< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 36 >

1 ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍‍।
Waɗannan su ne zuriyar Isuwa (wato, Edom).
2 ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନ୍‍ର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,
Isuwa ya ɗauko matansa daga cikin matan Kan’ana, ya ɗauko Ada’yar Elon mutumin Hitti, da Oholibama’yar Ana wadda take jikanyar Zibeyon Bahiwiye
3 ତଦ୍‍ଭିନ୍ନ ନବାୟୋତ୍‍ର ଭଗିନୀକୁ, ଅର୍ଥାତ୍‍, ଇଶ୍ମାୟେଲର କନ୍ୟା ବାସମତ୍‍କୁ ବିବାହ କଲା।
ya kuma auri Basemat’yar Ishmayel wadda take’yar’uwar Nebayiwot.
4 ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍‍କୁ ଓ ବାସମତ୍‍ ରୁୟେଲକୁ ପ୍ରସବ କଲେ।
Ada ta haifi wa Isuwa, Elifaz. Basemat kuma ta haifa masa Reyuwel.
5 ଆଉ ଅହଲୀବାମା, ଯିୟୂଶ୍‍, ଯାଲମ୍‍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।
Oholibama kuwa ta haifa masa Yewush, Yalam da Kora. Waɗannan su ne’ya’yan Isuwa maza, waɗanda aka haifa masa a Kan’ana.
6 ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।
Isuwa ya ɗauki matansa da’ya’yansa maza da mata da kuma dukan membobin gidansa, ya kuma ɗauki shanunsa da dukan sauran dabbobinsa, da dukan dukiyarsa da ya samu a ƙasar Kan’ana zuwa wata ƙasa nesa da ɗan’uwansa Yaƙub.
7 ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।
Mallakarsu ta yi yawa ƙwarai da ba za su iya zauna tare ba; gama ƙasar da suke zaune a ciki ba za tă ishe su su biyu ba saboda dabbobinsu.
8 ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍‍।
Saboda haka Isuwa (wato, Edom) ya zauna a ƙasar tuddai na Seyir.
9 ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ।
Wannan shi ne zuriyar Isuwa, kakan mutanen Edom, a ƙasar tuddai na Seyir.
10 ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍‍ ଓ ବାସମତ୍‍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ।
Waɗannan su ne sunayen’ya’yan Isuwa maza, Elifaz, ɗan Ada matar Isuwa, da Reyuwel ɗan Basemat matar Isuwa.
11 ପୁଣି, ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍ ଓ ସଫୋ ଓ ଗୟିତମ୍‍ ଓ କନସ୍‍।
’Ya’yan Elifaz maza su ne, Teman, Omar, Zefo, Gatam da Kenaz.
12 ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।
Elifaz ɗan Isuwa kuma yana da ƙwarƙwara mai suna Timna, wadda ta haifa masa Amalek. Waɗannan su ne jikokin Ada matar Isuwa.
13 ରୁୟେଲର ପୁତ୍ର ନହତ୍‍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ।
’Ya’yan Reyuwel maza su ne, Nahat, Zera, Shamma da Mizza. Waɗannan su ne jikokin Basemat matar Isuwa.
14 ପୁଣି, ସିବୀୟୋନ୍‍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।
’Ya’yan Oholibama maza’yar Ana wadda take jikanyar Zibeyon, matar Isuwa, waɗanda ta haifa wa Isuwa su ne, Yewush, Yalam da Kora.
15 ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍‍, ତାହାର ପୁତ୍ର ରାଜା ତୈମନ୍‍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍‍
Waɗannan su ne manya a cikin zuriyar Isuwa,’Ya’ya Elifaz maza ɗan farin Isuwa, Shugabannin su ne; Teman, Omar, Zefo, Kenaz,
16 ଓ ରାଜା କୋରହ ଓ ରାଜା ଗୟିତମ୍‍ ଓ ରାଜା ଅମାଲେକ୍‍; ଇଦୋମ ଦେଶରେ ଇଲୀଫସ୍‍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ।
Kora, Gatam da kuma Amalek. Waɗannan ne manya da suka fito daga dangin Elifaz a Edom; su ne jikokin Ada.
