< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 36 >
1 ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍।
Voici la postérité d’Ésaü, qui est Édom.
2 ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନ୍ର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍ର ପୌତ୍ରୀ ଅହଲୀବାମାକୁ,
Ésaü prit ses femmes parmi les filles de Canaan: Ada, fille d’Élon, le Héthien; Oholibama, fille d’Ana, fille de Tsibeon, le Hévien;
3 ତଦ୍ଭିନ୍ନ ନବାୟୋତ୍ର ଭଗିନୀକୁ, ଅର୍ଥାତ୍, ଇଶ୍ମାୟେଲର କନ୍ୟା ବାସମତ୍କୁ ବିବାହ କଲା।
et Basmath, fille d’Ismaël, sœur de Nebajoth.
4 ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍କୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ।
Ada enfanta à Ésaü Éliphaz; Basmath enfanta Réuel;
5 ଆଉ ଅହଲୀବାମା, ଯିୟୂଶ୍, ଯାଲମ୍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।
et Oholibama enfanta Jéusch, Jaelam et Koré. Ce sont là les fils d’Ésaü, qui lui naquirent dans le pays de Canaan.
6 ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।
Ésaü prit ses femmes, ses fils et ses filles, toutes les personnes de sa maison, ses troupeaux, tout son bétail, et tout le bien qu’il avait acquis au pays de Canaan, et il s’en alla dans un autre pays, loin de Jacob, son frère.
7 ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।
Car leurs richesses étaient trop considérables pour qu’ils demeurassent ensemble, et la contrée où ils séjournaient ne pouvait plus leur suffire à cause de leurs troupeaux.
8 ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍।
Ésaü s’établit dans la montagne de Séir. Ésaü, c’est Édom.
9 ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ।
Voici la postérité d’Ésaü, père d’Édom, dans la montagne de Séir.
10 ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ।
Voici les noms des fils d’Ésaü: Éliphaz, fils d’Ada, femme d’Ésaü; Réuel, fils de Basmath, femme d’Ésaü.
11 ପୁଣି, ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍।
Les fils d’Éliphaz furent: Théman, Omar, Tsepho, Gaetham et Kenaz.
12 ପୁଣି, ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।
Et Thimna était la concubine d’Éliphaz, fils d’Ésaü: elle enfanta à Éliphaz Amalek. Ce sont là les fils d’Ada, femme d’Ésaü.
13 ରୁୟେଲର ପୁତ୍ର ନହତ୍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ।
Voici les fils de Réuel: Nahath, Zérach, Schamma et Mizza. Ce sont là les fils de Basmath, femme d’Ésaü.
14 ପୁଣି, ସିବୀୟୋନ୍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍ ଓ ଯାଲମ୍ ଓ କୋରହ।
Voici les fils d’Oholibama, fille d’Ana, fille de Tsibeon, femme d’Ésaü: elle enfanta à Ésaü Jéusch, Jaelam et Koré.
15 ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍
Voici les chefs de tribus issues des fils d’Ésaü. Voici les fils d’Éliphaz, premier-né d’Ésaü: le chef Théman, le chef Omar, le chef Tsepho, le chef Kenaz,
16 ଓ ରାଜା କୋରହ ଓ ରାଜା ଗୟିତମ୍ ଓ ରାଜା ଅମାଲେକ୍; ଇଦୋମ ଦେଶରେ ଇଲୀଫସ୍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ।
le chef Koré, le chef Gaetham, le chef Amalek. Ce sont là les chefs issus d’Éliphaz, dans le pays d’Édom. Ce sont les fils d’Ada.
17 ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍ ଓ ରାଜା ସେରହ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ ଥିଲେ।
Voici les fils de Réuel, fils d’Ésaü: le chef Nahath, le chef Zérach, le chef Schamma, le chef Mizza. Ce sont là les chefs issus de Réuel, dans le pays d’Édom. Ce sont là les fils de Basmath, femme d’Ésaü.
18 ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।
Voici les fils d’Oholibama, femme d’Ésaü: le chef Jéusch, le chef Jaelam, le chef Koré. Ce sont là les chefs issus d’Oholibama, fille d’Ana, femme d’Ésaü.
19 ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା।
Ce sont là les fils d’Ésaü, et ce sont là leurs chefs de tribus. Ésaü, c’est Édom.
20 (ପୂର୍ବକାଳର) ସେହି ଦେଶ ନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍ ଓ ଶୋବଲ୍ ଓ ସିବୀୟୋନ୍ ଓ ଅନା
Voici les fils de Séir, le Horien, anciens habitants du pays: Lothan, Schobal, Tsibeon, Ana,
21 ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।
Dischon, Étser, et Dischan. Ce sont là les chefs des Horiens, fils de Séir, dans le pays d’Édom.
22 ଲୋଟନ୍ର ପୁତ୍ର ହୋରି ଓ ହେମମ୍, ପୁଣି, ଲୋଟନ୍ର ତିମ୍ନା ନାମ୍ନୀ ଭଗିନୀ ଥିଲା।
Les fils de Lothan furent: Hori et Hémam. La sœur de Lothan fut Thimna.
