< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4 >
1 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
जब आदम ने अपनी पत्नी हव्वा के साथ दाम्पतिक संबंध में प्रवेश किया, तब हव्वा गर्भवती हुई तथा उसने कयीन को जन्म दिया. हव्वा ने कहा, “याहवेह की सहायता से मैंने एक पुरुष को जन्म दिया है.”
2 ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
फिर हव्वा ने कयीन के भाई हाबिल को जन्म दिया. हाबिल भेड़-बकरियों का चरवाहा था, किंतु कयीन खेती करता था.
3 ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
कुछ दिनों बाद याहवेह को भेंट चढ़ाने के उद्देश्य से कयीन अपनी खेती से कुछ फल ले आया.
4 ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
और हाबिल ने अपने भेड़-बकरियों में से पहला बच्चा भेंट चढ़ाया तथा चर्बी भी भेंट चढ़ाई. याहवेह ने हाबिल और उसकी भेंट को तो ग्रहण किया,
5 ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
परंतु कयीन और उसकी भेंट को याहवेह ने ग्रहण नहीं किया. इससे कयीन बहुत क्रोधित हुआ तथा उसके मुख पर उदासी छा गई.
6 ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ?
इस पर याहवेह ने कयीन से पूछा, “तू क्यों क्रोधित हुआ? क्यों तू उदास हुआ?
7 ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
अगर तू परमेश्वर के योग्य भेंट चढ़ाता तो क्या तेरी भेंट ग्रहण न होती? और यदि तू सही न करे, तो पाप द्वार पर है, और उसकी लालसा तेरी ओर रहेगी. पर तू उस पर प्रभुता करना.”
8 ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
हाबिल अपने भाई कयीन के खेत में गया तब कयीन ने हाबिल से कुछ कहा और कयीन ने हाबिल को मार दिया.
9 ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”
तब याहवेह ने कयीन से पूछा, “तेरा भाई हाबिल कहां है?” उसने उत्तर दिया, “पता नहीं. क्या मैं अपने भाई का रखवाला हूं?”
10 ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
याहवेह ने कहा, “तूने यह क्या किया? भूमि से तेरे भाई का रक्त मुझे पुकार रहा है.
11 ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
अब तू उस भूमि की ओर से शापित है, क्योंकि इस खेत में तेरे भाई का खून गिरा है.
12 ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
जब तू खेती करेगा, तुझे इसकी पूरी उपज नहीं मिलेगी; तू अब पृथ्वी पर अकेला और बेसहारा होगा.”
13 କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
कयीन ने याहवेह से कहा, “मेरा दंड मेरी सहन से बाहर है.
14 ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
आपने आज मुझे यहां से निकाल दिया है, मैं आपके सामने से छिप जाऊंगा; मैं अकेला और बेसहारा होकर घुमूंगा तो मैं जिस किसी के सामने जाऊंगा, वे मुझे मार देंगे.”
15 ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
यह सुन याहवेह ने उससे कहा, “यदि ऐसा हुआ, तो जो कोई कयीन की हत्या करेगा, उससे सात गुणा बदला लिया जाएगा.” याहवेह ने कयीन के लिए एक विशेष चिन्ह ठहराया, ताकि कोई उसकी हत्या न कर दे.
16 ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
इसके बाद कयीन याहवेह के पास से चला गया और नोद देश में बस गया, जो एदेन बगीचे के पूर्व में है.
17 ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
कयीन की पत्नी ने हनोख को जन्म दिया. कयीन ने एक नगर बसाया और उस नगर को अपने पुत्र के नाम पर हनोख रखा.
18 ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।
हनोख से इराद का जन्म हुआ, इराद से महूजाएल का तथा महूजाएल से मेथूशाएल का, मेथूशाएल से लामेख का जन्म हुआ.
19 ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
लामेख की दो पत्नियां थीं, एक का नाम अदाह तथा दूसरी का नाम ज़िल्लाह था.
20 ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
अदाह ने जाबाल को जन्म दिया; वह जानवरों के पालने वालों और तंबुओं में रहनेवालों का नायक बना.
21 ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
उसके भाई का नाम यूबाल था; वह वीणा और बांसुरी बजाने वालों का नायक बना.
22 ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
ज़िल्लाह ने तूबल-कयीन को जन्म दिया, जो कांसे एवं लोहे के सामान बनाता था. तूबल-कयीन की बहन का नाम नामाह था.
23 ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
लामेख ने अपनी पत्नियों से कहा, “अदाह और ज़िल्लाह सुनो; तुम मेरी पत्नियां हो, मेरी बात ध्यान से सुनो, मैंने एक व्यक्ति को मारा है, क्योंकि उसने मुझ पर आक्रमण किया था.
24 ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
जब कयीन के लिए सात गुणा बदला लिया गया था, तब तो लामेख के लिए सत्तर बार सात गुणा होगा.”
25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
हव्वा ने एक और पुत्र को जन्म दिया और उसका नाम शेत यह कहकर रखा, “कयीन द्वारा हाबिल की हत्या के बाद परमेश्वर ने हाबिल के बदले मेरे लिए एक और संतान दिया है.”
26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
शेत के भी एक पुत्र पैदा हुआ, जिसका उसने एनोश नाम रखा. उस समय से लोगों ने याहवेह से प्रार्थना करना शुरू किया.