< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 30 >

1 ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”
וַתֵּ֣רֶא רָחֵ֗ל כִּ֣י לֹ֤א יָֽלְדָה֙ לְיַעֲקֹ֔ב וַתְּקַנֵּ֥א רָחֵ֖ל בַּאֲחֹתָ֑הּ וַתֹּ֤אמֶר אֶֽל־יַעֲקֹב֙ הָֽבָה־לִּ֣י בָנִ֔ים וְאִם־אַ֖יִן מֵתָ֥ה אָנֹֽכִי׃
2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”
וַיִּֽחַר־אַ֥ף יַעֲקֹ֖ב בְּרָחֵ֑ל וַיֹּ֗אמֶר הֲתַ֤חַת אֱלֹהִים֙ אָנֹ֔כִי אֲשֶׁר־מָנַ֥ע מִמֵּ֖ךְ פְּרִי־בָֽטֶן׃
3 ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍‌ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”
וַתֹּ֕אמֶר הִנֵּ֛ה אֲמָתִ֥י בִלְהָ֖ה בֹּ֣א אֵלֶ֑יהָ וְתֵלֵד֙ עַל־בִּרְכַּ֔י וְאִבָּנֶ֥ה גַם־אָנֹכִ֖י מִמֶּֽנָּה׃
4 ପୁଣି, ସେ ଆପଣା ଦାସୀ ବିଲ୍‌ହାକୁ ତାହା ସହିତ ବିବାହ ଦେଲା।
וַתִּתֶּן־ל֛וֹ אֶת־בִּלְהָ֥ה שִׁפְחָתָ֖הּ לְאִשָּׁ֑ה וַיָּבֹ֥א אֵלֶ֖יהָ יַעֲקֹֽב׃
5 ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍‌ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।
וַתַּ֣הַר בִּלְהָ֔ה וַתֵּ֥לֶד לְיַעֲקֹ֖ב בֵּֽן׃
6 ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।
וַתֹּ֤אמֶר רָחֵל֙ דָּנַ֣נִּי אֱלֹהִ֔ים וְגַם֙ שָׁמַ֣ע בְּקֹלִ֔י וַיִּתֶּן־לִ֖י בֵּ֑ן עַל־כֵּ֛ן קָרְאָ֥ה שְׁמ֖וֹ דָּֽן׃
7 ଏଥିଉତ୍ତାରେ ରାହେଲର ଦାସୀ ବିଲ୍‌ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
וַתַּ֣הַר ע֔וֹד וַתֵּ֕לֶד בִּלְהָ֖ה שִׁפְחַ֣ת רָחֵ֑ל בֵּ֥ן שֵׁנִ֖י לְיַעֲקֹֽב׃
8 ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।
וַתֹּ֣אמֶר רָחֵ֗ל נַפְתּוּלֵ֨י אֱלֹהִ֧ים ׀ נִפְתַּ֛לְתִּי עִם־אֲחֹתִ֖י גַּם־יָכֹ֑לְתִּי וַתִּקְרָ֥א שְׁמ֖וֹ נַפְתָּלִֽי׃
9 ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।
וַתֵּ֣רֶא לֵאָ֔ה כִּ֥י עָמְדָ֖ה מִלֶּ֑דֶת וַתִּקַּח֙ אֶת־זִלְפָּ֣ה שִׁפְחָתָ֔הּ וַתִּתֵּ֥ן אֹתָ֛הּ לְיַעֲקֹ֖ב לְאִשָּֽׁה׃
10 ତହିଁରେ ଲେୟାର ଦାସୀ ସିଳ୍ପାଠାରୁ ଯାକୁବର ଗୋଟିଏ ପୁତ୍ର ଜାତ ହେଲା।
וַתֵּ֗לֶד זִלְפָּ֛ה שִׁפְחַ֥ת לֵאָ֖ה לְיַעֲקֹ֥ב בֵּֽן׃
11 ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।
וַתֹּ֥אמֶר לֵאָ֖ה בגד וַתִּקְרָ֥א אֶת־שְׁמ֖וֹ גָּֽד׃
12 ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
וַתֵּ֗לֶד זִלְפָּה֙ שִׁפְחַ֣ת לֵאָ֔ה בֵּ֥ן שֵׁנִ֖י לְיַעֲקֹֽב׃
13 ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।
וַתֹּ֣אמֶר לֵאָ֔ה בְּאָשְׁרִ֕י כִּ֥י אִשְּׁר֖וּנִי בָּנ֑וֹת וַתִּקְרָ֥א אֶת־שְׁמ֖וֹ אָשֵֽׁר׃
