< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 36 >

1 ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍‍।
ואלה תלדות עשו הוא אדום
2 ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନ୍‍ର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,
עשו לקח את נשיו מבנות כנען את עדה בת אילון החתי ואת אהליבמה בת ענה בת צבעון החוי
3 ତଦ୍‍ଭିନ୍ନ ନବାୟୋତ୍‍ର ଭଗିନୀକୁ, ଅର୍ଥାତ୍‍, ଇଶ୍ମାୟେଲର କନ୍ୟା ବାସମତ୍‍କୁ ବିବାହ କଲା।
ואת בשמת בת ישמעאל אחות נביות
4 ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍‍କୁ ଓ ବାସମତ୍‍ ରୁୟେଲକୁ ପ୍ରସବ କଲେ।
ותלד עדה לעשו את אליפז ובשמת ילדה את רעואל
5 ଆଉ ଅହଲୀବାମା, ଯିୟୂଶ୍‍, ଯାଲମ୍‍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।
ואהליבמה ילדה את יעיש (יעוש) ואת יעלם ואת קרח אלה בני עשו אשר ילדו לו בארץ כנען
6 ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।
ויקח עשו את נשיו ואת בניו ואת בנתיו ואת כל נפשות ביתו ואת מקנהו ואת כל בהמתו ואת כל קנינו אשר רכש בארץ כנען וילך אל ארץ מפני יעקב אחיו
7 ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।
כי היה רכושם רב משבת יחדו ולא יכלה ארץ מגוריהם לשאת אתם--מפני מקניהם
8 ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍‍।
וישב עשו בהר שעיר עשו הוא אדום
9 ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ।
ואלה תלדות עשו אבי אדום בהר שעיר
10 ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍‍ ଓ ବାସମତ୍‍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ।
אלה שמות בני עשו אליפז בן עדה אשת עשו רעואל בן בשמת אשת עשו
11 ପୁଣି, ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍ ଓ ସଫୋ ଓ ଗୟିତମ୍‍ ଓ କନସ୍‍।
ויהיו בני אליפז--תימן אומר צפו וגעתם וקנז
12 ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।
ותמנע היתה פילגש לאליפז בן עשו ותלד לאליפז את עמלק אלה בני עדה אשת עשו
13 ରୁୟେଲର ପୁତ୍ର ନହତ୍‍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ।
ואלה בני רעואל נחת וזרח שמה ומזה אלה היו בני בשמת אשת עשו
14 ପୁଣି, ସିବୀୟୋନ୍‍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।
ואלה היו בני אהליבמה בת ענה בת צבעון--אשת עשו ותלד לעשו את יעיש (יעוש) ואת יעלם ואת קרח
15 ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍‍, ତାହାର ପୁତ୍ର ରାଜା ତୈମନ୍‍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍‍
אלה אלופי בני עשו בני אליפז בכור עשו--אלוף תימן אלוף אומר אלוף צפו אלוף קנז
16 ଓ ରାଜା କୋରହ ଓ ରାଜା ଗୟିତମ୍‍ ଓ ରାଜା ଅମାଲେକ୍‍; ଇଦୋମ ଦେଶରେ ଇଲୀଫସ୍‍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ।
אלוף קרח אלוף געתם אלוף עמלק אלה אלופי אליפז בארץ אדום אלה בני עדה
17 ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍‍ ଓ ରାଜା ସେରହ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ ଥିଲେ।
ואלה בני רעואל בן עשו--אלוף נחת אלוף זרח אלוף שמה אלוף מזה אלה אלופי רעואל בארץ אדום--אלה בני בשמת אשת עשו
18 ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍‍ ଓ ରାଜା ଯାଲମ୍‍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।
ואלה בני אהליבמה אשת עשו--אלוף יעוש אלוף יעלם אלוף קרח אלה אלופי אהליבמה בת ענה--אשת עשו
19 ଏମାନେ ଏଷୌର, ଅର୍ଥାତ୍‍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା।
אלה בני עשו ואלה אלופיהם הוא אדום
20 (ପୂର୍ବକାଳର) ସେହି ଦେଶ ନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍‍ ଓ ଶୋବଲ୍‍ ଓ ସିବୀୟୋନ୍‍ ଓ ଅନା
