< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 34 >

1 ଏଥିଉତ୍ତାରେ ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା।
ותצא דינה בת לאה אשר ילדה ליעקב לראות בבנות הארץ
2 ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।
וירא אתה שכם בן חמור החוי--נשיא הארץ ויקח אתה וישכב אתה ויענה
3 ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।
ותדבק נפשו בדינה בת יעקב ויאהב את הנער וידבר על לב הנער
4 ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରିଦିଅ।”
ויאמר שכם אל חמור אביו לאמר קח לי את הילדה הזאת לאשה
5 ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା।
ויעקב שמע כי טמא את דינה בתו ובניו היו את מקנהו בשדה והחרש יעקב עד באם
6 ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା।
ויצא חמור אבי שכם אל יעקב לדבר אתו
7 ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।
ובני יעקב באו מן השדה כשמעם ויתעצבו האנשים ויחר להם מאד כי נבלה עשה בישראל לשכב את בת יעקב וכן לא יעשה
8 ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ।
וידבר חמור אתם לאמר שכם בני חשקה נפשו בבתכם--תנו נא אתה לו לאשה
9 ପୁଣି, ଆମ୍ଭମାନଙ୍କ ସଙ୍ଗେ ବିବାହ-ସମ୍ବନ୍ଧ ରଖ, ତୁମ୍ଭମାନଙ୍କ କନ୍ୟା ଆମ୍ଭମାନଙ୍କୁ ଦିଅ, ଆମ୍ଭମାନଙ୍କ କନ୍ୟା ତୁମ୍ଭେମାନେ ନିଅ।
והתחתנו אתנו בנתיכם תתנו לנו ואת בנתינו תקחו לכם
10 ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।”
ואתנו תשבו והארץ תהיה לפניכם--שבו וסחרוה והאחזו בה
11 ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।
ויאמר שכם אל אביה ואל אחיה אמצא חן בעיניכם ואשר תאמרו אלי אתן
12 ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।”
הרבו עלי מאד מהר ומתן ואתנה כאשר תאמרו אלי ותנו לי את הנער לאשה
13 ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,
ויענו בני יעקב את שכם ואת חמור אביו במרמה--וידברו אשר טמא את דינה אחתם
14 “ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।
ויאמרו אליהם לא נוכל לעשות הדבר הזה--לתת את אחתנו לאיש אשר לו ערלה כי חרפה הוא לנו
15 ଯଦି କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା।
אך בזאת נאות לכם אם תהיו כמנו להמל לכם כל זכר
16 ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା।
ונתנו את בנתינו לכם ואת בנתיכם נקח לנו וישבנו אתכם והיינו לעם אחד
17 ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।”
ואם לא תשמעו אלינו להמול--ולקחנו את בתנו והלכנו
18 ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।
וייטבו דבריהם בעיני חמור ובעיני שכם בן חמור
19 ପୁଣି, ସେହି ଯୁବା ଅତି ଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।
ולא אחר הנער לעשות הדבר כי חפץ בבת יעקב והוא נכבד מכל בית אביו
20 ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗର-ଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;
ויבא חמור ושכם בנו אל שער עירם וידברו אל אנשי עירם לאמר
21 “ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଥିପାଇଁ ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି, ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା।
האנשים האלה שלמים הם אתנו וישבו בארץ ויסחרו אתה והארץ הנה רחבת ידים לפניהם את בנתם נקח לנו לנשים ואת בנתינו נתן להם
22 ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ।
אך בזאת יאתו לנו האנשים לשבת אתנו--להיות לעם אחד בהמול לנו כל זכר כאשר הם נמלים
23 ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ।”
מקנהם וקנינם וכל בהמתם הלוא לנו הם אך נאותה להם וישבו אתנו
24 ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗର-ଦ୍ୱାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗର-ଦ୍ୱାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା।
וישמעו אל חמור ואל שכם בנו כל יצאי שער עירו וימלו כל זכר--כל יצאי שער עירו
25 ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ।
ויהי ביום השלישי בהיותם כאבים ויקחו שני בני יעקב שמעון ולוי אחי דינה איש חרבו ויבאו על העיר בטח ויהרגו כל זכר
26 ପୁଣି, ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ।
ואת חמור ואת שכם בנו הרגו לפי חרב ויקחו את דינה מבית שכם ויצאו
27 ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକୁ ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।
בני יעקב באו על החללים ויבזו העיר--אשר טמאו אחותם
28 ପୁଣି, ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ।
את צאנם ואת בקרם ואת חמריהם ואת אשר בעיר ואת אשר בשדה לקחו
29 ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ।
ואת כל חילם ואת כל טפם ואת נשיהם שבו ויבזו ואת כל אשר בבית
30 ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”
ויאמר יעקב אל שמעון ואל לוי עכרתם אתי להבאישני בישב הארץ בכנעני ובפרזי ואני מתי מספר ונאספו עלי והכוני ונשמדתי אני וביתי
31 ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?”
ויאמרו הכזונה יעשה את אחותנו

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 34 >