17 ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍‍ ଓ ରାଜା ସେରହ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ ଥିଲେ।
’Ya’yan Reyuwel maza, Shugabannin su ne; Nahat, Zera, Shamma da Mizza. Waɗannan su ne manya da suka fito daga dangin Reyuwel a Edom; su ne jikokin Basemat matar Isuwa.
18 ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍‍ ଓ ରାଜା ଯାଲମ୍‍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।
’Ya’yan Oholibama maza matar Isuwa, Shugabannin su ne; Yewush, Yalam da Kora. Waɗannan su ne manya da suka fito daga dangin Oholibama’yar Ana matar Isuwa.
19 ଏମାନେ ଏଷୌର, ଅର୍ଥାତ୍‍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା।
Waɗannan su ne’ya’yan Isuwa maza (wato, Edom), waɗannan ne manyansu.
20 (ପୂର୍ବକାଳର) ସେହି ଦେଶ ନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍‍ ଓ ଶୋବଲ୍‍ ଓ ସିବୀୟୋନ୍‍ ଓ ଅନା
Waɗannan su ne’ya’yan Seyir Bahore maza, waɗanda suke zaune a yankin, Lotan, Shobal, Zibeyon, Ana,
21 ଓ ଦିଶୋନ୍‍ ଓ ଏତ୍ସର ଓ ଦୀଶନ୍‍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।
Dishon, Ezer da Dishan. Waɗannan su ne manyan Horiyawa,’ya’yan Seyir, maza, a ƙasar Edom.
22 ଲୋଟନ୍‍ର ପୁତ୍ର ହୋରି ଓ ହେମମ୍‍, ପୁଣି, ଲୋଟନ୍‍ର ତିମ୍ନା ନାମ୍ନୀ ଭଗିନୀ ଥିଲା।
’Ya’yan Lotan maza su ne, Hori da Homam. Timna’yar’uwar Lotan ce.
23 ପୁଣି, ଶୋବଲ୍‍ର ପୁତ୍ରଗଣ ଅବଲନ୍‍ ଓ ମାନହତ୍‍ ଓ ଏବଲ୍‍ ଓ ଶଫୋ ଓ ଓନମ୍‍।
’Ya’yan Shobal maza su ne, Alwan, Manahat, Ebal, Shefo da Onam.
24 ପୁଣି, ସିବୀୟୋନ୍‍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍‍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।
’Ya’yan Zibeyon maza su ne, Aiya da Ana. Wannan shi ne Ana wanda ya sami maɓulɓulan ruwan zafi a hamada yayinda yake kiwon jakuna na mahaifinsa Zibeyon.
25 ସେହି ଅନାର ପୁତ୍ର ଦିଶୋନ୍‍ ଓ କନ୍ୟା ଅହଲୀବାମା।
’Ya’yan Ana su ne, Dishon da Oholibama’yar Ana.
26 ପୁଣି, ଦିଶୋନ୍‍ର ପୁତ୍ର ହିମ୍‍ଦନ୍‍ ଓ ଇଶବନ୍‍ ଓ ଯିତ୍ରନ୍‍ ଓ କରାନ୍‍।
’Ya’yan Dishon maza su ne, Hemdan, Eshban, Itran da Keran.
27 ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍ ଓ ଆକନ୍‍।
’Ya’yan Ezer maza su ne, Bilhan, Za’aban da Akan.
28 ପୁଣି, ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।
’Ya’yan Dishan maza su ne, Uz da Aran.