אלה בני שעיר החרי ישבי הארץ לוטן ושובל וצבעון וענה
21 ଓ ଦିଶୋନ୍‍ ଓ ଏତ୍ସର ଓ ଦୀଶନ୍‍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।
ודשון ואצר ודישן אלה אלופי החרי בני שעיר בארץ אדום
22 ଲୋଟନ୍‍ର ପୁତ୍ର ହୋରି ଓ ହେମମ୍‍, ପୁଣି, ଲୋଟନ୍‍ର ତିମ୍ନା ନାମ୍ନୀ ଭଗିନୀ ଥିଲା।
ויהיו בני לוטן חרי והימם ואחות לוטן תמנע
23 ପୁଣି, ଶୋବଲ୍‍ର ପୁତ୍ରଗଣ ଅବଲନ୍‍ ଓ ମାନହତ୍‍ ଓ ଏବଲ୍‍ ଓ ଶଫୋ ଓ ଓନମ୍‍।
ואלה בני שובל עלון ומנחת ועיבל שפו ואונם
24 ପୁଣି, ସିବୀୟୋନ୍‍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍‍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।
ואלה בני צבעון ואיה וענה הוא ענה אשר מצא את הימם במדבר ברעתו את החמרים לצבעון אביו
25 ସେହି ଅନାର ପୁତ୍ର ଦିଶୋନ୍‍ ଓ କନ୍ୟା ଅହଲୀବାମା।
ואלה בני ענה דשן ואהליבמה בת ענה
26 ପୁଣି, ଦିଶୋନ୍‍ର ପୁତ୍ର ହିମ୍‍ଦନ୍‍ ଓ ଇଶବନ୍‍ ଓ ଯିତ୍ରନ୍‍ ଓ କରାନ୍‍।
ואלה בני דישן--חמדן ואשבן ויתרן וכרן
27 ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍ ଓ ଆକନ୍‍।
אלה בני אצר--בלהן וזעון ועקן
28 ପୁଣି, ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।
אלה בני דישן עוץ וארן
29 ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍‍ ଓ ରାଜା ଶୋବଲ୍‍ ଓ ରାଜା ସିବୀୟୋନ୍‍ ଓ ରାଜା ଅନା
אלה אלופי החרי אלוף לוטן אלוף שובל אלוף צבעון אלוף ענה
30 ଓ ରାଜା ଦିଶୋନ୍‍ ଓ ରାଜା ଏତ୍ସର ଓ ରାଜା ଦୀଶନ୍‍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ।
אלוף דשן אלוף אצר אלוף דישן אלה אלופי החרי לאלפיהם בארץ שעיר
31 ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ।
ואלה המלכים אשר מלכו בארץ אדום--לפני מלך מלך לבני ישראל
32 ବିୟୋରର ବେଲା ନାମକ ପୁତ୍ର ଇଦୋମ୍‍ ଦେଶରେ ରାଜତ୍ୱ କଲା, ତାହାର ରାଜଧାନୀର ନାମ ଦିନ୍‍ହାବା।
וימלך באדום בלע בן בעור ושם עירו דנהבה
33 ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ରାଜତ୍ୱ କଲା।
וימת בלע וימלך תחתיו יובב בן זרח מבצרה
34 ପୁଣି, ଯୋବବ୍‍ର ମରଣ ଉତ୍ତାରେ ତୈମନ୍‍ ଦେଶୀୟ ହୂଶମ୍‍ ତାହା ପଦରେ ରାଜତ୍ୱ କଲା।
וימת יובב וימלך תחתיו חשם מארץ התימני
35 ହୂଶମ୍‌ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍‍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍‍।
וימת חשם וימלך תחתיו הדד בן בדד המכה את מדין בשדה מואב ושם עירו עוית
36 ହଦଦ୍‍ର ମରଣ ଉତ୍ତାରେ ମସ୍ରେକା ନିବାସୀ ସମ୍ଳ ତାହା ପଦରେ ରାଜତ୍ୱ କଲା।
וימת הדד וימלך תחתיו שמלה ממשרקה
37 ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍‍) ନଦୀର ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା।
וימת שמלה וימלך תחתיו שאול מרחבות הנהר
38 ଶୌଲର ମରଣ ଉତ୍ତାରେ, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାହା ପଦରେ ରାଜତ୍ୱ କଲା।
וימת שאול וימלך תחתיו בעל חנן בן עכבור
39 ପୁଣି, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।
וימת בעל חנן בן עכבור וימלך תחתיו הדר ושם עירו פעו ושם אשתו מהיטבאל בת מטרד בת מי זהב
40 ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍‍ବା ଓ ରାଜା ଯିଥେତ୍‍।
ואלה שמות אלופי עשו למשפחתם למקמתם בשמתם אלוף תמנע אלוף עלוה אלוף יתת
41 ଓ ରାଜା ଅହଲୀବାମା ଓ ରାଜା ଏଲା ଓ ରାଜା ପୀନୋନ୍‍
אלוף אהליבמה אלוף אלה אלוף פינן
42 ଓ ରାଜା କନସ୍‍ ଓ ରାଜା ତୈମନ୍‍ ଓ ରାଜା ମିବ୍‍ସର୍‍
אלוף קנז אלוף תימן אלוף מבצר
43 ଓ ରାଜା ମଗ୍‍ଦୀୟେଲ ଓ ରାଜା ଈରମ୍‍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ।
אלוף מגדיאל אלוף עירם אלה אלופי אדום למשבתם בארץ אחזתם--הוא עשו אבי אדום

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 36 >