< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 27 >
1 ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”
İshak yaşlanmış, gözleri görmez olmuştu. Büyük oğlu Esav'ı çağırıp, “Oğlum!” dedi. Esav, “Efendim!” diye yanıtladı.
2 ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁ ଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।
İshak, “Artık yaşlandım” dedi, “Ne zaman öleceğimi bilmiyorum.
3 ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।
Silahlarını –ok kılıfını, yayını– al, kırlara çıkıp benim için bir hayvan avla.
4 ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”
Sevdiğim lezzetli bir yemek yap, bana getir yiyeyim. Ölmeden önce seni kutsayayım.”
5 ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,
İshak, oğlu Esav'la konuşurken Rebeka onları dinliyordu. Esav avlanmak için kıra çıkınca,
6 ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,
Rebeka oğlu Yakup'a şöyle dedi: “Dinle, babanın ağabeyin Esav'a söylediklerini duydum.
7 ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’
Baban ona, ‘Bana bir hayvan avla getir’ dedi, ‘Lezzetli bir yemek yap, yiyeyim. Ölmeden önce seni RAB'bin huzurunda kutsayayım.’
8 ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ।
Bak oğlum, sana söyleyeceklerimi iyi dinle:
9 ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।
Git süründen bana iki seçme oğlak getir. Onlarla babanın sevdiği lezzetli bir yemek yapayım.
10 ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”
Yemesi için onu babana sen götüreceksin. Öyle ki, ölmeden önce seni kutsasın.”
11 ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।
Yakup, “Ama kardeşim Esav'ın bedeni kıllı, benimkiyse kılsız” diye yanıtladı,
12 ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”
“Ya babam bana dokunursa? O zaman kendisini aldattığımı anlar. Kutsama yerine üzerime lanet getirmiş olurum.”
13 ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ।”
Annesi, “Sana gelecek lanet bana gelsin, oğlum” dedi, “Sen beni dinle, git oğlakları getir.”
14 ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।
Yakup gidip oğlakları annesine getirdi. Annesi babasının sevdiği lezzetli bir yemek yaptı.
15 ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।
Büyük oğlu Esav'ın en güzel giysileri o anda evdeydi. Rebeka onları küçük oğlu Yakup'a giydirdi.
16 ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।
Ellerinin üstünü, ensesinin kılsız yerini oğlak derisiyle kapladı.
17 ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା।
Yaptığı güzel yemekle ekmeği Yakup'un eline verdi.
18 ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”
Yakup babasının yanına varıp, “Baba!” diye seslendi. Babası, “Evet, kimsin sen?” dedi.
19 ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
Yakup, “Ben ilk oğlun Esav'ım” diye karşılık verdi, “Söylediğini yaptım. Lütfen kalk, otur da getirdiğim av etini ye. Öyle ki, beni kutsayabilesin.”
20 ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”
İshak, “Nasıl böyle çabucak buldun, oğlum?” dedi. Yakup, “Tanrın RAB bana yardım etti” diye yanıtladı.
21 ଇସ୍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”
İshak, “Yaklaş, oğlum” dedi, “Sana dokunayım, gerçekten oğlum Esav mısın, değil misin anlayayım.”
22 ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”
Yakup babasına yaklaştı. Babası ona dokunarak, “Ses Yakup'un sesi, ama eller Esav'ın elleri” dedi.
23 ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।
Onu tanıyamadı. Çünkü Yakup'un elleri ağabeyi Esav'ın elleri gibi kıllıydı. İshak onu kutsamak üzereyken,
24 ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ?” ସେ କହିଲା, “ହଁ, ମୁଁ ସେହି।”
bir daha sordu: “Sen gerçekten oğlum Esav mısın?” Yakup, “Evet!” diye yanıtladı.
25 ସେତେବେଳେ ଇସ୍ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।
İshak, “Oğlum, av etini getir yiyeyim de seni kutsayayım” dedi. Yakup önce yemeği, sonra şarabı getirdi. İshak yedi, içti.
26 ଏଥିଉତ୍ତାରେ ତାହାର ପିତା ଇସ୍ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”
“Yaklaş da beni öp, oğlum” dedi.
