< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 37 >

1 ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।
וישב יעקב בארץ מגורי אביו בארץ כנען׃
2 ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍‌ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।
אלה תלדות יעקב יוסף בן שבע עשרה שנה היה רעה את אחיו בצאן והוא נער את בני בלהה ואת בני זלפה נשי אביו ויבא יוסף את דבתם רעה אל אביהם׃
3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।
וישראל אהב את יוסף מכל בניו כי בן זקנים הוא לו ועשה לו כתנת פסים׃
4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
ויראו אחיו כי אתו אהב אביהם מכל אחיו וישנאו אתו ולא יכלו דברו לשלם׃
5 ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।
ויחלם יוסף חלום ויגד לאחיו ויוספו עוד שנא אתו׃
6 କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।
ויאמר אליהם שמעו נא החלום הזה אשר חלמתי׃
7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
והנה אנחנו מאלמים אלמים בתוך השדה והנה קמה אלמתי וגם נצבה והנה תסבינה אלמתיכם ותשתחוין לאלמתי׃
8 ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
ויאמרו לו אחיו המלך תמלך עלינו אם משול תמשל בנו ויוספו עוד שנא אתו על חלמתיו ועל דבריו׃
9 ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
ויחלם עוד חלום אחר ויספר אתו לאחיו ויאמר הנה חלמתי חלום עוד והנה השמש והירח ואחד עשר כוכבים משתחוים לי׃
10 ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”
ויספר אל אביו ואל אחיו ויגער בו אביו ויאמר לו מה החלום הזה אשר חלמת הבוא נבוא אני ואמך ואחיך להשתחות לך ארצה׃
11 ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
ויקנאו בו אחיו ואביו שמר את הדבר׃
12 ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ
וילכו אחיו לרעות את צאן אביהם בשכם׃
13 ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
ויאמר ישראל אל יוסף הלוא אחיך רעים בשכם לכה ואשלחך אליהם ויאמר לו הנני׃
14 ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।
ויאמר לו לך נא ראה את שלום אחיך ואת שלום הצאן והשבני דבר וישלחהו מעמק חברון ויבא שכמה׃
15 ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”
וימצאהו איש והנה תעה בשדה וישאלהו האיש לאמר מה תבקש׃
16 ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
ויאמר את אחי אנכי מבקש הגידה נא לי איפה הם רעים׃
17 ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।
ויאמר האיש נסעו מזה כי שמעתי אמרים נלכה דתינה וילך יוסף אחר אחיו וימצאם בדתן׃
18 ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।
ויראו אתו מרחק ובטרם יקרב אליהם ויתנכלו אתו להמיתו׃
19 ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।
ויאמרו איש אל אחיו הנה בעל החלמות הלזה בא׃
20 ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”
ועתה לכו ונהרגהו ונשלכהו באחד הברות ואמרנו חיה רעה אכלתהו ונראה מה יהיו חלמתיו׃
21 ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”
וישמע ראובן ויצלהו מידם ויאמר לא נכנו נפש׃
22 ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
ויאמר אלהם ראובן אל תשפכו דם השליכו אתו אל הבור הזה אשר במדבר ויד אל תשלחו בו למען הציל אתו מידם להשיבו אל אביו׃
23 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;
ויהי כאשר בא יוסף אל אחיו ויפשיטו את יוסף את כתנתו את כתנת הפסים אשר עליו׃
24 ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।
ויקחהו וישלכו אתו הברה והבור רק אין בו מים׃
25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
וישבו לאכל לחם וישאו עיניהם ויראו והנה ארחת ישמעאלים באה מגלעד וגמליהם נשאים נכאת וצרי ולט הולכים להוריד מצרימה׃
26 ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ?
ויאמר יהודה אל אחיו מה בצע כי נהרג את אחינו וכסינו את דמו׃
27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
לכו ונמכרנו לישמעאלים וידנו אל תהי בו כי אחינו בשרנו הוא וישמעו אחיו׃
28 ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
ויעברו אנשים מדינים סחרים וימשכו ויעלו את יוסף מן הבור וימכרו את יוסף לישמעאלים בעשרים כסף ויביאו את יוסף מצרימה׃
29 ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
וישב ראובן אל הבור והנה אין יוסף בבור ויקרע את בגדיו׃
30 ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”
וישב אל אחיו ויאמר הילד איננו ואני אנה אני בא׃
31 ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।
ויקחו את כתנת יוסף וישחטו שעיר עזים ויטבלו את הכתנת בדם׃
32 ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”
וישלחו את כתנת הפסים ויביאו אל אביהם ויאמרו זאת מצאנו הכר נא הכתנת בנך הוא אם לא׃
33 ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”
ויכירה ויאמר כתנת בני חיה רעה אכלתהו טרף טרף יוסף׃
34 ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।
ויקרע יעקב שמלתיו וישם שק במתניו ויתאבל על בנו ימים רבים׃
35 ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ। (Sheol h7585)
ויקמו כל בניו וכל בנתיו לנחמו וימאן להתנחם ויאמר כי ארד אל בני אבל שאלה ויבך אתו אביו׃ (Sheol h7585)
36 ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।
והמדנים מכרו אתו אל מצרים לפוטיפר סריס פרעה שר הטבחים׃

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 37 >