23 ପୁଣି, ଶୋବଲ୍ର ପୁତ୍ରଗଣ ଅବଲନ୍ ଓ ମାନହତ୍ ଓ ଏବଲ୍ ଓ ଶଫୋ ଓ ଓନମ୍।
Voici les fils de Schobal: Alvan, Manahath, Ébal, Schepho et Onam.
24 ପୁଣି, ସିବୀୟୋନ୍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।
Voici les fils de Tsibeon: Ajja et Ana. C’est cet Ana qui trouva les sources chaudes dans le désert, quand il faisait paître les ânes de Tsibeon, son père.
25 ସେହି ଅନାର ପୁତ୍ର ଦିଶୋନ୍ ଓ କନ୍ୟା ଅହଲୀବାମା।
Voici les enfants d’Ana: Dischon, et Oholibama, fille d’Ana.
26 ପୁଣି, ଦିଶୋନ୍ର ପୁତ୍ର ହିମ୍ଦନ୍ ଓ ଇଶବନ୍ ଓ ଯିତ୍ରନ୍ ଓ କରାନ୍।
Voici les fils de Dischon: Hemdan, Eschban, Jithran et Karen.
27 ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍ ଓ ଆକନ୍।
Voici les fils d’Étser: Bilhan, Zaavan et Akan.
28 ପୁଣି, ଦୀଶନ୍ର ପୁତ୍ର ଊଷ୍ ଓ ଅରାନ୍।
Voici les fils de Dischan: Uts et Aran.
29 ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍ ଓ ରାଜା ଶୋବଲ୍ ଓ ରାଜା ସିବୀୟୋନ୍ ଓ ରାଜା ଅନା
Voici les chefs des Horiens: le chef Lothan, le chef Schobal, le chef Tsibeon, le chef Ana,
30 ଓ ରାଜା ଦିଶୋନ୍ ଓ ରାଜା ଏତ୍ସର ଓ ରାଜା ଦୀଶନ୍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ।
le chef Dischon, le chef Étser, le chef Dischan. Ce sont là les chefs des Horiens, les chefs qu’ils eurent dans le pays de Séir.
31 ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ।
Voici les rois qui ont régné dans le pays d’Édom, avant qu’un roi régnât sur les enfants d’Israël.
32 ବିୟୋରର ବେଲା ନାମକ ପୁତ୍ର ଇଦୋମ୍ ଦେଶରେ ରାଜତ୍ୱ କଲା, ତାହାର ରାଜଧାନୀର ନାମ ଦିନ୍ହାବା।
Béla, fils de Béor, régna sur Édom; et le nom de sa ville était Dinhaba.
33 ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ରାଜତ୍ୱ କଲା।
Béla mourut; et Jobab, fils de Zérach, de Botsra, régna à sa place.
34 ପୁଣି, ଯୋବବ୍ର ମରଣ ଉତ୍ତାରେ ତୈମନ୍ ଦେଶୀୟ ହୂଶମ୍ ତାହା ପଦରେ ରାଜତ୍ୱ କଲା।
Jobab mourut; et Huscham, du pays des Thémanites, régna à sa place.
35 ହୂଶମ୍ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍।
Huscham mourut; et Hadad, fils de Bedad, régna à sa place. C’est lui qui frappa Madian dans les champs de Moab. Le nom de sa ville était Avith.
36 ହଦଦ୍ର ମରଣ ଉତ୍ତାରେ ମସ୍ରେକା ନିବାସୀ ସମ୍ଳ ତାହା ପଦରେ ରାଜତ୍ୱ କଲା।
Hadad mourut; et Samla, de Masréka, régna à sa place.
37 ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା।
Samla mourut; et Saül, de Rehoboth sur le fleuve, régna à sa place.
38 ଶୌଲର ମରଣ ଉତ୍ତାରେ, ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦରେ ରାଜତ୍ୱ କଲା।
Saül mourut; et Baal-Hanan, fils d’Acbor, régna à sa place.
39 ପୁଣି, ଅକ୍ବୋରର ପୁତ୍ର ବାଲ୍ହାନନ୍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।
Baal-Hanan, fils d’Acbor, mourut; et Hadar régna à sa place. Le nom de sa ville était Pau; et le nom de sa femme Mehéthabeel, fille de Mathred, fille de Mézahab.
40 ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍ବା ଓ ରାଜା ଯିଥେତ୍।
Voici les noms des chefs issus d’Ésaü, selon leurs tribus, selon leurs territoires, et d’après leurs noms: le chef Thimna, le chef Alva, le chef Jetheth,
41 ଓ ରାଜା ଅହଲୀବାମା ଓ ରାଜା ଏଲା ଓ ରାଜା ପୀନୋନ୍
le chef Oholibama, le chef Éla, le chef Pinon,
42 ଓ ରାଜା କନସ୍ ଓ ରାଜା ତୈମନ୍ ଓ ରାଜା ମିବ୍ସର୍
le chef Kenaz, le chef Théman, le chef Mibtsar,
43 ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ।
le chef Magdiel, le chef Iram. Ce sont là les chefs d’Édom, selon leurs habitations dans le pays qu’ils possédaient. C’est là Ésaü, père d’Édom.