< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 37 >

1 ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।
Yakobo akaishi katika nchi aliyokaa babaye, katika nchi ya Kanaani.
2 ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍‌ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।
Haya ndiyo matukio yaliyomhusu Yakobo. Yusufu, aliyekuwa kijana wa miaka kumi na saba, alikuwa akilichunga kundi pamoja na ndugu zake. Alikuwa pamoja na wana wa Bilha na pamoja na wana wa Zilpa, wake wa baba yake. Yusufu akaleta taarifa yao mbaya kwa baba yao.
3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।
Basi Israeli akampenda Yusufu kuliko wanawe wote kwa sababu alikuwa mwana wa uzee wake. Akamshonea vazi zuri.
4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
Ndugu zake wakaona kwamba baba yao alimpenda sana kuliko ndugu zake wote. Wakamchukia na hawakuongea naye vema.
5 ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।
Yusufu akaota ndoto, na akawambia ndugu zake. Wakamchukia zaidi.
6 କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।
Aliwambia, “Tafadhari sikilizeni ndoto hii niliyoiota.
7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
Tazama, tulikuwa tukifunga miganda ya nafaka shambani na tazama, mganda wangu ukainuka na kusimama wima, na tazama, miganda yenu ikasogea na kuuinamia mganda wangu”
8 ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
Ndugu zake wakamwambia, “Je ni kweli utatutawala? Je utatutawala juu yetu? Hata wakamchukia zaidi kwa ajili ya ndoto zake na maneno yake.
9 ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
Akaota ndoto nyingine na kuwasimulia ndugu zake. Alisema, “Tazama, nimeota ndoto nyingine: Jua na mwezi na nyota kumi na moja ziliniinamia.”
10 ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”
Akamwambia baba yake vile vile alivyowambia ndugu zake, na baba yake akamkemea. Akamwambia, Je umeota ndoto ya namna gani hii? Je mama yako na mimi na ndugu zako kweli tutakuja kukuinamia mpaka chini?”
11 ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
Ndugu zake wakamwonea wivu, lakini baba yake akaliwema jambo hilo moyoni.
12 ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ
Ndugu zake wakaenda kulichunga kundi la baba yao huko Shekemu.
13 ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
Israeli akamwambia Yusufu, 'Je ndugu zako hawalichungi kundi huko Shekemu? Njoo, nami nitakutuma kwao.” Yusufu akamwambia, “nipo tayari.”
14 ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।
Akamwambia, “Basi nenda, uwaone ndugu zako na kundi wanaendeleaje, na uniletee neno.” Hivyo Yakobo akamtuma kutoka katika bonde la Hebroni, na Yusufu akaenda Shekemu.
15 ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”
Mtu mmoja akamwona Yusufu. Tazama, Yusufu alikuwa akizunguka kondeni. Yule mtu akamwuliza, “Unatafuta nini?”
16 ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
Yusufu akamwambia, “Nawatafuta ndugu zangu. Tafadhari, niambie, wananalichunga wapi kundi.”
17 ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।
Yule mtu akasema, “Waliondoka mahali hapa, kwa maana niliwasikia wakisema, 'Haya twende Dothani.” Yusufu akawafuata ndugu zake na kuwaona huko Dothani.
18 ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।
Wakamwona kutokea mbali, na kabla hajawakaribia, wakapanga njama ya kumwua.
19 ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।
Ndugu zake wakaambiana wao kwa wao, “Tazama, mwotaji anakaribia.
20 ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”
Njoni sasa, na tumwue na kumtupa katika mojawapo ya mashimo haya. Nasi tutasema, 'Mnyama mkali amemrarua.' Nasi tutaona ndoto zake zitakuwaje.”
21 ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”
Rubeni alilisikia hilo na kumwokoa kutoka katika mikono yao. Alisema, “Tusiuondoe uhai wake.”
22 ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
Rubeni aliwambia, “Msimwage damu. Mtupeni katika shimo hili lililopo nyikani, lakini msiweke mikono yenu juu yake” - ili kwamba aweze kumwokoa katika mikono yao na kumrudisha kwa baba yake.
23 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;
Ikawa Yusufu alipowafikia ndugu zake, walimvua vazi lake zuri.
24 ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।
Wakamchukua na kumtupa shimoni. Shimo lilikuwa tupu bila maji.
25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
Wakakaa chini kula mkate. Walipoinua macho yao na kuangalia, na, tazama, msafara wa Waishmaeli ulikuwa ukija kutoka Gileadi, pamoja na ngamia wao waliochukua viungo, malhamu na manemane. Walikuwa wakisafiri kuvichukua kuelekea Misri.
26 ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ?
Yuda akawambia ndugu zake, “Ni faida gani kama tutamwua ndugu yetu na kufunika damu yake?
27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
Haya, na tumwuze kwa Waishmaeli na wala tusiweke mikono yetu juu yake. Kwani yeye ni ndugu yetu, nyama yetu.” Ndugu zake wakamsikiliza.
28 ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
Wafanyabiashara wa Kimidiani wakapita. Ndugu zake wakamwinua na kumtoa Yusufu shimoni. Wakamwuza Yusufu kwa Waishmaeli kwa vipande ishirini vya fedha. Waishmaeli wakamchukua Yusufu mpaka Misri.
29 ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
Rubeni akarudi kwenye shimo, na, tazama, Yusufu hakuwemo shimoni. Akararua mavazi yake.
30 ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”
Akarudi kwa ndugu zake na kusema, “Kijana yuko wapi? Na mimi, je niende wapi?”
31 ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।
Wakachinja mbuzi na kisha wakalichukua vazi la Yusufu na kulichovya katika damu.
32 ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”
Kisha wakalipeleka kwa baba yao na kusema, “Tumeiona hii. Tafadhari angalia kwamba ni vazi la mwanao au hapana.”
33 ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”
“Yakobo akaitambua na kusema, “Ni nguo ya mwanangu. Mnyama wa mwitu amemrarua. Bila shaka Yusufu ameraruliwa katika vipande.
34 ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।
Yakobo akararua mavazi yake na kuvaa mavazi ya magunia katika viuno vyake. Akaomboleza kwa ajili ya mwanawe siku nyingi.
35 ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ। (Sheol h7585)
Wanawe na binti zake wote wakainuka na kumfariji, lakini alikataa kufarijiwa. Akasema, “Hakika nitashuka kuzimu nikimwombolezea mwanangu.” Babaye akamlilia. (Sheol h7585)
36 ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।
Wamidiani wakamwuza huko Misri kwa Potifa, afisa wa Farao, kepteni wa walinzi.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 37 >