת כל אחיו נתתי לו לעבדים ודגן ותירש סמכתיו ולכה אפוא מה אעשה בני
38 ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।
ויאמר עשו אל אביו הברכה אחת הוא לך אבי--ברכני גם אני אבי וישא עשו קלו ויבך
39 ତହୁଁ ତାହାର ପିତା ଇସ୍‌ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।
ויען יצחק אביו ויאמר אליו הנה משמני הארץ יהיה מושבך ומטל השמים מעל
40 ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”
ועל חרבך תחיה ואת אחיך תעבד והיה כאשר תריד ופרקת עלו מעל צוארך
41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
וישטם עשו את יעקב על הברכה אשר ברכו אביו ויאמר עשו בלבו יקרבו ימי אבל אבי ואהרגה את יעקב אחי
42 ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।
ויגד לרבקה את דברי עשו בנה הגדל ותשלח ותקרא ליעקב בנה הקטן ותאמר אליו הנה עשו אחיך מתנחם לך להרגך
43 ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।
ועתה בני שמע בקלי וקום ברח לך אל לבן אחי חרנה
44 ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;
וישבת עמו ימים אחדים--עד אשר תשוב חמת אחיך
45 ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”
עד שוב אף אחיך ממך ושכח את אשר עשית לו ושלחתי ולקחתיך משם למה אשכל גם שניכם יום אחד
46 ଏଥିଉତ୍ତାରେ ରିବିକା ଇସ୍‌ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍‍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?”
ותאמר רבקה אל יצחק קצתי בחיי מפני בנות חת אם לקח יעקב אשה מבנות חת כאלה מבנות הארץ--למה לי חיים

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 27 >