27 ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;
Yakup yaklaşıp babasını öptü. Babası onun giysilerini kokladı ve kendisini kutsayarak şöyle dedi: “İşte oğlumun kokusu Sanki RAB'bin kutsadığı kırların kokusu.
28 ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
Tanrı sana göklerin çiyinden Ve yerin verimli topraklarından Bol buğday ve yeni şarap versin.
29 ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
Halklar sana kulluk etsin, Uluslar boyun eğsin. Kardeşlerine egemen ol, Kardeşlerin sana boyun eğsin. Sana lanet edenlere lanet olsun, Seni kutsayanlar kutsansın.”
30 ଏହି ପ୍ରକାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବା ମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା।
İshak Yakup'u kutsadıktan ve Yakup babasının yanından ayrıldıktan hemen sonra kardeşi Esav avdan döndü.
31 ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
Esav da lezzetli bir yemek yaparak babasına götürdü. Ona, “Baba, kalk, getirdiğim av etini ye” dedi, “Öyle ki, beni kutsayabilesin.”
32 ତହିଁରେ ତାହାର ପିତା ଇସ୍ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”
Babası, “Sen kimsin?” diye sordu. Esav, “Ben ilk oğlun Esav'ım” diye karşılık verdi.
33 ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”
İshak'ı bir titreme sardı. Tir tir titreyerek, “Öyleyse daha önce avlanıp bana yemek getiren kimdi?” diye sordu, “Sen gelmeden önce yemeğimi yiyip onu kutsadım. Artık o kutsanmış oldu.”
34 ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”
Esav babasının anlattıklarını duyunca, acı acı haykırdı. “Beni de kutsa, baba, beni de!” dedi.
35 ତହିଁରେ ଇସ୍ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”
İshak, “Kardeşin gelip beni kandırdı” diye karşılık verdi, “Senin yerine o kutsandı.”
36 ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”
Esav, “Ona boşuna mı Yakup diyorlar?” dedi, “İki kezdir beni aldatıyor. Önce ilk oğulluk hakkımı aldı. Şimdi de benim yerime o kutsandı.” Sonra, “Kutsamak için bana bir hak ayırmadın mı?” diye sordu.
37 ତହୁଁ ଇସ୍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?”
İshak, “Onu sana egemen kıldım” diye yanıtladı, “Bütün kardeşlerini onun hizmetine verdim. Onu buğday ve yeni şarapla besledim. Senin için ne yapabilirim ki, oğlum?”
38 ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।
Esav, “Sen yalnız bir kişiyi mi kutsayabilirsin baba?” dedi, “Beni de kutsa, baba, beni de!” Sonra hıçkıra hıçkıra ağlamaya başladı.
39 ତହୁଁ ତାହାର ପିତା ଇସ୍ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।
Babası şöyle yanıtladı: “Göklerin çiyinden, Zengin topraklardan Uzak yaşayacaksın.
40 ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”
Kılıcınla yaşayacak, Kardeşine hizmet edeceksin. Ama özgür olmak isteyince, Onun boyunduruğunu kırıp atacaksın.”
41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
Babası Yakup'u kutsadığı için Esav kardeşi Yakup'a kin bağladı. “Nasıl olsa babamın ölümü yaklaştı” diye düşünüyordu, “O zaman kardeşim Yakup'u öldürürüm.”
42 ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।
Büyük oğlu Esav'ın ne düşündüğü Rebeka'ya bildirilince Rebeka küçük oğlu Yakup'u çağırttı. “Bak, ağabeyin Esav seni öldürmeyi düşünerek kendini avutuyor” dedi,
43 ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।
“Beni dinle, oğlum. Hemen Harran'a, kardeşim Lavan'ın yanına kaç.
44 ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;
Ağabeyinin öfkesi dinip sana kızgınlığı geçinceye, ona yaptığını unutuncaya kadar orada kal. Birini gönderir, seni getirtirim. Niçin bir günde ikinizden de yoksun kalayım?”
45 ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”
46 ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?”
Sonra İshak'a, “Bu Hititli kadınlar yüzünden canımdan bezdim” dedi, “Eğer Yakup da bu ülkenin kızlarıyla, Hitit kızlarıyla evlenirse, nasıl yaşarım?”