< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 31 >

1 ପୁଣି, “ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି,” ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।
וישמע את דברי בני לבן לאמר לקח יעקב את כל אשר לאבינו ומאשר לאבינו עשה את כל הכבד הזה׃
2 ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।
וירא יעקב את פני לבן והנה איננו עמו כתמול שלשום׃
3 ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”
ויאמר יהוה אל יעקב שוב אל ארץ אבותיך ולמולדתך ואהיה עמך׃
4 ଏଣୁ ଯାକୁବ କ୍ଷେତ୍ରରେ ପଶୁପଲ ନିକଟକୁ ରାହେଲ ଓ ଲେୟାକୁ ଡକାଇ କହିଲା,
וישלח יעקב ויקרא לרחל וללאה השדה אל צאנו׃
5 “ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।
ויאמר להן ראה אנכי את פני אביכן כי איננו אלי כתמל שלשם ואלהי אבי היה עמדי׃
6 ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।
ואתנה ידעתן כי בכל כחי עבדתי את אביכן׃
7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।
ואביכן התל בי והחלף את משכרתי עשרת מנים ולא נתנו אלהים להרע עמדי׃
8 ଯେହେତୁ ‘ଚିତ୍ରବିଚିତ୍ର ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ,’ ସେ ଆପେ ଯେତେବେଳେ ଏହି କଥା କହିଲେ, ସେତେବେଳେ ସମସ୍ତ ପଶୁ ଚିତ୍ରବିଚିତ୍ର ଛୁଆ ପ୍ରସବ କଲେ; ପୁଣି, ‘ରେଖାଙ୍କିତ ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ,’ ସେ ଯେତେବେଳେ ଏହା କହିଲେ, ସେତେବେଳେ ସମସ୍ତ ପଶୁ ରେଖାଙ୍କିତ ଛୁଆ ପ୍ରସବ କଲେ।
אם כה יאמר נקדים יהיה שכרך וילדו כל הצאן נקדים ואם כה יאמר עקדים יהיה שכרך וילדו כל הצאן עקדים׃
9 ଏହିରୂପେ ପରମେଶ୍ୱର ତୁମ୍ଭମାନଙ୍କ ପିତାଙ୍କର ପଶୁଧନ ନେଇ ମୋତେ ଦେଲେ।
ויצל אלהים את מקנה אביכם ויתן לי׃
10 କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ।
ויהי בעת יחם הצאן ואשא עיני וארא בחלום והנה העתדים העלים על הצאן עקדים נקדים וברדים׃
11 ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ‘ଯାକୁବ’ ବୋଲି ଡାକନ୍ତେ, ମୁଁ କହିଲି, ‘ଦେଖନ୍ତୁ, ମୁଁ ଏଠାରେ।’
ויאמר אלי מלאך האלהים בחלום יעקב ואמר הנני׃
12 ତହିଁରେ ସେ କହିଲେ, ‘ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।
ויאמר שא נא עיניך וראה כל העתדים העלים על הצאן עקדים נקדים וברדים כי ראיתי את כל אשר לבן עשה לך׃
13 ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍‍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରିଯାଅ!’”
אנכי האל בית אל אשר משחת שם מצבה אשר נדרת לי שם נדר עתה קום צא מן הארץ הזאת ושוב אל ארץ מולדתך׃
14 ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି?