14 ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍‍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”
וַיֵּ֨לֶךְ רְאוּבֵ֜ן בִּימֵ֣י קְצִיר־חִטִּ֗ים וַיִּמְצָ֤א דֽוּדָאִים֙ בַּשָּׂדֶ֔ה וַיָּבֵ֣א אֹתָ֔ם אֶל־לֵאָ֖ה אִמּ֑וֹ וַתֹּ֤אמֶר רָחֵל֙ אֶל־לֵאָ֔ה תְּנִי־נָ֣א לִ֔י מִדּוּדָאֵ֖י בְּנֵֽךְ׃
15 ତହିଁରେ ସେ କହିଲା, “ତୁମ୍ଭେ ମୋʼ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”
וַתֹּ֣אמֶר לָ֗הּ הַמְעַט֙ קַחְתֵּ֣ךְ אֶת־אִישִׁ֔י וְלָקַ֕חַת גַּ֥ם אֶת־דּוּדָאֵ֖י בְּנִ֑י וַתֹּ֣אמֶר רָחֵ֗ל לָכֵן֙ יִשְׁכַּ֤ב עִמָּךְ֙ הַלַּ֔יְלָה תַּ֖חַת דּוּדָאֵ֥י בְנֵֽךְ׃
16 ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।
וַיָּבֹ֨א יַעֲקֹ֣ב מִן־הַשָּׂדֶה֮ בָּעֶרֶב֒ וַתֵּצֵ֨א לֵאָ֜ה לִקְרָאת֗וֹ וַתֹּ֙אמֶר֙ אֵלַ֣י תָּב֔וֹא כִּ֚י שָׂכֹ֣ר שְׂכַרְתִּ֔יךָ בְּדוּדָאֵ֖י בְּנִ֑י וַיִּשְׁכַּ֥ב עִמָּ֖הּ בַּלַּ֥יְלָה הֽוּא׃
17 ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।
וַיִּשְׁמַ֥ע אֱלֹהִ֖ים אֶל־לֵאָ֑ה וַתַּ֛הַר וַתֵּ֥לֶד לְיַעֲקֹ֖ב בֵּ֥ן חֲמִישִֽׁי׃
18 ତେବେ ଲେୟା କହିଲା, “ମୁଁ ସ୍ୱାମୀକୁ ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା।
וַתֹּ֣אמֶר לֵאָ֗ה נָתַ֤ן אֱלֹהִים֙ שְׂכָרִ֔י אֲשֶׁר־נָתַ֥תִּי שִׁפְחָתִ֖י לְאִישִׁ֑י וַתִּקְרָ֥א שְׁמ֖וֹ יִשָּׂשכָֽר׃
19 ଏଥିଉତ୍ତାରେ ଲେୟା ପୁନର୍ବାର ଗର୍ଭଧାରଣ କରି ଯାକୁବର ଷଷ୍ଠ ପୁତ୍ର ପ୍ରସବ କଲା।
וַתַּ֤הַר עוֹד֙ לֵאָ֔ה וַתֵּ֥לֶד בֵּן־שִׁשִּׁ֖י לְּיַעֲקֹֽב׃
20 ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋʼ ସ୍ୱାମୀ ମୋʼ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା।
וַתֹּ֣אמֶר לֵאָ֗ה זְבָדַ֨נִי אֱלֹהִ֥ים ׀ אֹתִי֮ זֵ֣בֶד טוֹב֒ הַפַּ֙עַם֙ יִזְבְּלֵ֣נִי אִישִׁ֔י כִּֽי־יָלַ֥דְתִּי ל֖וֹ שִׁשָּׁ֣ה בָנִ֑ים וַתִּקְרָ֥א אֶת־שְׁמ֖וֹ זְבֻלֽוּן׃
21 ଏଉତ୍ତାରେ ସେ ଏକ କନ୍ୟା ପ୍ରସବ କରନ୍ତେ, ତାହାର ନାମ ଦୀଣା ରଖିଲା।
וְאַחַ֖ר יָ֣לְדָה בַּ֑ת וַתִּקְרָ֥א אֶת־שְׁמָ֖הּ דִּינָֽה׃
22 ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।
וַיִּזְכֹּ֥ר אֱלֹהִ֖ים אֶת־רָחֵ֑ל וַיִּשְׁמַ֤ע אֵלֶ֙יהָ֙ אֱלֹהִ֔ים וַיִּפְתַּ֖ח אֶת־רַחְמָֽהּ׃
23 ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”
וַתַּ֖הַר וַתֵּ֣לֶד בֵּ֑ן וַתֹּ֕אמֶר אָסַ֥ף אֱלֹהִ֖ים אֶת־חֶרְפָּתִֽי׃
24 ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”
וַתִּקְרָ֧א אֶת־שְׁמ֛וֹ יוֹסֵ֖ף לֵאמֹ֑ר יֹסֵ֧ף יְהוָ֛ה לִ֖י בֵּ֥ן אַחֵֽר׃
