< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 33 >

1 ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରି ଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,
Then Jacob lifted up his eyes and looked, and lo! Esau, coming in, —and with him, four hundred men. So he divided the children—unto Leah and unto Rachel, and unto the two handmaids;
2 ଅର୍ଥାତ୍‍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା।
and put the handmaids and their children first, —and Leah and her children next, and Rachel and Joseph next;
3 ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତ ଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା।
but he himself, passed over before them, and bowed himself to the earth seven times, until he had come near unto his brother.
4 ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।
Then ran Esau to meet him, and embraced him, and fell on his neck, —and they wept.
5 ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”
Then lifted he up his eyes, and beheld the women and the children, and said What are these to thee? And he said—The children wherewith God hath favoured thy servant,
6 ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ।
Then came near the handmaids, they—and their children, —and bowed themselves.
7 ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।
Then came near Leah also with her children, —and they bowed themselves. And afterwards, came near Joseph with Rachel, and they bowed themselves,
8 ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ?” ଯାକୁବ କହିଲା, “ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”
Then said he, What to thee is all this camp, which I have fallen in with? And he said, —To find favour in the eyes of my lord.
9 ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”
Then said Esau, I have an abundance, —my brother, be thine what thou hast!
10 ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋʼ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋʼ ପ୍ରତି ପ୍ରସନ୍ନ ହୋଇଅଛନ୍ତି।
Then said Jacob, Nay, I pray thee, if, I pray thee, I have found favour in thine eyes, then thou wilt take my present at my hand, —For on this account, hath my seeing thy face been like seeing the face of God in that thou wast well-pleased with me.
11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।
Take, I pray thee my blessing which hath been brought in to thee, because God hath shewed me favour and because I have everything. So he was urgent with him and he took it.
12 ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।”
Then he said, Let us break up and go, and let me go on before thee.
13 ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।
And he said unto him, My lord, is taking note, that, the children are tender, —and the flocks and the herds are giving suck with me, —and, should I overdrive them a single day, then would all the flocks die.
14 ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”
Let my lord, I pray thee pass over before his servant, and let, me, lead on in my own easy way, at the pace of the cattle that are before me, and at the pace of the children, until that I come in unto my lord, towards Seir.
15 ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”
Then said Esau: Let me leave, I pray thee, along with thee, some of the people who are with me! And he said—Why so? let me find favour in the eyes of my lord!
16 ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।
So Esau returned, that day, to his journey towards Mount Seir.
17 ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।
But, Jacob, brake up towards Succoth, and built for himself a house, for his cattle, made he places of shelter, for which cause, the name of the place was called, Succoth.
18 ଏହି ପ୍ରକାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା।
And Jacob came in peace to the city of Shechem, which is in the land of Canaan, —when he came in from Padan-aram, —and he encamped before the city.
19 ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକ ଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।
And he bought the portion of the field where he had spread out his tent, at the hand of the sons of Hamor, father of Shechem, —for a hundred kesitahs.
20 ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।
And he set up there an altar, —and called it, El-elohe-Israel.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 33 >