ותען רחל ולאה ותאמרנה לו העוד לנו חלק ונחלה בבית אבינו׃
15 ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।
הלוא נכריות נחשבנו לו כי מכרנו ויאכל גם אכול את כספנו׃
16 ଏହେତୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର। ଏଣୁ ପରମେଶ୍ୱର ତୁମ୍ଭକୁ ଯାହା କହିଲେ, ତୁମ୍ଭେ ତାହା କର।”
כי כל העשר אשר הציל אלהים מאבינו לנו הוא ולבנינו ועתה כל אשר אמר אלהים אליך עשה׃
17 ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;
ויקם יעקב וישא את בניו ואת נשיו על הגמלים׃
18 ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍‍, ପଦ୍ଦନ୍‍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‌ହାକ ନିକଟକୁ ପ୍ରସ୍ଥାନ କଲା।
וינהג את כל מקנהו ואת כל רכשו אשר רכש מקנה קנינו אשר רכש בפדן ארם לבוא אל יצחק אביו ארצה כנען׃
19 ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
ולבן הלך לגזז את צאנו ותגנב רחל את התרפים אשר לאביה׃
20 ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।
ויגנב יעקב את לב לבן הארמי על בלי הגיד לו כי ברח הוא׃
21 ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍‍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।
ויברח הוא וכל אשר לו ויקם ויעבר את הנהר וישם את פניו הר הגלעד׃
22 ଏଥିଉତ୍ତାରେ ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ବାଦ ଦିଆଗଲା।
ויגד ללבן ביום השלישי כי ברח יעקב׃
23 ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ିଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।
ויקח את אחיו עמו וירדף אחריו דרך שבעת ימים וידבק אתו בהר הגלעד׃
24 ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।”
ויבא אלהים אל לבן הארמי בחלם הלילה ויאמר לו השמר לך פן תדבר עם יעקב מטוב עד רע׃
25 ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା।
וישג לבן את יעקב ויעקב תקע את אהלו בהר ולבן תקע את אחיו בהר הגלעד׃
26 ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋʼ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀଲୋକଙ୍କ ପରି ଘେନି ଆସିଲ।
ויאמר לבן ליעקב מה עשית ותגנב את לבבי ותנהג את בנתי כשביות חרב׃
27 ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାʼନ୍ତି।
למה נחבאת לברח ותגנב אתי ולא הגדת לי ואשלחך בשמחה ובשרים בתף ובכנור׃
28 ତୁମ୍ଭେ ମୋହର ପୁତ୍ରକନ୍ୟାମାନଙ୍କୁ ଚୁମ୍ବନ କରିବାକୁ ମଧ୍ୟ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ।
ולא נטשתני לנשק לבני ולבנתי עתה הסכלת עשו׃
29 ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।
יש לאל ידי לעשות עמכם רע ואלהי אביכם אמש אמר אלי לאמר השמר לך מדבר עם יעקב מטוב עד רע׃
30 ଆଉ ପିତୃଗୃହକୁ ଝୁରିବାରୁ ଯଦି ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ?”
ועתה הלך הלכת כי נכסף נכספתה לבית אביך למה גנבת את אלהי׃
31 ତହିଁରେ ଯାକୁବ ଲାବନକୁ ଉତ୍ତର କଲା, “ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋʼ ଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି।
ויען יעקב ויאמר ללבן כי יראתי כי אמרתי פן תגזל את בנותיך מעמי׃
32 ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼ ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।
עם אשר תמצא את אלהיך לא יחיה נגד אחינו הכר לך מה עמדי וקח לך ולא ידע יעקב כי רחל גנבתם׃
33 ତହୁଁ ଲାବନ ଯାକୁବର ତମ୍ବୁଗୃହ ଓ ଲେୟାର ତମ୍ବୁଗୃହ ଓ ଦୁଇ ଦାସୀର ତମ୍ବୁଗୃହକୁ ଯାଇ ଅନ୍ୱେଷଣ କଲା; ମାତ୍ର ପାଇଲା ନାହିଁ। ଏଣୁ ସେ ଲେୟାର ତମ୍ବୁଗୃହ ଛାଡ଼ି ରାହେଲର ତମ୍ବୁଗୃହରେ ପ୍ରବେଶ କଲା।
ויבא לבן באהל יעקב ובאהל לאה ובאהל שתי האמהת ולא מצא ויצא מאהל לאה ויבא באהל רחל׃
34 ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।
ורחל לקחה את התרפים ותשמם בכר הגמל ותשב עליהם וימשש לבן את כל האהל ולא מצא׃
35 ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।
ותאמר אל אביה אל יחר בעיני אדני כי לוא אוכל לקום מפניך כי דרך נשים לי ויחפש ולא מצא את התרפים׃
36 ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ୱଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ?
