< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 28 >

1 ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ।
İshak Yakup'u çağırdı, onu kutsayarak, “Kenanlı kızlarla evlenme” diye buyurdu,
2 ଉଠ, ପଦ୍ଦନ୍‍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।
“Hemen Paddan-Aram'a, annenin babası Betuel'in evine git. Orada dayın Lavan'ın kızlarından biriyle evlen.
3 ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
Her Şeye Gücü Yeten Tanrı seni kutsasın, verimli kılsın, soyunu çoğaltsın; soyundan halklar türesin.
4 ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”
İbrahim'i kutsadığı gibi seni ve soyunu da kutsasın. Öyle ki, Tanrı'nın İbrahim'e verdiği topraklara –üzerinde yabancı olarak yaşadığın bu topraklara– sahip olasın.”
5 ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍‍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍‍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।
İshak Yakup'u böyle uğurladı. Yakup Paddan-Aram'a, kendisinin ve Esav'ın annesi Rebeka'nın kardeşi Aramlı Betuel oğlu Lavan'ın yanına gitmek üzere yola çıktı.
6 ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍‍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।”
Esav İshak'ın Yakup'u kutsadığını, evlenmek üzere Paddan-Aram'a gönderdiğini öğrendi. Ayrıca Yakup'u kutsarken, babasının, “Kenanlı kızlarla evlenme” diye buyurduğunu, Yakup'un da annesiyle babasını dinleyip Paddan-Aram'a gittiğini öğrendi.
7 ଆଉ ଯାକୁବ ଆପଣା ପିତାମାତାଙ୍କର ଆଜ୍ଞା ମାନି ପଦ୍ଦନ୍‍ ଅରାମକୁ ପ୍ରସ୍ଥାନ କରିଅଛି,
8 ଏହା ଦେଖି ଏଷୌ ଆପଣା ପିତା ଇସ୍‌ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି
Böylece babasının Kenanlı kızlardan hoşlanmadığını anladı.
9 ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍‍ର ଭଗିନୀ ମହଲତ୍‍ ନାମ୍ନୀ କନ୍ୟାକୁ ବିବାହ କଲା।
İsmail'in yanına gitti. İbrahim oğlu İsmail'in kızı, Nevayot'un kızkardeşi Mahalat'la evlenerek onu karılarının üzerine getirdi.
10 ଏଥିଉତ୍ତାରେ ଯାକୁବ ବେର୍‍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।
Yakup Beer-Şeva'dan ayrılarak Harran'a doğru yola çıktı.
11 ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।
Bir yere varıp orada geceledi, çünkü güneş batmıştı. Oradaki taşlardan birini alıp başının altına koyarak yattı.
12 ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।
Düşte yeryüzüne bir merdiven dikildiğini, başının göklere eriştiğini gördü. Tanrı'nın melekleri merdivenden çıkıp iniyorlardı.
13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
RAB yanıbaşında durup, “Atan İbrahim'in, İshak'ın Tanrısı RAB benim” dedi, “Üzerinde yattığın toprakları sana ve soyuna vereceğim.
14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
Yeryüzünün tozu kadar sayısız bir soya sahip olacaksın. Doğuya, batıya, kuzeye, güneye doğru yayılacaksınız. Yeryüzündeki bütün halklar sen ve soyun aracılığıyla kutsanacak.
15 ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
Seninle birlikteyim. Gideceğin her yerde seni koruyacak ve bu topraklara geri getireceğim. Verdiğim sözü yerine getirinceye kadar senden ayrılmayacağım.”
16 ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”
Yakup uyanınca, “RAB burada, ama ben farkına varamadım” diye düşündü.
17 ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”
Korktu ve, “Ne korkunç bir yer!” dedi, “Bu, Tanrı'nın evinden başka bir yer olamaz. Burası göklerin kapısı.”
18 ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।
Ertesi sabah erkenden kalkıp başının altına koyduğu taşı anıt olarak dikti, üzerine zeytinyağı döktü.
19 ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।
Oraya Beytel adını verdi. Kentin önceki adı Luz'du.
20 ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,
Sonra bir adak adayarak şöyle dedi: “Tanrı benimle olur, gittiğim yolda beni korur, bana yiyecek, giyecek sağlarsa,
21 ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,
babamın evine esenlik içinde dönersem, RAB benim Tanrım olacak.
22 ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହାସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”
Anıt olarak diktiğim bu taş Tanrı'nın evi olacak. Bana vereceğin her şeyin ondalığını sana vereceğim.”

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 28 >