25 ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱ ସ୍ଥାନକୁ ଓ ନିଜ ଦେଶକୁ ଯିବି।
וַיְהִ֕י כַּאֲשֶׁ֛ר יָלְדָ֥ה רָחֵ֖ל אֶת־יוֹסֵ֑ף וַיֹּ֤אמֶר יַעֲקֹב֙ אֶל־לָבָ֔ן שַׁלְּחֵ֙נִי֙ וְאֵ֣לְכָ֔ה אֶל־מְקוֹמִ֖י וּלְאַרְצִֽי׃
26 ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।”
תְּנָ֞ה אֶת־נָשַׁ֣י וְאֶת־יְלָדַ֗י אֲשֶׁ֨ר עָבַ֧דְתִּי אֹֽתְךָ֛ בָּהֵ֖ן וְאֵלֵ֑כָה כִּ֚י אַתָּ֣ה יָדַ֔עְתָּ אֶת־עֲבֹדָתִ֖י אֲשֶׁ֥ר עֲבַדְתִּֽיךָ׃
27 ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।”
וַיֹּ֤אמֶר אֵלָיו֙ לָבָ֔ן אִם־נָ֛א מָצָ֥אתִי חֵ֖ן בְּעֵינֶ֑יךָ נִחַ֕שְׁתִּי וַיְבָרֲכֵ֥נִי יְהוָ֖ה בִּגְלָלֶֽךָ׃
28 ଏହେତୁ “ତୁମ୍ଭେ ଆପେ ନିଜ ବେତନ ସ୍ଥିର କର, ମୁଁ ତାହା ତୁମ୍ଭକୁ ଦେବି।”
וַיֹּאמַ֑ר נָקְבָ֧ה שְׂכָרְךָ֛ עָלַ֖י וְאֶתֵּֽנָה׃
29 ତହୁଁ ଯାକୁବ ତାହାଙ୍କୁ କହିଲା, “ମୁଁ ତୁମ୍ଭର ଯେଉଁ ପ୍ରକାର ଦାସ୍ୟକର୍ମ କରିଅଛି ଓ ମୋʼ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି।
וַיֹּ֣אמֶר אֵלָ֔יו אַתָּ֣ה יָדַ֔עְתָּ אֵ֖ת אֲשֶׁ֣ר עֲבַדְתִּ֑יךָ וְאֵ֛ת אֲשֶׁר־הָיָ֥ה מִקְנְךָ֖ אִתִּֽי׃
30 କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି?”
כִּ֡י מְעַט֩ אֲשֶׁר־הָיָ֨ה לְךָ֤ לְפָנַי֙ וַיִּפְרֹ֣ץ לָרֹ֔ב וַיְבָ֧רֶךְ יְהוָ֛ה אֹתְךָ֖ לְרַגְלִ֑י וְעַתָּ֗ה מָתַ֛י אֶֽעֱשֶׂ֥ה גַם־אָנֹכִ֖י לְבֵיתִֽי׃
31 ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋʼ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।
וַיֹּ֖אמֶר מָ֣ה אֶתֶּן־לָ֑ךְ וַיֹּ֤אמֶר יַעֲקֹב֙ לֹא־תִתֶּן־לִ֣י מְא֔וּמָה אִם־תַּֽעֲשֶׂה ־לִּי֙ הַדָּבָ֣ר הַזֶּ֔ה אָשׁ֛וּבָה אֶרְעֶ֥ה צֹֽאנְךָ֖ אֶשְׁמֹֽר׃
32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ।
אֶֽעֱבֹ֨ר בְּכָל־צֹֽאנְךָ֜ הַיּ֗וֹם הָסֵ֨ר מִשָּׁ֜ם כָּל־שֶׂ֣ה ׀ נָקֹ֣ד וְטָל֗וּא וְכָל־שֶׂה־חוּם֙ בַּכְּשָׂבִ֔ים וְטָל֥וּא וְנָקֹ֖ד בָּעִזִּ֑ים וְהָיָ֖ה שְׂכָרִֽי׃
33 ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋʼ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍‍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।”
וְעָֽנְתָה־בִּ֤י צִדְקָתִי֙ בְּי֣וֹם מָחָ֔ר כִּֽי־תָב֥וֹא עַל־שְׂכָרִ֖י לְפָנֶ֑יךָ כֹּ֣ל אֲשֶׁר־אֵינֶנּוּ֩ נָקֹ֨ד וְטָל֜וּא בָּֽעִזִּ֗ים וְחוּם֙ בַּכְּשָׂבִ֔ים גָּנ֥וּב ה֖וּא אִתִּֽי׃
34 ତହୁଁ ଲାବନ କହିଲା, “ଭଲ, ତୁମ୍ଭ କଥାନୁସାରେ ହେଉ।”
וַיֹּ֥אמֶר לָבָ֖ן הֵ֑ן ל֖וּ יְהִ֥י כִדְבָרֶֽךָ׃
35 ଏଥିଉତ୍ତାରେ ସେ ସେହି ଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;
