< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 37 >
1 ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।
Вселися же Иаков в земли, идеже обита Исаак, отец его, в земли Ханаани.
2 ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।
Сии же роди Иаковли. Иосиф же бяше седминадесяти лет, пасый овцы отца своего с братиею своею, юн сый, с сынми Валлы и с сынми Зелфы, жен отца своего: нанесоша же на Иосифа злу клевету ко Израилю отцу своему.
3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।
Иаков же любляше Иосифа паче всех сынов своих, яко сын в старости ему бысть: и сотвори ему ризу пестру.
4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
Видевше же братия его, яко любит его отец паче всех сынов своих, возненавидеша его и не можаху глаголати к нему ничтоже мирно.
5 ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।
Видев же Иосиф сон, поведа и братии своей
6 କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।
и рече им: послушайте сна сего, егоже видех:
7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
мнех вас вяжущих снопы среде поля: и воста мой сноп и ста прямо, ваши же снопы обратившеся поклонишася моему снопу.
8 ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
Реша же ему братия его: еда царствуя царствовати будеши над нами, или господствуя господствовати будеши над нами? И приложиша еще ненавидети его снов ради его и ради словес его.
9 ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
Виде же сон другий и поведа его отцу своему и братии своей, и рече: се, видех другий сон: аки бы солнце и луна и единонадесять звезд покланяхуся мне.
10 ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”
И запрети ему отец его и рече ему: что сон сей, егоже еси видел? Еда пришедше приидем аз и мати твоя и братия твоя поклонитися тебе до земли?
11 ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
Позавидеша же ему братия его: отец же его соблюде слово сие.
12 ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ
Отидоша же братия его пасти овцы отца своего в Сихем.
13 ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
И рече Израиль ко Иосифу: еда братия твоя не пасут в Сихеме? Гряди да послю тя к ним. Рече же ему: се, аз.
14 ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।
Рече же ему Израиль: шед, виждь, аще здравствуют братия твоя и овцы, и повеждь ми. И посла его от юдоли Хеврони. И прииде в Сихем:
15 ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”
и обрете его человек заблуждающа на поли: вопроси же его человек глаголя: чесого ищеши?
16 ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
Он же рече: братии моея ищу: повеждь ми, где пасут.
17 ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।
Рече же ему человек: отидоша отсюду: слышах бо их глаголющих: пойдем в Дофаим. И иде Иосиф вслед братии своея и обрете я в Дофаиме.
18 ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।
Предузреша же его издалече, прежде приближения его к ним, и зле умыслиша убити его:
19 ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।
рече же кийждо к брату своему: се, сновидец оный идет:
20 ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”
ныне убо приидите, убием его и ввержим его во един от рвов, и речем: зверь лют снеде его: и узрим, что будут сония его.
21 ଏ କଥା ଶୁଣି ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”
Слышав же Рувим, отя его из рук их и рече: не убием его на души.
22 ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
Рече же им Рувим: не пролийте крове, вверзите его во един от рвов сих, иже в пустыни, руки же не возложите на него: (тщашеся бо) яко да изымет его от рук их и отдаст его отцу своему.
23 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;
Бысть же егда прииде Иосиф к братии своей, совлекоша со Иосифа ризу пеструю, яже на нем,
24 ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।
и поемше его ввергоша в ров: ров же тощь, воды не имяше.
25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
И седоша ясти хлеб, и воззревше очима видеша, и се, путницы Исмаилтяне идяху от Галаада, и велблюды их полны фимиама и ритины и стакти: идяху же везуще во Египет.
26 ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ?
Рече же Иуда ко братии своей: кая польза, аще убием брата нашего и скрыем кровь его?
27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
Грядите продадим его Исмаилтяном сим: руце же наши да не будут на нем, яко брат наш и плоть наша есть. Послушаша же братия его.
28 ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
И мимоидоша человецы Мадиамстии купцы: и извлекоша и возведоша Иосифа из рова, и продаша Иосифа Исмаилтяном на двадесять златниц. И поведоша Иосифа во Египет.
29 ଏଥିଉତ୍ତାରେ ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
Возвратися же Рувим к рову и не узре Иосифа в рове: и растерза ризы своя,
30 ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”
и прииде ко братии своей и рече: отрочища несть, аз же камо иду ктому?
31 ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।
Вземше же ризу Иосифову, заклаша козлище от коз и помазаша ризу кровию:
32 ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”
и послаша ризу пеструю, и принесоша ко отцу своему и рекоша: сию обретохом: познавай, аще риза сына твоего есть, или ни?
33 ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”
И позна ю и рече: риза сына моего есть: зверь лют снеде его: зверь восхити Иосифа.
34 ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।
И растерза Иаков ризы своя, и возложи вретище на чресла своя, и плакашеся сына своего дни многи.
35 ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ। (Sheol )
Собрашася же вси сынове его и дщери и приидоша утешити его: и не хотяше утешитися, глаголя: яко сниду к сыну моему сетуя во ад. И плакася о нем отец его. (Sheol )
36 ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।
Мадиане же продаша Иосифа во Египет Пентефрию евнуху фараонову, архимагиру.