< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 32 >

1 ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।
Yakobo pia akaendelea na safari yake, na malaika wa Mungu wakakutana naye.
2 ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ;” ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।
Yakobo alipowaona, akasema, “Hii ni kambi ya Mungu,” hivyo akapaita mahali pale Mahanaimu.
3 ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।
Yakobo akatuma wajumbe mbele yake waende kwa Esau ndugu yake katika nchi ya Seiri, katika eneo la Edomu.
4 ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ‘ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।
Aliwaagiza, kusema, “Hivi ndivyo mtakavyosema kwa bwana wangu Esau: Hivi ndivyo mtumishi wako Yakobo asemavyo: 'Nimekuwa nikikaa na Labani, naye amekawilisha kurudi kwangu hata sasa.
5 ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’”
Nina ng'ombe, punda, na kondoo, wajori na wajakazi. Nimetuma ujumbe huu kwa bwana wangu, ili kwamba nipate kibali mbele zako.”
6 ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”
Wajumbe wakarudi kwa Yakobo na kusema, “Tulikwenda kwa Esau ndugu yako. Anakuja kukulaki, na watu mia nne pamoja naye.”
7 ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍‍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,
Ndipo Yakobo alipoogopa sana na kutaabika. Hivyo akagawanya watu aliokuwa nao katika kambi mbili, na kondoo pia, mbuzi na ngamia.
8 “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,”
Akasema, “Ikiwa Esau ataishambulia kambi moja, ndipo kambi nyingine itakaposalimika.”
9 ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍‌ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’
Yakobo akasema, “Mungu wa baba yangu Ibrahimu, na Mungu wa baba yangu Isaka, Yahwe, uliyeniambia, 'Rudi katika nchi yako na kwa jamaa yako, nami nitakustawisha,'
10 ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।
Mimi sistahili matendo yako yote ya agano la uaminifu na ustahilifu wote uliomfanyia mtumishi wako. Kwa maana nilikuwa na fimbo tu nilipovuka mto huu wa Yordani, na sasa nimekuwa matuo mawili.
11 ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।
Tafadhari niokoe kutoka katika mikono ya ndugu yangu, mikono ya Esau, kwa maana namwogopa, kwamba atakuja na kunishambulia mimi na wamama na watoto.
12 ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’”
Lakini ulisema, 'hakika nitakufanya ufanikiwe. Nitaufanya uzao wako kuwa kama mchanga wa bahari, ambao hauwezi kuhesabika kwa hesabu yake.”
13 ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା;
Yakobo akakaa pale usiku huo. Akachukua baadhi ya alivyokuwa navyo kama zawadi kwa Esau, ndugu yake:
14 ଅର୍ଥାତ୍‍, ଦୁଇ ଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇ ଶହ ମେଷୀ ଓ କୋଡ଼ିଏ ମେଷ,
mbuzi majike mia mbili na mabeberu ishirini, kondoo majike mia mbili na madume ya kondoo ishirini,
15 ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।
ngamia wakamwao thelathini na wana wao, ng'ombe madume arobaini na madume kumi ya ng'ombe, punda wa kike ishirini na madume yake ishirini.
16 ଏଥିଉତ୍ତାରେ ପଲସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋʼ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”
Akawaweka katika mikono ya watumishi wake, kila kundi peke yake. Akawambia watumishi, “Tangulieni mbele yangu na mwache nafasi kati ya makundi ya wanyama.”
17 ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ‘ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର?’
Akamwagiza mtumishi wa kwanza, akisema, “Ndugu yangu Esau atakapokutana nawe na kukuuliza, akasema, 'Ninyi ni wa nani? Mnakwenda wapi? Na wanyama hawa mbele yenu ni wa nani?
18 ତେବେ ତୁମ୍ଭେ ଉତ୍ତର ଦେବ, ‘ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।’”
Ndipo umwambie, 'Ni wa mtumishi wako Yakobo. Ni zawadi wanaopelekwa kwa bwana wangu Esau. Na tazama, yeye pia anakuja nyuma yetu.”
19 ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍‍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।
Yakobo akatoa maelekezo kwa kundi la pili pia, la tatu, na watu wote walioyafuata makundi ya wanyama. Akasema, mseme vilevile kwa Esau mtakapokutana naye.
20 ଆହୁରି କହିବ, ‘ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି;’” କାରଣ ସେ ମନେ କଲେ, “ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରିପାରନ୍ତି।”
Mnapaswa pia kusema, 'mtumwa wako Yakobo pia anakuja nyuma yetu.” Kwani alifikiri, “nitamtuliza Esau kwa zawadi nilizozituma mbele yangu. Kisha baadaye, nitakapomwona, bila shaka atanipokea.”
21 ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।
Hivyo zawadi zikatangulia mbele yake. Yeye mwenyewe akakaa kambini usiku huo
22 ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍‍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।
Yakobo akaamka wakati wa usiku, na akawachukua wakeze, wajakazi wake na wanaye kumi na wawili. Akawawavusha kijito cha Yaboki.
23 ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା।
Kwa njia hii akawapeleka kupitia chemichemi pamoja na mali yake yote.
24 ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।
Yakobo akaachwa peke yake, na mtu akashindana naya mpaka alfajiri.
25 ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା।
Mtu yule alipoona kwamba hawezi kumshinda, akalipiga paja lake. Paja la Yakobo likatenguka alipokuwa akishindana naye.
26 ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”
Yule mtu akasema, “Niache niende, kwani kunakucha.” Yakobo akasema, sitakuacha uende mpaka uwe umenibariki.”
27 ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।”
Yule mtu akamwuliza, “Jina lako ni nani?” Yakobo akasema, “Yakobo.” Yule mtu akasema,
28 ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
“Jina lako halitakuwa Yakobo tena, ila Israeli. Kwa kuwa umeshindana na Mungu na wanadamu na umeshinda.”
29 ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।
Yakobo akamwambia, “Tafadhari niambie jina lako.” Akasema, “Kwa nini kuniuliza jina langu?” Kisha akambariki pale.
30 ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”
Yakobo akapaita mahali pale Penieli kwani alisema, “Nimemwona Mungu uso kwa uso, na maisha yangu yamesalimika.”
31 ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।
Jua likatoka wakati Yakobo anaipita Penieli. Alikuwa akichechemea kwa sababu ya paja lake.
32 ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ।
Ndiyo maana wana wa Israeli hawali kano ya paja iliyopo katika nyonga ya paja, kwa sababu yule mtu aliziumiza hizo kano alipotegua paja la Yakobo.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 32 >