< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 35 >

1 ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍‍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”
And God said to Jacob, "Arise, go up to Bethel, and live there. Make an altar there to God, who appeared to you when you fled from your brother Esau."
2 ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।
Then Jacob said to his household and to all who were with him, "Get rid of the foreign gods that you have among you, and purify yourselves and change your clothes.
3 ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”
Let us arise and go up to Bethel, and I will make an altar there to God, who answered me in the day of my distress, and has been with me wherever I went."
4 ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ।
So they gave to Jacob all the foreign gods which were in their possession, and the rings that were in their ears, and Jacob buried them under the oak that was near Shechem.
5 ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।
Then they set out, and a terror of God was upon the cities that were around them, so that they did not pursue the sons of Jacob.
6 ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍‌ରେ, ଅର୍ଥାତ୍‍, ବେଥେଲ୍‍ରେ ଉପସ୍ଥିତ ହେଲେ।
So Jacob came to Luz (that is, Bethel), which is in the land of Canaan, he and all the people who were with him.
7 ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍‍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।
He built an altar there, and called the place El Bethel, because there God had revealed himself to him when he was fleeing from his brother.
8 ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।
Now Deborah, Rebekah's nurse, died, and she was buried under an oak outside Bethel. So he called its name Allon Bakuth.
9 ଏଥିଉତ୍ତାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।
And God appeared to Jacob again after he returned from Paddan Aram, and blessed him.
10 ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।
God said to him, "Your name is Jacob. Your name will no longer be called Jacob, but your name will be Israel." So he called his name Israel.
11 ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।
And God said to him, "I am El Shaddai. Be fruitful and multiply. A nation and a company of nations will come from you, and kings will come from your body.
12 ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍‌ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”
The land which I gave to Abraham and Isaac, I will give to you, and I will give the land to your descendants after you."
13 ସେହି ସ୍ଥାନରେ ତାଙ୍କ ସହିତ ଏହିପରି କଥାବାର୍ତ୍ତା କରି ପରମେଶ୍ୱର ତାଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
Then God went up from him in the place where he spoke with him.
14 ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍‍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।
And Jacob set up a standing-stone in the place where he spoke with him, a pillar of stone. And he poured out a drink offering on it, and poured oil on it.
15 ପୁଣି, ଯାକୁବ ପରମେଶ୍ୱରଙ୍କ ସହିତ କଥୋପକଥନ ସ୍ଥାନର ନାମ ବେଥେଲ୍‍ ରଖିଲେ।
Jacob called the name of the place where God spoke with him Bethel.
16 ଏଥିଉତ୍ତାରେ ସେମାନେ ବେଥେଲ୍‍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।
Then they set out from Bethel. There was still some distance to come to Ephrath, and Rachel went into labor, and her labor was difficult.
17 ଆଉ ପ୍ରସବ ବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, “ଭୟ କର ନାହିଁ, ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ।”
When she was in the difficult labor, the midwife said to her, "Do not be afraid, for now you have another son."
18 ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।
It happened, as her life was departing (for she died), that she named him Ben-Oni, but his father named him Benjamin.
19 ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।
So Rachel died and was buried on the way to Ephrath (that is, Bethlehem).
20 ଏଥିଉତ୍ତାରେ ଯାକୁବ ସେହି କବର ଉପରେ ଏକ ସ୍ତମ୍ଭ ସ୍ଥାପନ କଲେ; ରାହେଲ-କବରସ୍ଥ ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ଅଛି।
Jacob set up a standing-stone on her grave. It is the standing-stone of Rachel's grave to this day.
21 ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ।
And Israel traveled and pitched his tent beyond Migdal Eder.
22 ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।
It happened, while Israel lived in that land, that Reuben went and slept with Bilhah, his father's secondary wife, and Israel heard about it. Now the sons of Jacob were twelve.
23 ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;
The sons of Leah: Reuben, Jacob's firstborn, and Simeon, and Levi, and Judah, and Issachar, and Zebulun.
24 ପୁଣି, ଯୋଷେଫ ଓ ବିନ୍ୟାମୀନ୍ ରାହେଲର ସନ୍ତାନ;
The sons of Rachel: Joseph and Benjamin.
25 ପୁଣି, ଦାନ୍ ଓ ନପ୍ତାଲି ରାହେଲର ଦାସୀ ବିଲ୍‌ହାର ସନ୍ତାନ;
And the sons of Bilhah, Rachel's servant: Dan and Naphtali.
26 ଆଉ ଗାଦ୍‍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍‍ ଅରାମଠାରେ ଜନ୍ମିଥିଲେ।
And the sons of Zilpah, Leah's servant: Gad and Asher. These are the sons of Jacob who were born to him in Paddan Aram.
27 ଏଥିଉତ୍ତାରେ କିରୀୟଥ୍‍-ଅର୍ବ, ଅର୍ଥାତ୍‍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍‌ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍‌ହାକ ନିକଟରେ ଉପସ୍ଥିତ ହେଲେ।
So Jacob came to Isaac his father at Mamre in Kiriath Arba (which is Hebron), where Abraham and Isaac had sojourned.
28 ଇସ୍‌ହାକଙ୍କର ଆୟୁର ପରିମାଣ ଏକ ଶହ ଅଶୀ ବର୍ଷ ଥିଲା।
Now the days of Isaac were one hundred eighty years.
29 ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।
And Isaac took his last breath and died, and was gathered to his people, old and full of days. And his sons Esau and Jacob buried him.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 35 >