< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3 >
1 ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’”
Or, le serpent était le plus fin de tous les animaux des champs, que l'Éternel Dieu avait faits; et il dit à la femme: Quoi! Dieu aurait dit: Vous ne mangerez point de tout arbre du jardin!
2 ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
Et la femme répondit au serpent: Nous mangeons du fruit des arbres du jardin;
3 କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”
Mais quant au fruit de l'arbre qui est au milieu du jardin, Dieu a dit: Vous n'en mangerez point, et vous n'y toucherez point, de peur que vous ne mouriez.
4 ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
Alors le serpent dit à la femme: Vous ne mourrez nullement;
5 ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
Mais Dieu sait qu'au jour où vous en mangerez, vos yeux s'ouvriront, et vous serez comme des dieux, connaissant le bien et le mal.
6 ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
Et la femme vit que le fruit de l'arbre était bon à manger, et qu'il était agréable à la vue, et que l'arbre était désirable pour devenir intelligent; et elle prit de son fruit et en mangea, et en donna aussi à son mari auprès d'elle, et il en mangea.
7 ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
Et les yeux de tous deux s'ouvrirent; et ils connurent qu'ils étaient nus; et ils cousirent des feuilles de figuier, et se firent des ceintures.
8 ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
Et ils entendirent la voix de l'Éternel Dieu, qui se promenait dans le jardin, au vent du jour. Et Adam et sa femme se cachèrent de devant la face de l'Éternel Dieu, au milieu des arbres du jardin.
9 ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”
Et l'Éternel Dieu appela Adam, et lui dit: Où es-tu?
10 ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
Et il répondit: J'ai entendu ta voix dans le jardin, et j'ai craint, parce que je suis nu; et je me suis caché.
11 ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”
Et Dieu dit: Qui t'a montré que tu es nu? As-tu mangé de l'arbre dont je t'avais ordonné de ne pas manger?
12 ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
Et Adam répondit: La femme que tu as mise auprès de moi, m'a donné du fruit de l'arbre, et j'en ai mangé.
13 ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
Et l'Éternel Dieu dit à la femme: Pourquoi as-tu fait cela? Et la femme répondit: Le serpent m'a séduite, et j'en ai mangé.
14 ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
Alors l'Éternel Dieu dit au serpent: Puisque tu as fait cela, tu seras maudit entre toutes les bêtes et entre tous les animaux des champs; tu marcheras sur ton ventre, et tu mangeras la poussière tous les jours de ta vie.
15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Et je mettrai inimitié entre toi et la femme, entre ta postérité et sa postérité: celle-ci t'écrasera la tête, et toi tu la blesseras au talon.
16 ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
Il dit à la femme: J'augmenterai beaucoup ta peine et ta grossesse; tu enfanteras des enfants avec douleur, et tes désirs se tourneront vers ton mari, et il dominera sur toi.
17 ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
Et il dit à Adam: Puisque tu as obéi à la voix de ta femme, et que tu as mangé de l'arbre au sujet duquel je t'avais donné cet ordre: Tu n'en mangeras point! le sol sera maudit à cause de toi; tu en mangeras les fruits avec peine tous les jours de ta vie.
18 ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
Et il te produira des épines et des chardons; et tu mangeras l'herbe des champs.
19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
Tu mangeras le pain à la sueur de ton visage, jusqu'à ce que tu retournes dans la terre, d'où tu as été pris; car tu es poussière, et tu retourneras dans la poussière.
20 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
Or, Adam appela sa femme, Eve (vie), parce qu'elle fut la mère de tous les vivants.
21 ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
Et l'Éternel Dieu fit à Adam et à sa femme des robes de peau, et les en revêtit.
22 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”
Et l'Éternel Dieu dit: Voici, l'homme est devenu comme l'un de nous, pour la connaissance du bien et du mal. Et maintenant prenons garde qu'il n'avance sa main, et ne prenne aussi de l'arbre de vie, et qu'il n'en mange, et ne vive à toujours.
23 ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
Et l'Éternel Dieu le fit sortir du jardin d'Éden, pour cultiver la terre d'où il avait été pris.
24 ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
Il chassa donc l'homme; et il plaça à l'orient du jardin d'Éden les chérubins et la lame d'épée flamboyante, pour garder le chemin de l'arbre de vie.