וַיָּ֣סַר בַּיּוֹם֩ הַה֨וּא אֶת־הַתְּיָשִׁ֜ים הָֽעֲקֻדִּ֣ים וְהַטְּלֻאִ֗ים וְאֵ֤ת כָּל־הָֽעִזִּים֙ הַנְּקֻדּ֣וֹת וְהַטְּלֻאֹ֔ת כֹּ֤ל אֲשֶׁר־לָבָן֙ בּ֔וֹ וְכָל־ח֖וּם בַּכְּשָׂבִ֑ים וַיִּתֵּ֖ן בְּיַד־בָּנָֽיו׃
36 ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥରୁ ଦୂରରେ ରଖିଲା; ପୁଣି, ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା।
וַיָּ֗שֶׂם דֶּ֚רֶךְ שְׁלֹ֣שֶׁת יָמִ֔ים בֵּינ֖וֹ וּבֵ֣ין יַעֲקֹ֑ב וְיַעֲקֹ֗ב רֹעֶ֛ה אֶת־צֹ֥אן לָבָ֖ן הַנּוֹתָרֹֽת׃
37 ଆଉ ଯାକୁବ ଲିବ୍‍ନୀ ଓ ଲୂସ୍‍ ଓ ଅର୍ମୋନ୍‍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍‍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା।
וַיִּֽקַּֽח־ל֣וֹ יַעֲקֹ֗ב מַקַּ֥ל לִבְנֶ֛ה לַ֖ח וְל֣וּז וְעֶרְמ֑וֹן וַיְפַצֵּ֤ל בָּהֵן֙ פְּצָל֣וֹת לְבָנ֔וֹת מַחְשֹׂף֙ הַלָּבָ֔ן אֲשֶׁ֖ר עַל־הַמַּקְלֽוֹת׃
38 ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍‍କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ।
וַיַּצֵּ֗ג אֶת־הַמַּקְלוֹת֙ אֲשֶׁ֣ר פִּצֵּ֔ל בָּרֳהָטִ֖ים בְּשִֽׁקֲת֣וֹת הַמָּ֑יִם אֲשֶׁר֩ תָּבֹ֨אןָ הַצֹּ֤אן לִשְׁתּוֹת֙ לְנֹ֣כַח הַצֹּ֔אן וַיֵּחַ֖מְנָה בְּבֹאָ֥ן לִשְׁתּֽוֹת׃
39 ପୁଣି, ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛୁଆ ପ୍ରସବ କଲେ।
וַיֶּחֱמ֥וּ הַצֹּ֖אן אֶל־הַמַּקְל֑וֹת וַתֵּלַ֣דְןָ הַצֹּ֔אן עֲקֻדִּ֥ים נְקֻדִּ֖ים וּטְלֻאִֽים׃
40 ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା।
וְהַכְּשָׂבִים֮ הִפְרִ֣יד יַעֲקֹב֒ וַ֠יִּתֵּן פְּנֵ֨י הַצֹּ֧אן אֶל־עָקֹ֛ד וְכָל־ח֖וּם בְּצֹ֣אן לָבָ֑ן וַיָּֽשֶׁת־ל֤וֹ עֲדָרִים֙ לְבַדּ֔וֹ וְלֹ֥א שָׁתָ֖ם עַל־צֹ֥אן לָבָֽן׃
41 ପୁଣି, ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ଡ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;
וְהָיָ֗ה בְּכָל־יַחֵם֮ הַצֹּ֣אן הַמְקֻשָּׁרוֹת֒ וְשָׂ֨ם יַעֲקֹ֧ב אֶת־הַמַּקְל֛וֹת לְעֵינֵ֥י הַצֹּ֖אן בָּרֳהָטִ֑ים לְיַחְמֵ֖נָּה בַּמַּקְלֽוֹת׃
42 ତହିଁରେ ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ।
וּבְהַעֲטִ֥יף הַצֹּ֖אן לֹ֣א יָשִׂ֑ים וְהָיָ֤ה הָעֲטֻפִים֙ לְלָבָ֔ן וְהַקְּשֻׁרִ֖ים לְיַעֲקֹֽב׃
43 ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।
וַיִּפְרֹ֥ץ הָאִ֖ישׁ מְאֹ֣ד מְאֹ֑ד וַֽיְהִי־לוֹ֙ צֹ֣אן רַבּ֔וֹת וּשְׁפָחוֹת֙ וַעֲבָדִ֔ים וּגְמַלִּ֖ים וַחֲמֹרִֽים׃

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 30 >