< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 29 >

1 ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।
Then Jacob went on his journey, and came to the land of the children of the east.
2 ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।
And he looked, and behold a well in the field, and, lo, three flocks of sheep lying there by it. — For out of that well they watered the flocks. And the stone upon the well's mouth was great.
3 ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
And thither were all the flocks gathered; and they rolled the stone from the well's mouth, and watered the sheep, and put the stone back upon the well's mouth in its place. —
4 ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”
And Jacob said unto them: 'My brethren, whence are ye?' And they said: 'Of Haran are we.'
5 ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”
And he said unto them: 'Know ye Laban the son of Nahor?' And they said: 'We know him.'
6 ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
And he said unto them: 'Is it well with him?' And they said: 'It is well; and, behold, Rachel his daughter cometh with the sheep.'
7 ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
And he said: 'Lo, it is yet high day, neither is it time that the cattle should be gathered together; water ye the sheep, and go and feed them.'
8 ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”
And they said: 'We cannot, until all the flocks be gathered together, and they roll the stone from the well's mouth; then we water the sheep.'
9 ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।
While he was yet speaking with them, Rachel came with her father's sheep; for she tended them.
10 ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।
And it came to pass, when Jacob saw Rachel the daughter of Laban his mother's brother, and the sheep of Laban his mother's brother, that Jacob went near, and rolled the stone from the well's mouth, and watered the flock of Laban his mother's brother.
11 ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।
And Jacob kissed Rachel, and lifted up his voice, and wept.
12 ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।
And Jacob told Rachel that he was her father's brother, and that he was Rebekah's son; and she ran and told her father.
13 ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
And it came to pass, when Laban heard the tidings of Jacob his sister's son, that he ran to meet him, and embraced him, and kissed him, and brought him to his house. And he told Laban all these things.
14 ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
And Laban said to him: 'Surely thou art my bone and my flesh.' And he abode with him the space of a month.
15 ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”
And Laban said unto Jacob: 'Because thou art my brother, shouldest thou therefore serve me for nought? tell me, what shall thy wages be?'
16 ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ।
Now Laban had two daughters: the name of the elder was Leah, and the name of the younger was Rachel.
17 ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।
And Leah's eyes were weak; but Rachel was of beautiful form and fair to look upon.
18 ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”
And Jacob loved Rachel; and he said: 'I will serve thee seven years for Rachel thy younger daughter.'
19 ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ।”
And Laban said: 'It is better that I give her to thee, than that I should give her to another man; abide with me.'
20 ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
And Jacob served seven years for Rachel; and they seemed unto him but a few days, for the love he had to her.
21 ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”
And Jacob said unto Laban: 'Give me my wife, for my days are filled, that I may go in unto her.'
22 ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।
And Laban gathered together all the men of the place, and made a feast.
23 ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।
And it came to pass in the evening, that he took Leah his daughter, and brought her to him; and he went in unto her.
24 ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲା।
And Laban gave Zilpah his handmaid unto his daughter Leah for a handmaid.
25 ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”
And it came to pass in the morning that, behold, it was Leah; and he said to Laban: 'What is this thou hast done unto me? did not I serve with thee for Rachel? wherefore then hast thou beguiled me?'
26 ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।
And Laban said: 'It is not so done in our place, to give the younger before the first-born.
27 ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”
Fulfil the week of this one, and we will give thee the other also for the service which thou shalt serve with me yet seven other years.'
28 ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।
And Jacob did so, and fulfilled her week; and he gave him Rachel his daughter to wife.
29 ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍‌ହା ନାମ୍ନୀ ଦାସୀକୁ ଦେଲା।
And Laban gave to Rachel his daughter Bilhah his handmaid to be her handmaid.
30 ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
And he went in also unto Rachel, and he loved Rachel more than Leah, and served with him yet seven other years.
31 ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
And the LORD saw that Leah was hated, and he opened her womb; but Rachel was barren.
32 ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”
And Leah conceived, and bore a son, and she called his name Reuben; for she said: 'Because the LORD hath looked upon my affliction; for now my husband will love me.'
33 ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।
And she conceived again, and bore a son; and said: 'Because the LORD hath heard that I am hated, He hath therefore given me this son also.' And she called his name Simeon.
34 ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
And she conceived again, and bore a son; and said: 'Now this time will my husband be joined unto me, because I have borne him three sons.' Therefore was his name called Levi.
35 ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।
And she conceived again, and bore a son; and she said: 'This time will I praise the LORD.' Therefore she called his name Judah; and she left off bearing.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 29 >