< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4 >

1 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
Adamu akakutana kimwili na mkewe Eva, naye akapata mimba, akamzaa Kaini. Eva akasema, “Kwa msaada wa Bwana nimemzaa mwanaume.”
2 ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
Baadaye akamzaa Abeli ndugu yake. Basi Abeli akawa mfugaji, na Kaini akawa mkulima.
3 ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
Baada ya muda Kaini akaleta baadhi ya mazao ya shamba kama sadaka kwa Bwana.
4 ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
Lakini Abeli akaleta fungu nono kutoka baadhi ya wazaliwa wa kwanza wa mifugo yake. Bwana akamkubali Abeli pamoja na sadaka yake,
5 ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
lakini Mungu hakumkubali Kaini pamoja na sadaka yake. Kwa hiyo Kaini akakasirika sana, uso wake ukawa na huzuni.
6 ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ?
Kisha Bwana akamwambia Kaini, “Kwa nini umekasirika? Kwa nini uso wako una huzuni?
7 ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
Ukifanya lililo sawa, je, hutakubalika? Lakini usipofanya lililo sawa, dhambi inakuvizia mlangoni mwako, inakutamani wewe, lakini inakupasa uishinde.”
8 ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
Basi Kaini akamwambia ndugu yake Abeli, “Twende shambani.” Walipokuwa shambani, Kaini akamshambulia Abeli ndugu yake, akamuua.
9 ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”
Kisha Bwana akamuuliza Kaini, “Ndugu yako Abeli yuko wapi?” Akamjibu, “Sijui, je, mimi ni mlinzi wa ndugu yangu?”
10 ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
Bwana akasema, “Umefanya nini? Sikiliza! Damu ya ndugu yako inanililia mimi kutoka ardhini.
11 ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
Sasa umelaaniwa na umehamishwa kutoka ardhi, ambayo imefungua kinywa chake na kupokea damu ya ndugu yako kutoka mkononi mwako.
12 ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
Utakapoilima ardhi, haitakupa tena mazao yake. Utakuwa mtu wa kutangatanga duniani asiye na utulivu.”
13 କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
Kaini akamwambia Bwana, “Adhabu yangu ni zaidi ya niwezavyo kustahimili.
14 ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
Leo unanifukuza kutoka nchi, nami nitafichwa mbali na uwepo wako. Nitakuwa mtu wa kutangatanga asiyetulia duniani na yeyote anionaye ataniua.”
15 ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
Lakini Bwana akamwambia, “La sivyo, ikiwa mtu yeyote atamuua Kaini atalipizwa kisasi mara saba zaidi.” Kisha Bwana akamwekea Kaini alama ili mtu yeyote ambaye angemwona asimuue.
16 ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
Kwa hiyo Kaini akaondoka mbele za Bwana akaenda kuishi katika nchi ya Nodi, iliyoko mashariki ya Edeni.
17 ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
Kaini akakutana kimwili na mkewe, naye akapata mimba na akamzaa Enoki. Wakati huo Kaini alikuwa anajenga mji, akauita Enoki jina la mtoto wake.
18 ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।
Enoki akamzaa Iradi, Iradi akamzaa Mehuyaeli, Mehuyaeli akamzaa Methushaeli, na Methushaeli akamzaa Lameki.
19 ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
Lameki alioa wanawake wawili, mmoja aliitwa Ada, na mwingine Sila.
20 ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
Ada akamzaa Yabali ambaye ni baba wa wale walioishi katika mahema na kufuga wanyama.
21 ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
Kaka yake aliitwa Yubali, aliyekuwa baba wa wote wapigao zeze na filimbi.
22 ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
Pia Sila alikuwa na mtoto wa kiume aliyeitwa Tubali-Kaini ambaye alifua vifaa vya aina mbalimbali vya shaba na chuma. Naama alikuwa dada wa Tubali-Kaini.
23 ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
Lameki akawaambia wake zake, “Ada na Sila nisikilizeni mimi; wake wa Lameki sikieni maneno yangu. Nimemuua mtu kwa kunijeruhi, kijana mdogo kwa kuniumiza.
24 ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
Kama Kaini atalipizwa kisasi mara saba, basi Lameki itakuwa mara sabini na saba.”
25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
Adamu akakutana kimwili na mke wake tena, akamzaa mwana, akamwita Sethi, akisema, “Mungu amenijalia mwana mwingine badala ya Abeli, kwa kuwa Kaini alimuua.”
26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
Naye Sethi akamzaa mwana, akamwita Enoshi. Wakati huo watu wakaanza kuliitia jina la Bwana.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4 >