< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 29 >

1 ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।
Kisha Yakobo akaendelea na safari yake na akafika kwenye nchi za mataifa ya mashariki.
2 ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।
Huko akaona kisima katika shamba, pamoja na makundi matatu ya kondoo yamelala karibu na kisima hicho kwa sababu walikuwa wanakunywa maji kutoka kwenye kisimani hicho. Jiwe lililokuwa mdomoni mwa kisima lilikuwa kubwa.
3 ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
Wakati kondoo wanapokuwa wamekusanyika hapo, wachungaji huvingirisha jiwe hilo kutoka kwenye mdomo wa kisima na kunywesha kondoo. Kisha hulirudisha jiwe mahali pake juu ya mdomo wa kisima.
4 ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”
Yakobo aliwauliza wachungaji, “Ndugu zangu, ninyi mmetoka wapi?” Wakamjibu, “Tumetoka Harani.”
5 ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”
Aliwaambia, “Je, mnamjua Labani, mjukuu wa Nahori?” Wakamjibu, “Ndiyo, tunamfahamu.”
6 ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
Kisha Yakobo akawauliza, “Je, yeye ni mzima?” Wakasema, “Ndiyo, ni mzima, na hapa yuaja Raheli binti yake akiwa na kondoo.”
7 ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
Akasema, “Tazama, jua bado liko juu, si wakati wa kukusanya mifugo. Nywesheni kondoo na mwarudishe malishoni.”
8 ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”
Walijibu, “Haiwezekani, mpaka kondoo wote wakusanyike na jiwe liwe limevingirishwa kutoka mdomo wa kisima. Ndipo tutanywesha kondoo.”
9 ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।
Alipokuwa akizungumza nao, Raheli akaja pamoja na kondoo wa baba yake, kwa maana alikuwa mchunga kondoo.
10 ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।
Yakobo alipomwona Raheli binti Labani, ndugu wa mama yake, pamoja na kondoo wa Labani, alikwenda na kulivingirisha jiwe kutoka mdomoni mwa kisima na kuwanywesha kondoo wa mjomba wake.
11 ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।
Kisha Yakobo akambusu Raheli na akaanza kulia kwa sauti.
12 ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।
Yakobo alikuwa amemwambia Raheli kuwa yeye alikuwa jamaa ya baba yake, na kwamba ni mwana wa Rebeka. Basi Raheli alikimbia na kumweleza baba yake.
13 ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
Mara Labani aliposikia habari kuhusu Yakobo, mwana wa ndugu yake, aliharakisha kwenda kumlaki. Akamkumbatia na kumbusu, halafu akamleta nyumbani kwake, kisha Yakobo akamwambia mambo yote.
14 ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
Ndipo Labani akamwambia, “Wewe ni nyama yangu na damu yangu mwenyewe.” Baada ya Yakobo kukaa kwa Labani mwezi mzima,
15 ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”
Labani akamwambia, “Kwa vile wewe ni jamaa yangu, ndiyo sababu unifanyie kazi bila ujira? Niambie ujira wako utakuwa nini.”
16 ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ।
Labani alikuwa na binti wawili, binti mkubwa aliitwa Lea na binti mdogo aliitwa Raheli.
17 ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।
Lea alikuwa na macho dhaifu, lakini Raheli alikuwa na umbo la kupendeza na mzuri wa sura.
18 ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”
Yakobo akampenda Raheli, akamwambia Labani, “Nitakutumikia kwa miaka saba kwa ajili ya kumpata Raheli binti yako mdogo.”
19 ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ।”
Labani akasema, “Ni bora zaidi nikupe Raheli kuliko kumpa mtu mwingine yeyote. Kaa pamoja na mimi hapa.”
20 ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
Kwa hiyo Yakobo akatumika miaka saba ili kumpata Raheli, lakini ilionekana kwake kama siku chache tu kwa sababu ya upendo wake kwa Raheli.
21 ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”
Ndipo Yakobo akamwambia Labani, “Nipe mke wangu. Muda wangu umekamilika, nami nataka nikutane naye kimwili.”
22 ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।
Basi Labani akaalika watu wote wa mahali pale na akafanya karamu.
23 ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।
Lakini ilipofika jioni, akamchukua Lea binti yake akampa Yakobo, naye Yakobo akakutana naye kimwili.
24 ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲା।
Naye Labani akamtoa Zilpa, mtumishi wake wa kike, kuwa mtumishi wa Lea, binti yake.
25 ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”
Kesho yake asubuhi, Yakobo akagundua kuwa amepewa Lea! Basi Yakobo akamwambia Labani, “Ni jambo gani hili ulilonitendea? Nilikutumikia kwa ajili ya Raheli, sivyo? Kwa nini umenidanganya?”
26 ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।
Labani akajibu, “Si desturi yetu kumwoza binti mdogo kabla ya kumwoza binti mkubwa.
27 ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”
Maliza juma la arusi ya binti huyu, kisha pia nitakupa huyu binti mdogo, kwa kutumika miaka mingine saba.”
28 ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।
Naye Yakobo akafanya hivyo. Akamaliza juma na Lea, kisha Labani akampa Raheli binti yake kuwa mke wake.
29 ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍‌ହା ନାମ୍ନୀ ଦାସୀକୁ ଦେଲା।
Labani akamtoa Bilha mtumishi wake wa kike kwa Raheli ili kuwa mtumishi wake.
30 ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
Pia Yakobo akakutana na Raheli kimwili, naye akampenda Raheli zaidi kuliko Lea. Yakobo akamtumikia Labani kwa miaka mingine saba.
31 ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
Bwana alipoona kwamba Lea hapendwi, akampa watoto, lakini Raheli alikuwa tasa.
32 ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”
Lea akapata mimba akazaa mwana. Akamwita Reubeni, kwa maana alisema, “Ni kwa sababu Bwana ameona huzuni yangu. Hakika mume wangu sasa atanipenda.”
33 ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।
Akapata tena mimba, naye alipozaa mwana, akasema, “Kwa sababu Bwana alisikia kwamba sipendwi, amenipa tena huyu mwana.” Kwa hiyo akamwita Simeoni.
34 ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
Akapata tena mimba, naye alipozaa mwana, akasema, “Sasa afadhali mume wangu ataambatana na mimi, kwa sababu nimemzalia wana watatu.” Kwa hiyo akamwita Lawi.
35 ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।
Akapata tena mimba, naye alipozaa mwana, akasema, “Wakati huu nitamsifu Bwana.” Kwa hiyo akamwita Yuda. Kisha akaacha kuzaa watoto.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 29 >