< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 39 >

1 ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍‍, ମିସରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।
Yusufu akaletwa Misri. Potifa, aliyekuwa afisa wa Farao mkuu wa walinzi na Mmisri, akamnunua kutoka kwa Waishmaeli, waliokuwa wamempeleka pale.
2 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସରୀୟ କର୍ତ୍ତାର ଗୃହରେ ବାସ କଲେ।
Yahwe alikuwa pamoja na Yusufu na akawa mtu aliyefanikiwa. Aliishi katika nyumba ya Mmisri bwana wake.
3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।
Bwana wake akaona kwamba Yahwe alikuwa pamoja naye na kwamba Yahwe alifanikisha kila kitu alichokifanya.
4 ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।
Yusufu akapata kibali mbele zake. Akamtumikia Potifa. Potifa akamfanya msimamizi juu ya nyumba yake, na kila alichokimiliki, akakiweka chini ya uangalizi wake.
5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।
Ikawa alipomfanya msimamizi juu ya nyumba yake na juu ya kila kitu alichomiliki, Yahwe akaibariki nyumba ya Mmisri kwa sababu ya Yusufu. Baraka za Yahwe zilikuwa juu ya kila kitu alichokuwa nacho Potifa nyumbani na shambani.
6 ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।
Potifa akaweka kila alichokuwa nacho chini ya uangalizi wa Yusufu. Hakuwa na haja ya kufikiri juu ya lolote isipokuwa chakula alichokula tu. Basi Yusufu alikuwa kijana mzuri na wa kuvutia.
7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।”
Ikawa baada ya hayo mke wa bwana wake akamtamani Yusufu. Akamwambia, “Lala nami.”
8 ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।
Lakini yeye alikataa na kumwambia mke wa bwana wake, “Tazama, bwana wangu haangalii chochote nikifanyacho nyumbani, na ameweka kila kitu anachokimiliki chini ya uangalizi wangu.
9 ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”
Hakuna mtu aliye mkuu katika nyumba hii kuliko mimi. Hajanidhuiria chochote isipokuwa wewe, kwa sababu wewe ni mkewe. Ni kwa namna gani basi naweza kufanya uovu mkuu namna hii na kumtenda dhambi Mungu?
10 ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।
Akamwambia Yusufu siku baada ya siku, lakini yeye akakataa kulala naye wala kuwa naye.
11 ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।
Ikawa siku moja aliingia ndani kufanya kazi yake. Hakuna mtu yeyote wa nyumbani aliyekuwepo pale ndani.
12 ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି “ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା;” ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇଗଲେ।
Akashika nguo zake na kusema, “Lala nami.” Akaacha nguo zake mikononi mwake, akakimbia, na kutoka nje.
13 ଯେତେବେଳେ ସେ ସ୍ତ୍ରୀ ଯୋଷେଫଙ୍କୁ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଯିବାର ଦେଖିଲା,
Ikawa, alipoona kwamba ameziacha nguo zake mikononi mwake na kwamba amekimbia nje,
14 ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;
akawaita watu wa nyumbani mwake na kuwambia, “Tazama, Potifa ameleta Mwebrania huyu kutudhihaki. Aliingia kulala nami, na nikapiga kelele.
15 ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋʼ ନିକଟରେ ପକାଇଦେଇ ବାହାରକୁ ପଳାଇଗଲା।”
Ikawa aliponisikia nikipiga kelele, akaniacha na nguo yake, akakimbia, na kutoka nje.”
16 ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।
Akaweka nguo zake karibu naye hata bwana yake alipokuja nyumbani.
17 ଏଥିଉତ୍ତାରେ ସେ ଆପଣା ସ୍ୱାମୀକୁ ସେହି କଥାନୁସାରେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆମ୍ଭମାନଙ୍କ ପାଖକୁ ଆଣିଅଛ, ସେ ମୋʼ ସଙ୍ଗେ ପରିହାସ କରିବା ନିମନ୍ତେ ମୋʼ କତିକି ଆସିଥିଲା,
Akamwambia maelelezo haya, “Yule mtumishi Mwebrania uliyemleta kwetu, aliingia kunidhihaki.
18 ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋʼ ନିକଟରେ ଏହି ବସ୍ତ୍ର ପକାଇଦେଇ ବାହାରକୁ ପଳାଇଗଲା।”
Ikawa nilipopiga kelele, akaacha nguo yake kwangu akakimbia nje.”
19 ସେତେବେଳେ “ତୁମ୍ଭର ଦାସ ମୋʼ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ୱଳିତ ହେଲା।
Ikawa, bwana wake aliposikia maelezo aliyoambiwa na mkewe, “Hivi ndivyo mtumishi wako alivyonitenda,” alikasirika sana.
20 ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।
Bwana wa Yusufu akamchukua na kumweka gerezani, mahali walipowekwa wafungwa wa mfalme. Akawa pale kifungoni.
21 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।
Lakini Yahwe alikuwa pamoja na Yusufu na kumwonyesha uaminifu wa agano. Akampa kibali mbele ya mlinzi wa gereza.
22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।
Mlinzi wa gereza akawaweka mikononi mwa Yusufu wafungwa wote waliokuwa gerezani. Chochote walichokifanya, kilikuwa chini ya uangalizi wa Yusufu.
23 କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।
Mlinzi wa gereza hakuwa na wasiwasi juu ya chochote kilichokuwa mkononi mwake, kwa sababu Yahwe alikuwa pamoja naye. Yahwe akafanikisha kila alichokifanya.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 39 >