29 ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍‍ ଓ ରାଜା ଶୋବଲ୍‍ ଓ ରାଜା ସିବୀୟୋନ୍‍ ଓ ରାଜା ଅନା
Waɗannan su ne manyan Horiyawa, Lotan, Shobal, Zibeyon, Ana,
30 ଓ ରାଜା ଦିଶୋନ୍‍ ଓ ରାଜା ଏତ୍ସର ଓ ରାଜା ଦୀଶନ୍‍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ।
Dishon, Ezer da Dishan. Waɗannan su ne manyan Horiyawa, bisa ga ɓangarorinsu, a ƙasar Seyir.
31 ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ।
Waɗannan su ne sarakunan da suka yi mulki a Edom kafin wani sarki mutumin Isra’ila yă yi mulki,
32 ବିୟୋରର ବେଲା ନାମକ ପୁତ୍ର ଇଦୋମ୍‍ ଦେଶରେ ରାଜତ୍ୱ କଲା, ତାହାର ରାଜଧାନୀର ନାମ ଦିନ୍‍ହାବା।
Bela ɗan Beyor ya zama sarkin Edom. Sunan birninsa shi ne Dinhaba.
33 ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ରାଜତ୍ୱ କଲା।
Sa’ad da Bela ya rasu, Yobab ɗan Zera daga Bozra ya gāje shi.
34 ପୁଣି, ଯୋବବ୍‍ର ମରଣ ଉତ୍ତାରେ ତୈମନ୍‍ ଦେଶୀୟ ହୂଶମ୍‍ ତାହା ପଦରେ ରାଜତ୍ୱ କଲା।
Sa’ad da Yobab ya rasu, Husham daga ƙasar Temaniyawa ya gāje shi.
35 ହୂଶମ୍‌ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍‍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍‍।
Sa’ad da Husham ya rasu, Hadad ɗan Bedad, wanda ya ci Midiyan da yaƙi a ƙasar Mowab, ya gāje shi. Sunan birninsa shi ne Awit.
36 ହଦଦ୍‍ର ମରଣ ଉତ୍ତାରେ ମସ୍ରେକା ନିବାସୀ ସମ୍ଳ ତାହା ପଦରେ ରାଜତ୍ୱ କଲା।
Sa’ad da Hadad ya rasu, Samla daga Masreka ya gāje shi.
37 ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍‍) ନଦୀର ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା।
Sa’ad da Samla ya rasu, Sha’ul daga Rehobot na ta kogi ya gāje shi.
38 ଶୌଲର ମରଣ ଉତ୍ତାରେ, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାହା ପଦରେ ରାଜତ୍ୱ କଲା।
Sa’ad da Sha’ul ya rasu, Ba’al-Hanan ɗan Akbor ya gāje shi.
39 ପୁଣି, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।
Sa’ad da Ba’al-Hanan ɗan Akbor ya rasu, Hadad ya gāje shi. Sunan birninsa shi ne Fau, kuma sunan matarsa Mehetabel ce’yar Matired, jikanyar Me-Zahab.
40 ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍‍ବା ଓ ରାଜା ଯିଥେତ୍‍।
Waɗannan su ne manya da suka fito daga zuriyar Isuwa, bisa ga danginsu, bisa kuma ga kabilansu da yankunansu. Sunayensu su ne, Timna, Alwa, Yetet.
41 ଓ ରାଜା ଅହଲୀବାମା ଓ ରାଜା ଏଲା ଓ ରାଜା ପୀନୋନ୍‍
Oholibama, Ela, Finon.
42 ଓ ରାଜା କନସ୍‍ ଓ ରାଜା ତୈମନ୍‍ ଓ ରାଜା ମିବ୍‍ସର୍‍
Kenaz, Teman, Mibzar.
43 ଓ ରାଜା ମଗ୍‍ଦୀୟେଲ ଓ ରାଜା ଈରମ୍‍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ।
Magdiyel da Iram. Waɗannan su ne manyan Edom bisa ga mazauninsu cikin ƙasar da suka zauna. Wannan shi ne zuriyar Isuwa, kakan mutanen Edom.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 36 >