ויחר ליעקב וירב בלבן ויען יעקב ויאמר ללבן מה פשעי מה חטאתי כי דלקת אחרי׃
37 ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ।
כי מששת את כל כלי מה מצאת מכל כלי ביתך שים כה נגד אחי ואחיך ויוכיחו בין שנינו׃
38 ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି। ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇ ନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ।
זה עשרים שנה אנכי עמך רחליך ועזיך לא שכלו ואילי צאנך לא אכלתי׃
39 ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ।
טרפה לא הבאתי אליך אנכי אחטנה מידי תבקשנה גנבתי יום וגנבתי לילה׃
40 ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;
הייתי ביום אכלני חרב וקרח בלילה ותדד שנתי מעיני׃
41 ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛ।
זה לי עשרים שנה בביתך עבדתיך ארבע עשרה שנה בשתי בנתיך ושש שנים בצאנך ותחלף את משכרתי עשרת מנים׃
42 ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ଖାଲି ହାତରେ ବିଦାୟ କରିଥାʼନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
לולי אלהי אבי אלהי אברהם ופחד יצחק היה לי כי עתה ריקם שלחתני את עניי ואת יגיע כפי ראה אלהים ויוכח אמש׃
43 ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?
ויען לבן ויאמר אל יעקב הבנות בנתי והבנים בני והצאן צאני וכל אשר אתה ראה לי הוא ולבנתי מה אעשה לאלה היום או לבניהן אשר ילדו׃
44 ଆସ, ଆମ୍ଭେ ଦୁହେଁ ନିୟମ ସ୍ଥିର କରୁ, ତାହା ଆମ୍ଭମାନଙ୍କର ସାକ୍ଷୀ ହେଉ।”
ועתה לכה נכרתה ברית אני ואתה והיה לעד ביני ובינך׃
45 ସେତେବେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲା।
ויקח יעקב אבן וירימה מצבה׃
46 ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର;” ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।
ויאמר יעקב לאחיו לקטו אבנים ויקחו אבנים ויעשו גל ויאכלו שם על הגל׃
47 ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍‍ (ସାକ୍ଷୀ ରାଶୀ) ରଖିଲା।
ויקרא לו לבן יגר שהדותא ויעקב קרא לו גלעד׃
48 ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା;” ଏଥିପାଇଁ ତାହାର ନାମ ଗଲୟଦ୍‍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,
ויאמר לבן הגל הזה עד ביני ובינך היום על כן קרא שמו גלעד׃
49 ଯେହେତୁ ସେ କହିଲା, “ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ।
והמצפה אשר אמר יצף יהוה ביני ובינך כי נסתר איש מרעהו׃
50 ତୁମ୍ଭେ ଯଦି ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”
אם תענה את בנתי ואם תקח נשים על בנתי אין איש עמנו ראה אלהים עד ביני ובינך׃
51 ଆହୁରି ଲାବନ ଯାକୁବକୁ କହିଲା, “ଏହି ରାଶି ଦେଖ, ପୁଣି, ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ।
ויאמר לבן ליעקב הנה הגל הזה והנה המצבה אשר יריתי ביני ובינך׃
52 ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ, ମଧ୍ୟ ତୁମ୍ଭେ ଏହି ରାଶି ଓ ଏହି ସ୍ତମ୍ଭ ପାର ହୋଇ ମୋʼ ନିକଟକୁ ଆସିବ ନାହିଁ; ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ।
עד הגל הזה ועדה המצבה אם אני לא אעבר אליך את הגל הזה ואם אתה לא תעבר אלי את הגל הזה ואת המצבה הזאת לרעה׃
53 ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍‌ହାକର ଭୟସ୍ଥାନର ଶପଥ କଲା।
אלהי אברהם ואלהי נחור ישפטו בינינו אלהי אביהם וישבע יעקב בפחד אביו יצחק׃
54 ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।
ויזבח יעקב זבח בהר ויקרא לאחיו לאכל לחם ויאכלו לחם וילינו בהר׃
55 ଏଥିଉତ୍ତାରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ୱ ସ୍ଥାନକୁ ଫେରିଗଲା।
וישכם לבן בבקר וינשק לבניו ולבנותיו ויברך אתהם וילך וישב לבן למקמו׃

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 31 >