< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 32 >

1 ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।
Forsothe Jacob wente forth in the weie in which he began, and the aungels of the Lord metten him.
2 ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ;” ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।
And whanne he hadde seyn hem, he seide, These ben the castels of God; and he clepide the name of that place Manaym, that is, castels.
3 ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।
Sotheli Jacob sente bifore him also messangeris to Esau, his brother, in to the lond of Seir, in the cuntrey of Edom;
4 ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ‘ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।
and comaundide to hem, and seide, Thus speke ye to my lord Esau, Thi brothir Jacob seith these thingis, Y was a pilgrym at Laban, `and Y was `til in to present dai;
5 ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’”
Y haue oxun, and assis, and scheep, and seruauntis, and hand maydis, and Y sende now a message to my lord, that Y fynde grace in thi siyt.
6 ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”
And the messageris turneden ayen to Jacob, and seiden, We camen to Esau, thi brother, and lo! he hastith in to thi comyng, with foure hundrid men.
7 ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍‍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,
Jacob dredde greetli, and he was aferd, and departide the puple that was with hym, and he departide the flockis, and scheep, and oxun, and camels, in to twei cumpenyes;
8 “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,”
and seide, If Esau schal come to o cumpeny, and schal smyte it, the tothir cumpeny which is residue schal be saued.
9 ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍‌ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’
And Jacob seide, A! God of my fadir Abraham, and God of my fadir Isaac, A! Lord, that seidist to me, Turne thou ayen in to thi lond, and in to the place of thi birthe, and Y schal do wel to thee,
10 ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।
Y am lesse than alle thi merciful doyngis, and than thi treuthe which thou hast fillid to thi seruaunt; with my staf Y passide this Jordan, and now Y go ayen with twei cumpanyes;
11 ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।
delyuere thou me fro the hond of my brothir Esau, for Y drede him greetli, lest he come and sle the modris with the sones.
12 ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’”
Thou spakist that thou schuldist do wel to me, and shuldist alarge my seed as the grauel of the see, that mai not be noumbrid for mychilnesse.
13 ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା;
And whanne Jacob hadde slept there in that nyyt, he departide of tho thingis whiche he hadde yiftis to Esau, his brothir,
14 ଅର୍ଥାତ୍‍, ଦୁଇ ଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇ ଶହ ମେଷୀ ଓ କୋଡ଼ିଏ ମେଷ,
two hundrid geet, and twenti buckis of geet, two hundrid scheep, and twenti rammys,
15 ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।
camels fulle with her foolis thretti, fourti kyen, and twenti boolis, twenti sche assis, and ten foolis of hem.
16 ଏଥିଉତ୍ତାରେ ପଲସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋʼ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”
And he sente bi the hondis of his seruauntis alle flockis bi hem silf; and he seide to hise children, Go ye bifore me, and a space be betwixe flok and flok.
17 ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ‘ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର?’
And he comaundide to the formere, and seide, If thou schalt mete my brothir Esau, and he schal axe thee, whos man thou art, ether whidir thou goist, ether whos ben these thingis whiche thou suest,
18 ତେବେ ତୁମ୍ଭେ ଉତ୍ତର ଦେବ, ‘ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।’”
thou schalt answere, Of thi seruaunt Jacob, he hath sent yiftis to his lord Esau, and he cometh aftir vs.
19 ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍‍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।
In lijk maner, he yaf comaundementis to the secounde, and to the thridde, and to alle that sueden flockis; and seide, Speke ye bi the same wordis to Esau,
20 ଆହୁରି କହିବ, ‘ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି;’” କାରଣ ସେ ମନେ କଲେ, “ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରିପାରନ୍ତି।”
whanne ye fynden hym, and ye schulen adde, Also Jacob hym silf thi seruaunt sueth oure weie. For Jacob seide, Y schal plese Esau with yiftis that goon bifore, and aftirward Y schal se hym; in hap he schal be mercyful to me.
21 ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।
And so the yiftis yeden bifore hym; sotheli he dwellide in that nyyt in the tentis.
22 ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍‍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।
And whanne Jacob hadde arise auysseli, he took hise twei wyues, and so many seruauntessis with enleuen sones, and passide the forthe of Jaboth.
23 ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା।
And whanne alle thingis that perteyneden to hym weren led ouer, he dwellide aloone, and, lo!
24 ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।
a man wrastlide with him til to the morwetid.
25 ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା।
And whanne the man seiy that he miyte not ouercome Jacob, he touchide the senewe of Jacobis hipe, and it driede anoon.
26 ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”
And he seide to Jacob, Leeue thou me, for the morewtid stieth now. Jacob answeride, Y schal not leeue thee, no but thou blesse me.
27 ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।”
Therfore he seide, What name is to thee? He answeride, Jacob.
28 ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
And the man seide, Thi name schal no more be clepid Jacob, but Israel; for if thou were strong ayens God, hou miche more schalt thou haue power ayens men.
29 ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।
Jacob axide him, Seie thou to me bi what name thou art clepid? He answerde, Whi axist thou my name, whiche is wondirful? And he blesside Jacob in the same place.
30 ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”
And Jacob clepide the name of that place Fanuel, and seide, Y siy the Lord face to face, and my lijf is maad saaf.
31 ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।
And anoon the sunne roos to hym, aftir that he passide Fanuel; forsothe he haltide in the foot.
32 ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ।
For which cause the sones of Israel eten not `til in to present day the senewe, that driede in the hipe of Jacob; for the man touchide the senewe of Jacobs hipe, and it driede.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 32 >